ଏଟିଏମ୍‌ ଭାଙ୍ଗି ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କା

ଗୋପାଳପୁର,୧୨ା୮(ନବୀନ ରାଜ ଆଚାରୀ): ବେଶ୍‌ କିଛି ଦିନର ନୀରବତା ପରେ ଗଞ୍ଜାମ ଜିଲା ଅଧିନସ୍ଥ ଗୋଳନ୍ଥରା ଥାନା ଅଞ୍ଚଳରେ ମୁଣ୍ଡ ଟେକିଛନ୍ତି ଦୁର୍ବୃତ୍ତ। ରବିବାର ବିଳମ୍ବିତ ରାତିରେ ଏଟିଏମ୍‌କୁ କଟର ସାହାଯ୍ୟରେ କାଟି ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡ଼ିଛି।

ସୂଚନାନୁସାରେ, ଏହି ଥାନା ଅଧିନସ୍ଥ କନିସି ହାଟ ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୟୁକୋ ବ୍ୟାଙ୍କ ଏଟିଏମ୍‌କୁ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ କ୍ୟାବିନ ଭିତରେ ପଶି ମେଶିନକୁ ବାମ ପାର୍ଶ୍ୱରେ ଗ୍ୟାସ୍‌ କଟର ସାହାଯ୍ୟରେ କାଟି ଦେଇ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶଟର ପକେଇ ଚମ୍ପଟ ମାରିଥିଲେ। ସୋମବାର ସକାଳେ ୟୁକୋ ବ୍ୟାଙ୍କର ଅଧିକାରୀମାନେ ଏଟିଏମ୍‌ ଖୋଲି ଦେଖିଲା ବେଳକୁ ଲୁଟ୍‌ ହୋଇଥିବା ନେଇ ଜାଣିବାକୁ ପାଇଥିଲେ।

ଏ ନେଇ ବ୍ୟାଙ୍କ ସହକାରୀ ଶାଖା ପରିଚାଳକ ଶିବରାମ ପଣ୍ଡା ଗୋଳନ୍ଥରା ଥାନାରେ ୫ ଲକ୍ଷ ୭୩ ହଜାର ୩ ଶହ ଟଙ୍କା ଲୁଟ୍‌ ହୋଇଥିବା ନେଇ ଅଭିଯୋଗ କରିଥିଲେ। ଖବର ପାଇ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁ, ଏସ୍‌ଆଇ ବିଭୂତି ସେଠୀ ଓ ସାଇଣ୍ଟି ଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ। ଏଟିଏମ୍‌ରେ ନିକଟରେ ଲାଗିଥିବା ସିସିଟିଭିରେ ଦୁର୍ବୃତ୍ତମାନେ କଳାକନା ବୁଲେଇ ଦେଇଥିବା ସହ ଧଳା କାର୍‌ରେ ଆସିଥିବା ନେଇ ପୋଲିସ ପ୍ରାଥମିକ ତଦନ୍ତ ଜାଣିବାକୁ ପାଇଛି। କେସ୍‌ ନଂ ୩୨୫/୨୪ରେ ପୋଲିସ ମାମଲା ରୁଜୁ କରିଛି । ଜାତୀୟ ରାଜ ପଥ ଓ ସ୍ଥାନୀୟ ଆଖ ପାଖ ଅଞ୍ଚଳ ସିସି ଫୁଟେଜ୍‌କୁ ଯାଞ୍ଚ କରୁଛି। ଦୁର୍ବୃତ୍ତମାନେ ବାହାର ରାଜ୍ୟ ବୋଲି ପୋଲିସ ସନ୍ଦେହ କରୁଛି। ଏ ନେଇ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ସ୍ବାଇଁଙ୍କୁ ପଚାରିବାରୁ ବିଭିନ୍ନ ଦିଗ ନେଇ ଯାଞ୍ଚ କରାଯାଉଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଉଁ ଗଛ ଲଗାଇବା

ପରିବେଶ ଉପରେ ବୃକ୍ଷହାନିର ପ୍ରତିକୂଳ ପ୍ରଭାବକୁ ଦୂର କରିବା ପାଇଁ ଉଭୟ ସରକାରୀ ଓ ବେସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ମାତ୍ର କେଉଁ ସ୍ଥାନ...

ଆଶା ନିରାଶାର ଖେଳ

ଆଶା ଭବିଷ୍ୟତର ସୂଚକ। ଆଶାର ଅନାଗତ ସ୍ବରୂପ ମଣିଷର ପରିକଳ୍ପନା ମାତ୍ର। ସେହି ଆଶାର ସାମୟିକ ଝଲକ ତାକୁ ବର୍ତ୍ତମାନର କର୍ମ ସମ୍ପାଦନ ପାଇଁ ଉତ୍ସାହିତ...

ବଡ଼ ଧରଣର ଟ୍ରେନ ଦୁର୍ଘଟଣା: ରାଜଧାନୀ ଏକ୍ସପ୍ରେସ ଧକ୍କାରେ ୮ ହାତୀ ମୃତ, ୫ କୋଚ୍..

ନୂଆଦିଲ୍ଲୀ, ୨୦।୧୨:  ଆସାମରେ ବଡ଼ ଧରଣର ଟ୍ରେନ ଦୁର୍ଘଟଣା ହୋଇଛି । ଟ୍ରେନ୍ ନମ୍ବର ୨୦୫୦୭ DN ସାଇରଙ୍ଗ-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସ ହାତୀ ପଲକୁ ଧକ୍କା...

ଦାରିଙ୍ଗବାଡିରେ ଅସମ୍ଭାଳ ଜାଡ଼, ୨ ଦିନିଆ ଛୁଟି କାଟିବାକୁ ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡି,୨୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡି୍‌ରେ ପୁଣି ଶନିବାର ଶୀତର ପ୍ରକୋପ ବୃଦ୍ଧି ପାଇଛି। ସର୍ବନିମ୍ନ ତାପମାତ୍ରା ୬ ଡିଗ୍ରୀ ରହିଥିବା...

ବାହ୍ୟ ସୁରକ୍ଷାର ପୁନର୍ବିଚାର

ରାହୁଲ ରାସଗୋତ୍ରାଙ୍କୁ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନ୍‌ଏସ୍‌ଏ) ଭାବରେ ପୋର୍ଟ ଲୁଇସ୍‌ (ମରିସସ୍‌ ରାଜଧାନୀ)କୁ ପଠାଇବା ଏକ ନିୟମିତ ଘୋଷଣା ନ ଥିଲା, ବରଂ ଥିଲା...

IND vs SA: ଅଷ୍ଟ୍ରେଲିଆର ରେକର୍ଡ ଭାଙ୍ଗିଲା ଇଣ୍ଡିଆ, ସିରିଜ ଜିତି କଲା ଐତିହାସିକ ରେକର୍ଡ

ନୂଆଦିଲ୍ଲୀ, ୨୦।୧୨: ଭାରତୀୟ ଦଳ ପଞ୍ଚମ ଟି-୨୦ରେ ଦକ୍ଷିଣ ଆଫ୍ରିକାକୁ ୩୦ରନରେ ପରାସ୍ତ କରି ୩-୧ସିରିଜ ବିଜୟ ହାସଲ କରିଛି । ହାର୍ଦ୍ଦିକ ପାଣ୍ଡ୍ୟା ଏବଂ...

ବିଶ୍ୱର ୨୦% ଦେଶ ଉପରେ ଯାତ୍ରା ପ୍ରତିବନ୍ଧକ ଲଗାଇଲେ ଟ୍ରମ୍ପ, ବୁଲିବାକୁ ଯାଉଥିଲେ…

ଓ୍ବାଶିଂଟନ୍‌,୨୦।୧୨: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଆମେରିକାର ପ୍ରବାସନ ନୀତିକୁ କଡ଼ାକଡ଼ି କରିଛନ୍ତି। ନିକଟରେ ଟ୍ରମ୍ପ ପ୍ରଶାସନ ଆହୁରି ସାତଟି ଦେଶ ଏବଂ...

ପଡିଆରେ ଖୋଲାଖୋଲି ପ୍ରେମ କଲେ ହାର୍ଦ୍ଦିକ – ମାହିକା, ପାଣ୍ଡ୍ୟାଙ୍କ ଅର୍ଦ୍ଧଶତକ ପରେ କଲେ ଏମିତି, ଭାଇରାଲ ହେଲା…

ନୂଆଦିଲ୍ଲୀ, ୨୦।୧୨: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ତାଙ୍କ ପ୍ରେମ ପ୍ରକାଶ କରିବାର ଗୋଟିଏ ବି ସୁଯୋଗ ହାତଛଡ଼ା କରନ୍ତି ନାହିଁ। ଅହମ୍ମଦାବାଦରେ ଖେଳାଯାଇଥିବା ଭାରତ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri