ଲୁଟି ନେଲେ ସୁନାଗହଣା, ନଗଦ ୧.୧ଲକ୍ଷ

ଭୋଗରାଇ, ୨୭ା୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ଥାନା ନୁଟୁରା ଗ୍ରାମର ସୁଦାମ ଦଣ୍ଡପାଟଙ୍କ ଘରେ ଶୁକ୍ରବାର ଦିନ ଦ୍ୱିପ୍ରହରରେ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ଘରେ କେହି ନ ଥିବା ସୁଯୋଗ ନେଇ କୌଣସି ଦୁର୍ବୃତ୍ତ ଘର ତାଲା ଭାଙ୍ଗି ଘର ଭିତରେ ଥିବା ବାକ୍ସରୁ ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନାଗହଣା ଓ ନଗଦ ୧ ଲକ୍ଷ ୧୦ ହଜାର ଟଙ୍କା ଲୁଟି ନେଇ ଚମ୍ପଟ ମାରିଛନ୍ତି। ମଧ୍ୟାହ୍ନରେ ସୁଦାମ ଘରେ ପହଞ୍ଚି ଘର କବାଟ ଖୋଲାଥିବା ଏବଂ ବାକ୍ସ ମଧ୍ୟରେ ଥିବା ଲୁଗାପଟା ସହିତ ଅନ୍ୟାନ୍ୟ ଜିନିଷପତ୍ର ସବୁ ଚାରିଆଡ଼େ ପଡିଥିବା ଦେଖିଥିଲେ। ଏହା ସହିତ ବାକ୍ସରେ ଥିବା ନଗଦ ଟଙ୍କା ଓ ସୁନାଗହଣା ଚୋରି ହୋଇଯାଇଥିବା ଦେଖି ଆଶ୍ଚର୍ଯ୍ୟ ହୋଇଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି। ବାଲେଶ୍ୱର ଜିଲା ମୁଖ୍ୟାଳୟରୁ ସାଇଣ୍ଟିଫିକ ଟିମ୍‌ ପୋଲିସ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ସରପଞ୍ଚରୁ ବିଧାୟିକା ପ୍ରାର୍ଥୀ

ବାଲେଶ୍ୱର,୨୧।୪(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲାର ଦୁଇଟି ବିଧାନସଭା ଆସନର ପ୍ରାର୍ଥୀଙ୍କ ନାମ ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ଘୋଷଣା କରିଛି। ରେମୁଣା ବିଧାନସଭା କ୍ଷେତ୍ରରୁ ବିଦ୍ୟାସ୍ମିତା...

କାମ ସାରି ଘରକୁ ଫେରୁଥିବା ବେଳେ ପଛପଟୁ ଧକ୍କା ଦେଲା ପିକଅପ୍‌ ଭ୍ୟାନ୍‌

ବାଲେଶର ଅଫିସ,୨୦।୪( ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ନୀଳଗିରି ଥାନାରେ ହୋମଗାର୍ଡ ଭାବେ କାର୍ଯ୍ୟ କରୁଥିବା ଛୋଟକାନପୁର ଗ୍ରାମର ଲକ୍ଷ୍ମୀଧର ଜେନା ( ୫୬) ଶନିବାର...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ପର୍ଯ୍ୟବେକ୍ଷକଙ୍କ ଆଗରେ ଅସନ୍ତୋଷ ଝାଡ଼ିଲେ ଛାମୁଆ ନେତା

ବାଲେଶ୍ୱର, ୨୦୪(ମାନସ ବିଶ୍ୱାଳ):  ବାଲେଶ୍ୱର ଜିଲା ବାମପଦାସ୍ଥିତ ନୋସି ବିଜିନେସ ପାର୍କରେ ଶୁକ୍ରବାର ବିଜେଡିର ବାଲେଶ୍ୱର ସଂସଦୀୟ କ୍ଷେତ୍ରର ନିର୍ବାଚନୀ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri