ଦୁର୍ବୃତ୍ତ ଲୁଟିନେଲେ ନଗଦ ୧୮ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା, ସୁନା ଅଳଙ୍କାର

ବରଗଡ଼ ଅଫିସ,୧୫।୧: ବରଗଡ଼ ସହରସ୍ଥିତ ୫ ନଂ ଓ୍ବାର୍ଡର ସହରାପଡ଼ାରେ ଗତ ୧୨ ତାରିଖରେ ପ୍ରାୟ ୨୫ ଲକ୍ଷ ଟଙ୍କାର ସମ୍ପତ୍ତି ଲୁଟ୍‌ ଘଟଣାର ପର୍ଦ୍ଦାଫାଶ ହୋଇଛି । ବରଗଡ଼ ଟାଉନ ଥାନା ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିବା ସହିତ ଲୁଟ୍‌ ଟଙ୍କା ଓ ଗହଣା ଉଦ୍ଧାର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ, ୫ ନଂ ଓ୍ବାର୍ଡର ବିକାଶ ଓରଫ ବିଟୁ ମଟାରୀ(୨୭), ୨ ନଂ ଓ୍ବାର୍ଡର ବେହେରାଟିକ୍ରାର ଅଶୋକ ରଣା(୩୪) ଏବଂ ସୁଶାନ୍ତ ଭୁଏ ଓରଫ ଗିଡିଲି ଛୁଆ ଓରଫ ଛେଲ(୨୮)। ସେମାନଙ୍କ ପାଖରୁ ନଗଦ ୧୮ଲକ୍ଷ ୨୪ ହଜାର ଟଙ୍କା, ସୁନା, ରୁପା, ହୀରା ଗହଣା, ବ୍ୟବହୃତ ବାଇକ, ଛୁରି ଆଦି ଜବତ ହୋଇଛି ବୋଲି ଶୁକ୍ରବାର ଜିଲା ପୋଲିସ ମୁଖ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ବରଗଡ଼ ଏସ୍‌ପି ପଦ୍ମିନୀ ସାହୁ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତମାନେ ସହରାପଡ଼ା ନିବାସୀ ବ୍ୟବସାୟୀ ଅଙ୍କିତ ଅଗ୍ରଓ୍ବାଲଙ୍କ ଘରକୁ ପଶି ଦିନ ଦ୍ବିପ୍ରହରରେ ଲୁଟ୍‌ପାଟ କରି ଖସି ଯାଇଥିଲେ। ଏ ନେଇ ଏତଲା ପାଇବା ପରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ୩ଟି ସ୍କ୍ବାଡ ଗଠନ କରାଯାଇଥିଲା ଏବଂ ଘଟଣାର ୪୮ ଘଣ୍ଟା ମଧ୍ୟରେ ଅଭିଯୁକ୍ତମାନେ ଧରାପଡ଼ି ଯାଇଥିଲେ। ତେବେ ଗିରଫ ଅଭିଯୁକ୍ତଙ୍କ ନାମରେ ଏହା ପୂର୍ବରୁ କୌଣସି ଅପରାଧିକ ମାମଲା ଥିବା ବର୍ତ୍ତମାନ ସୁଦ୍ଧା ଜଣାପଡ଼ିନାହିଁ ବୋଲି ଏସ୍‌ପି କହିଛନ୍ତି। ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଏସ୍‌ପି ପ୍ରଦ୍ୟୁମ୍ନ କୁମାର ମିଶ୍ର, ଏସ୍‌ଡିପିଓ ଦୀପକ ଗୋଚ୍ଛାୟତ, ଟାଉନ ଥାନା ଆଇଆଇସି ସଦାନନ୍ଦ ପୂଜାହାରୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri