ବୃଦ୍ଧ ଦମ୍ପତିଙ୍କଠାରୁ ଲୁଟିନେଲେ ଟଙ୍କା ବ୍ୟାଗ୍‌

ଜମନକିରା,୧୧ା୫(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ଅଞ୍ଚଳରେ ଖୁଲମଖୁଲା ଭାବେ ଚୋରି, ଡକାୟତି ଚାଲିଥିବା ଦେଖିବାକୁ ମିଳୁଛି। ଲୁଟେରା କେତେବେଳେ କାହାଠାରୁ ଟଙ୍କା ଲୁଟ୍‌ କରି ନେଇଯାଉଛନ୍ତି ତ, କେତେବେଳେ ବସ୍‌ଷ୍ଟାଣ୍ଡରେ ଭୁଜାଲି ଦେଖାଇ ଧମକ ଦେଉଛନ୍ତି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଜମନକିରା ବ୍ଲକ ବଡ଼ମାଳ ପଞ୍ଚାୟତ ବିଚ୍‌ ବସଷ୍ଟାଣ୍ଡରେ।

ସୂଚନାଯୋଗ୍ୟ, ମଙ୍ଗଳବାର ଅପରାହ୍ନରେ ୨ ଜଣ ଯୁବକ ଏକ ବାଇକ୍‌ରେ ଅଚାନକ ଆସି ଗାଡ଼ିକୁ ଦୂରରେ ଛିଡ଼ା କରିଥିଲେ। ପରେ ଛକକୁ ଆସି ବସ୍‌କୁ ଅପେକ୍ଷା କରି ପ୍ରେକ୍ଷାଳୟରେ ବସିଥିବା ୨ ବୃଦ୍ଧ ଦମ୍ପତିଙ୍କଙ୍କ ବ୍ୟାଗ ଟଣାଓଟରା କରିଥିଲେ। ଏହା ଦେଖି ପାଖରେ ଥିବା ଜଣେ ଯୁବକ ଏବଂ ସେଠି ଦୋକାନ କରିଥିବା ୨ ମହିଳା ଏହାର ପ୍ରତିବାଦ କରିବାରୁ ସେ ଦୁଇ ଅଭିଯୁକ୍ତ ଯୁବକ ନିଜ ଥଳିରୁ ଏକ ଭୁଜାଲି ବାହାର କରି ଭୟଭୀତ କରିଥିଲେ। ଏହାର ପ୍ରତିବାଦ କରୁଥିବା ଯୁବକଙ୍କ ଉପରେ ଆକ୍ରମଣ କରୁଥିବା ବେଳେ ଯୁବକ ଜଣକ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ। ଯୁବକକୁ ସେ ଦୁଇ ଅଭଯୁକ୍ତ ଭୁଜାଲି ଦେଖାଇ କିଛି ଟଙ୍କା ଛଡ଼ାଇ ନେଇଥିବା ଜଣାପଡିଛି। ମହିଳା ଦୋକାନୀଙ୍କ କହିବା ଅନୁଯାୟୀ, ସେହି ଭୁଜାଲି ଧରିଥିବା ୨ ଜଣ ଯୁବକ ଅପରାଧୀ ପରି ଦିଶୁଥିବା ବେଳେ ଦୁହେଁ ଟଙ୍କା ଲୁଟି ନେଇ ଜମନକିରା ଆଡ଼କୁ ଯାଇଥିବା କହିଥିଲେ।  ଜମନକିରା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ  ଏହା ହେଉଥିବା ଲୋକଙ୍କ ଅଭିଯୋଗ ହେଉଛି। ଏହିଭଳି ଅଞ୍ଚଳରେ ଗୁଣ୍ଡାରାଜ ବଢ଼ିବା ନେଇ ଅସନ୍ତୋଷ ପ୍ରକାଶ ପାଉଛି। ପୋଲିସ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ବସରୁ ଜବତ ହେଲା ୭ କାର୍ଟୁନ ଗୁଟଖା, ଅଡ଼ବା ପୋଲିସ…

ମୋହନା,୨୩।୮(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ପୋଲିସ ପକ୍ଷରୁ ଅବୈଧ ଭାବେ ଗୁଟଖା ଚାଲାଣ ବିରୋଧରେ ଚଢ଼ାଉ କରାଯାଇ ୭ ଗୋଟି ଗୁଟଖା କାର୍ଟୁନ ଜବତ କରିଛି…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri