ଲକ୍ଷାଧିକ ଟଙ୍କା ଲୁଟ୍‌ ଘଟଣାରେ ୩ ଜଣଙ୍କୁ ଗିରଫ କଲା ପୋଲିସ, ଦୁଇ ବାଇକ୍‌ ଜବତ

କୋରାପୁଟ,୬ା୨(ସ୍ବ.ପ୍ର.): କୋରାପୁଟ ସହରରେ କିଛିଦିନ ତଳେ ଲୁଟେରାଙ୍କ ଦ୍ୱାରା ୩ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିଲା। ଏହି ଘଟଣାରେ ଜଡ଼ିତ ୩ ଜଣଙ୍କୁ ସୋମବାର କୋରାପୁଟ ଟାଉନ ପୋଲିସ ଗିରଫ କରିବା ସହ ସେମାନଙ୍କ ଠାରୁ ନଗଦ ୧ ଲକ୍ଷ ୭୦ ହଜାର ୫୪୬ ଟଙ୍କା ସହ ଦୁଇଟି ବାଇକ୍‌ ଜବତ ହୋଇଥିବା ବେଳେ ୩ ମୋବାଇଲ ଜବତ କରାଯାଇଥିବା ସୋମବାର ସ୍ଥାନୀୟ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ଅଭିନବ ସୋନକାର ସୂଚନା ଦେଇଛନ୍ତି। ଗିରଫ ୩ ଲୁଟେରା ହେଲେ ଏ ଶିବା (୩୦), ରାଜେନ୍ଦ୍ର (୨୩), ଏ ଅର୍ଜୁନ (୧୯) ଏମାନେ ସମସ୍ତେ ଗଞ୍ଜାମ ଜିଲାର ବୋଲି ପୋଲିସ କହିଛି। କିନ୍ତୁ ଲୁଟ୍‌ ଘଟଣାର ମାଷ୍ଟରମାଇଣ୍ଡ ବର୍ତ୍ତମାନ ଫେରାର ରହିଛନ୍ତି। ଟାଉନ ଥାନାରେ ଏ ନେଇ ୩୦/୨୦୨୩ରେ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଚାଲିଛି। ଏହି ଖବରଦାତା ସମ୍ମିଳନୀରେ ଏସ୍‌ପିଓ ମନୋଜ ପୂଜାରୀଙ୍କ ସମେତ ଟାଉନ ଥାନାଧିକାରୀ ଧୀରେନ ପଟ୍ଟନାୟକ ଓ ଏସ୍‌ଆଇ ସୁଦର୍ଶନ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ପାଟଣା ରେଞ୍ଜର ସମୀକ୍ଷା କଲେ ଡିଏଫଓ, ବିଦ୍ୟୁତ ପ୍ରହରୀ…

ପାଟଣା,୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କାର୍ଯ୍ୟାଳୟରେ ବୁଧବାର ରେଞ୍ଜସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ କେନ୍ଦୁଝର ବନଖଣ୍ଡର ଡିଭିଜନାଲ ଫରେଷ୍ଟ…

ଖଣ୍ଡାଦେଉଳି ଅଞ୍ଚଳରେ ଶୋକର ଛାୟା, ୪ ଥର ସରପଞ୍ଚ ହୋଇଥିଲେ କମ୍ରେଡ ଲିଙ୍ଗରାଜ

ଗଞ୍ଜାମ,୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡାଦେଉଳି ପଂଚାୟତର ପୂର୍ବତନ ସରପଞ୍ଚ ତଥା ବରିଷ୍ଠ ସିପିଏମ ନେତା କମ୍ରେଡ ଲିଙ୍ଗରାଜ ପଲେଇଙ୍କ ଦେହାନ୍ତ ହୋଇଛି ।…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri