ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୫ ଗିରଫ

ଜୁନାଗଡ଼, ୭।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ବୁଧବାର ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଜଣକୁ ଗିରଫ କରିଛି। ଗିରଫମାନେ ହେଲେ ଭବାନୀପାଟଣା ସଦର ଥାନା ନାସିଗାଁର କାଳିଆ ଓରଫ ହେମରାଜ ହରପାଲ(୨୭), ତେନ୍ତୁଳିଖୁଣ୍ଟି ଗ୍ରାମର ସୁବାସ ମଙ୍ଗରାଜ(୩୨), କେଗାଁ ଥାନା ବୋରମୁଣ୍ଡ ଗ୍ରାମର ଭୁବନେ ବାଗ(୨୮), ଗୋଳାମୁଣ୍ଡା ଥାନା ଶଙ୍କରିପାଲିର ବେଦ ବାଗ (୩୫) ଓ ବଲାଙ୍ଗୀର ଜିଲା ସନ୍ଦେକେଲା ଥାନା ମମିଆ ଗ୍ରାମର ମନୋଜ ଦୀପ(୨୨)। ଏମାନଙ୍କଠାରୁ ୩ଟି ମୋଟର ସାଇକେଲ, ୬ଟି ମୋବାଇଲ ଫୋନ୍‌ ଓ ନଗଦ ୧୧ ହଜାର ୨୦ଟଙ୍କା ଜବତ କରାଯାଇଛି। ତେବେ ଏହି ଘଟଣାରେ ଭବାନୀପାଟଣା ସଦର ଥାନା ତେନ୍ତୁଳିଖୁଣ୍ଟି ଗ୍ରାମର ରାଜ କିଶୋର ବାଗ(୨୯) ଓ ଜଗନ୍ନାଥ ନାଏକ ଫେରାର ଅଛନ୍ତି। ଏ ନେଇ ଜୁନାଗଡ଼ ଥାନାରେ ନଂ.୨୬୮/୨୦ରେ ଏକ ମାମଲା ରୁଜୁ ହୋଇଛି। ଫେରାର ଥିବା ଅନ୍ୟ ୨ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଜୁନାଗଡ଼ ଭାରପ୍ରାପ୍ତ ଥାନା ଅଧିକାରୀ ଉତ୍ତମ କୁମାର ସାହୁ ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ସେପ୍ଟେମ୍ବର ୨୪ ତାରିଖ ଅପରାହ୍ନରେ ଆରୋହଣ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ଶଙ୍କରିପାଲି ଗ୍ରାମର ରାହୁଲ ନାଗ ଟଙ୍କା ଆଦାୟକରି ଜୁନାଗଡ଼ରୁ ଫେରୁଥିଲେ। ପାଣିଗାଁ ଜଙ୍ଗଲ ନିକଟରେ ଏହି ୭ ଲୁଟେରା ତାଙ୍କୁ ଅଟକାଇ ୩୦ହଜାର ୪୫୦ ଟଙ୍କା, ଗୋଟିଏ ମୋବାଇଲ ଫୋନ, ମନି ରିସିଭ ବୁକ୍‌ ଓ ମୋଟର ସାଇକେଲର ଚାବି ନେଇଯାଇଥିଲେ। ଏ ନେଇ ଅଭିଯୋଗ ପରେ ପୋଲିସ ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି

ଭବାନୀପାଟଣା,୧୮ା୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବିବିସିପଡ଼ା ହନୁମାନ ମନ୍ଦିର ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଗୁଳିକାଣ୍ଡ ହୋଇଛି। ସାମାନ୍ୟ ବଚସାରୁ ଜଣେ ମଦ୍ୟପ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ରକ୍ତରେ ଭିଜିଲା ସପ୍ତାମାତୃକା ଶୈବପୀଠ, ଶହ ଶହ ପଶୁପକ୍ଷୀଙ୍କୁ ଦିଆଗଲା ବଳି

ତୁଣ୍ଡଲା,୧୭।୨(ଫିରୋଜ କୁମାର ଦାଶ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକ ବେଲଖଣ୍ଡି ସ୍ଥିତ ତେଲ ଓ ଉତେଇ ନଦୀର ସଙ୍ଗମରେ ଥିବା ସର୍ବପୁରାତନ ତଥା ଐତିହାସିକ ସପ୍ତମାତୃକା ଶୈବପୀଠ…

ଥୁଆମୂଳ ରାମପୁର: DMF ପାଣ୍ଠି ପାଇଁ ବିଡିଓଙ୍କୁ ସ୍ମାରକପତ୍ର

ଥୁଆମୂଳ ରାମପୁର,୧୭।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ଜିଲା ଖଣିଜ ପ୍ରତିଷ୍ଠାନ (DMF) ପାଣ୍ଠିରେ ଅନ୍ତର୍ଭୁକ୍ତ କରିବା ସହ ସରପଞ୍ଚମାନଙ୍କୁ କ୍ଷମତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri