ମହିଳାଙ୍କଠାରୁ ୮୦ ହଜାର ଟଙ୍କା ସହ ସୁନାଗହଣା ଲୁଟି ୩ ଗିରଫ

କଣ୍ଟାପଡ଼ା,୨୭ା୧୧(ଡି.ଏନ୍‌.ଏ.): କଟକ ଜିଲା ଅଧିନସ୍ଥ ଅଡ଼ଶପୁର ବଜାରରେ ଶୁକ୍ରବାର ପୂର୍ବାହ୍ନରେ ଜଣେ ମହିଳାଙ୍କଠାରୁ ସୁନାଗହଣା ଓ ଟଙ୍କା ଲୁଟ୍‌ କରିଥିଲେ ଦୁର୍ବୃତ୍ତ। ଏହି ଘଟଣାରେ ଓଲଟପୁର ପୋଲିସ ଆଜି ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ନାବାଳକ ଥିବା ଜଣାପଡ଼ିଛି। ଅନ୍ୟ ଗିରଫ ଦ୍ୱୟ ହେଲେ ପୁରୀ ଜିଲା ପିପିଲି ଥାନା ଅଞ୍ଚଳର ରାଜା ଶିକାରୀ(୨୦) ଓ ଅନ୍ୟ ଜଣେ ଗୋବିନ୍ଦପୁର ଥାନା ଅନ୍ତର୍ଗତ ଅରଶୋଲ ଗ୍ରାମର ବିଭୂତି ଭୂଷଣ ଭୋଇ(୩୬) ବୋଲି ଜଣାପଡ଼ିଛି। ପୋଲିସ ଅଭିଯୁକ୍ତଙ୍କଠାରୁ ସମସ୍ତ ସୁନାଗହଣା ଓ ନଗଦ ୭୯୨୫୫ ଟଙ୍କା ଜବତ କରିଛି। ମହିଳାଙ୍କ ଅଭିଯୋଗ କ୍ରମେ ଓଲଟପୁର ଥାନା କେସ୍‌ ନଂ ୧୨୫/୨୧ରେ ଏକ ମାମଲା ରୁଜୁ କରିଛି ପୋଲିସ।

ସୂଚନାଯୋଗ୍ୟ, ନିଆଳି ଥାନା ଏରଞ୍ଚ ଗ୍ରାମର ପ୍ରତିମା ରାଣୀ ସେନାପତି କାନାଡା ବ୍ୟାଙ୍କକୁ ଟଙ୍କା ଆଣିବା ପାଇଁ ଶୁକ୍ରବାର ଯାଇଥିଲେ। ଆକାଉଣ୍ଟରୁ ୮୦ ହଜାର ଟଙ୍କା ଉଠାଇଥିଲେ। ଅଧିକ ଅର୍ଥ ଆବଶ୍ୟକ ଥିବାରୁ ସେ ନିଜର ଗହଣା ବନ୍ଧକ ରଖି ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଚାହିଁଥିଲେ। ମାତ୍ର ସୁନା ଯାଞ୍ଚ କରୁଥିବା ବଣିଆ ଆସି ନ ଥିବାରୁ ପ୍ରତିମା ଉକ୍ତ ଟଙ୍କାରୁ ୨୦୦ ଟଙ୍କା କାଢ଼ି ଅବଶିଷ୍ଟ ଟଙ୍କା ଓ ସୁନାଗହଣାକୁ ବ୍ୟାଗ୍‌ରେ ରଖି ଅଡ଼ଶପୁର ତ୍ରିଛକି ଆଡ଼କୁ ଚାଲିଚାଲି ଆସୁଥିଲେ। ଏହି ସମୟରେ ଅଭିଯୁକ୍ତମାନେ ପଛପଟୁ ଆସି ତାଙ୍କଠାରୁ ବ୍ୟାଗ୍‌ ଛଡ଼ାଇ ନେଇଥିଲେ। ପ୍ରତିମା ଚିତ୍କାର କରିବାରୁ ଲୋକମାନେ ସେମାନଙ୍କୁ କାବୁ କରିବାବେଳେ ଅଭିଯୁକ୍ତମାନେ ବ୍ୟାଗ୍‌ଟିକୁ ଫିଙ୍ଗି ଦେଇଥିଲେ। ତେବେ ବ୍ୟାଗ୍‌ଟିକୁ ବିଭୂତି ସେଠାରୁ ନେଇ ସେଠାରୁ ଫେରାର ହୋଇ ଯାଇଥିଲେ। ପୋଲିସ ଛକରେ ଲାଗିଥିବା ଏକ ସିସିଟିଭି କ୍ୟାମେରାକୁ ଯାଞ୍ଚ କରିବା ପରେ ବିଭୂତିଙ୍କୁ ଠାବ କରି ଲୁଟ୍‌ ସାମଗ୍ରୀ ଜବତ କରିଥିଲା। ଜବତ ଟଙ୍କାରୁ ବିଭୂତି ୫୪୫ଟଙ୍କା ଖର୍ଚ୍ଚ କରିଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆବର୍ଷରୁ ଶନିଙ୍କ ସାଢେ ସାତ ଚାଲି ଆରମ୍ଭ; ଏହି ୩ ରାଶିର ଖରାପ ଟାଇମ ଷ୍ଟାର୍ଟ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହରାଜ ଶନିଙ୍କୁ କର୍ମଫଳ ଦାତା ଓ ନ୍ୟାୟ ପ୍ରଦାତା ଗ୍ରହ ଭାବେ ଗଣନା କରଯାଇଥାଏ । ଶନି ଯେତେବେଳେ ଗୋଟିଏ ରାଶିରେ ଦୀର୍ଘ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri