ସେବା ନାଁରେ ଲୁଟ୍‌: କ୍ୱାକ୍‌ ହାତରେ ଗ୍ରାମାଞ୍ଚଳର ସ୍ବାସ୍ଥ୍ୟସେବା

ପଦ୍ମପୁର,୧୯ା୧୧(ପ୍ରଦୀପ୍ତ ଦାଶ):ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। କିନ୍ତୁ ଆଜି ମଧ୍ୟ ଅନେକ ଗ୍ରାମାଞ୍ଚଳରେ ସ୍ବାସ୍ଥ୍ୟସେବା ପହଞ୍ଚତ୍ ପାରୁନାହିଁ। ଆବଶ୍ୟକ ଡାକ୍ତର ଅଭାବ ଯୋଗୁ ଲୋକମାନେ କ୍ୱାକ୍‌ର ଶିକାର ହୋଇ ମୃତ୍ୟୁ ମୁଖରେ ପଡୁଛନ୍ତି। ଏହା ଦେଖିବାକୁ ମିଳିଛି ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ। ଏଠାରେ ଅନଭିଜ୍ଞ କ୍ୱାକ୍‌ ଲୋକଙ୍କ ଜୀବନ ସହିତ ଖେଳୁଛନ୍ତି। ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଅନେକ ରୋଗୀଙ୍କ ଅକାଳରେ ମୃତ୍ୟୁ ଘଟୁଛି। କିନ୍ତୁ ସେହି କ୍ୱାକ୍‌ଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ନ ଥିବା ସାଧାରଣରେ ଅଭିଯୋଗ ହେଉଛି। ପଦ୍ମପୁର ଉପଖଣ୍ଡର ବିଶେଷ କରି ଉପାନ୍ତ ଅଞ୍ଚଳ ଜଗଦଲପୁର, ଲଖମରା, ଡଭା, ପଦ୍ମପୁର ଅନ୍ତର୍ଗତ ବୁଡେନ, ଦହିତା, କଂସର, ମାଣ୍ଡୋସିଲ ଆଦି ଅଞ୍ଚଳରେ ଏହି କ୍ୱାକ୍‌ମାନଙ୍କ ଦୌରାତ୍ମ୍ୟରେ ସାଧାରଣ ଅତିଷ୍ଠ ହୋଇପଡୁଛନ୍ତି। କେବଳ ଉପାନ୍ତ ଅଞ୍ଚଳ କାହିଁକି ପଦ୍ମପୁର ସହର ଆଖପାଖରେ ମଧ୍ୟ ଏମାନେ କ୍ଲିନିକ ଖୋଲି ରୋଗୀ ଚିକିତ୍ସା କରୁଛନ୍ତି। ବର୍ତ୍ତମାନ ପଦ୍ମପୁର ଉପଖଣ୍ଡ ଡାକ୍ତରଖାନା ସମେତ ଗ୍ରାମାଞ୍ଚଳର ଡାକ୍ତରଖାନାରେ ମଧ୍ୟ ଅଧାରୁ ଅଧିକ ଡାକ୍ତର ସମେତ ଅନ୍ୟାନ୍ୟ ପଦବୀ ଖାଲିପଡ଼ିଛି। ଆବଶ୍ୟକ ଡାକ୍ତର ଅଭାବ ଥିବାରୁ ରୋଗୀମାନେ ବାଧ୍ୟ ହୋଇ ଅନଭିଜ୍ଞ କ୍ୱାକ୍‌ଙ୍କ ଦ୍ୱାରସ୍ଥ ହେଉଛନ୍ତି ଓ ଲୁଟର ଶିକାର ହେଉଛନ୍ତି। ଏପରି କି କ୍ୱାକ୍‌ମାନେ ନିଜକୁ ଶିକ୍ଷିତ ଦେଖାଇ ବେଆଇନ ଗର୍ଭପାତ କରିବା ସହିତ ଗ୍ରାମାଞ୍ଚଳରେ ଥିବା ଗର୍ଭବତୀ ଓ ଶିଶୁମାନଙ୍କୁ ତ୍ରୁଟିପୂର୍ଣ୍ଣ ଚିକିତ୍ସା କରିବା ଦ୍ୱାରା ବିଭିନ୍ନ ସମୟରେ ସେମାନେ ମଧ୍ୟ ଅକାଳ ମୃତ୍ୟୁବରଣ କରୁଥିବା ଦେଖାଯାଉଛି। ଏ ସମ୍ପର୍କରେ ଉପଖଣ୍ଡ ଚିକିତ୍ସା ଅଧିକାରୀଙ୍କୁ ଯୋଗାଯୋଗ କରିଥିଲେ ସୁଦ୍ଧା ତାଙ୍କ ପ୍ରତିକ୍ରିୟା ମିଳିପାରିନାହିଁ। ଏଭଳି ବେଆଇନ କାର୍ଯ୍ୟକୁ ରୋକିବା ପାଇଁ ଜିଲାସ୍ତରୀୟ ଟାସ୍କ ଫୋର୍ସ ଗଠନ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?