ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ : ୫ ଗିରଫ

ଜୁନାଗଡ଼, ୭।୧୦(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ଼ ପୋଲିସ ବୁଧବାର ଏକ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି। ଏହି ଘଟଣାରେ ସମ୍ପୃକ୍ତ ଥିବା ୫ ଜଣକୁ ଗିରଫ କରିଛି। ଗିରଫମାନେ ହେଲେ ଭବାନୀପାଟଣା ସଦର ଥାନା ନାସିଗାଁର କାଳିଆ ଓରଫ ହେମରାଜ ହରପାଲ(୨୭), ତେନ୍ତୁଳିଖୁଣ୍ଟି ଗ୍ରାମର ସୁବାସ ମଙ୍ଗରାଜ(୩୨), କେଗାଁ ଥାନା ବୋରମୁଣ୍ଡ ଗ୍ରାମର ଭୁବନେ ବାଗ(୨୮), ଗୋଳାମୁଣ୍ଡା ଥାନା ଶଙ୍କରିପାଲିର ବେଦ ବାଗ (୩୫) ଓ ବଲାଙ୍ଗୀର ଜିଲା ସନ୍ଦେକେଲା ଥାନା ମମିଆ ଗ୍ରାମର ମନୋଜ ଦୀପ(୨୨)। ଏମାନଙ୍କଠାରୁ ୩ଟି ମୋଟର ସାଇକେଲ, ୬ଟି ମୋବାଇଲ ଫୋନ୍‌ ଓ ନଗଦ ୧୧ ହଜାର ୨୦ଟଙ୍କା ଜବତ କରାଯାଇଛି। ତେବେ ଏହି ଘଟଣାରେ ଭବାନୀପାଟଣା ସଦର ଥାନା ତେନ୍ତୁଳିଖୁଣ୍ଟି ଗ୍ରାମର ରାଜ କିଶୋର ବାଗ(୨୯) ଓ ଜଗନ୍ନାଥ ନାଏକ ଫେରାର ଅଛନ୍ତି। ଏ ନେଇ ଜୁନାଗଡ଼ ଥାନାରେ ନଂ.୨୬୮/୨୦ରେ ଏକ ମାମଲା ରୁଜୁ ହୋଇଛି। ଫେରାର ଥିବା ଅନ୍ୟ ୨ ଅଭିଯୁକ୍ତଙ୍କୁ ଖୁବଶୀଘ୍ର ଗିରଫ କରାଯିବ ବୋଲି ଜୁନାଗଡ଼ ଭାରପ୍ରାପ୍ତ ଥାନା ଅଧିକାରୀ ଉତ୍ତମ କୁମାର ସାହୁ ପ୍ରକାଶ କରିଛନ୍ତି। ପ୍ରକାଶ ଯେ, ସେପ୍ଟେମ୍ବର ୨୪ ତାରିଖ ଅପରାହ୍ନରେ ଆରୋହଣ ଫାଇନାନ୍ସ କମ୍ପାନୀରେ କାମ କରୁଥିବା ଶଙ୍କରିପାଲି ଗ୍ରାମର ରାହୁଲ ନାଗ ଟଙ୍କା ଆଦାୟକରି ଜୁନାଗଡ଼ରୁ ଫେରୁଥିଲେ। ପାଣିଗାଁ ଜଙ୍ଗଲ ନିକଟରେ ଏହି ୭ ଲୁଟେରା ତାଙ୍କୁ ଅଟକାଇ ୩୦ହଜାର ୪୫୦ ଟଙ୍କା, ଗୋଟିଏ ମୋବାଇଲ ଫୋନ, ମନି ରିସିଭ ବୁକ୍‌ ଓ ମୋଟର ସାଇକେଲର ଚାବି ନେଇଯାଇଥିଲେ। ଏ ନେଇ ଅଭିଯୋଗ ପରେ ପୋଲିସ ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri