ଲଘୁ ଖଣିଜ ଦ୍ରବ୍ୟ ଲୁଟ ଅଣାୟତ୍ତ

ରଗଡି,୨୧ା୧୧(ଡି.ଏନ.ଏ.): ବ୍ୟାସନଗର ତହସିଲରେ ମୂଲ୍ୟବାନ ଲଘୁ ଖଣିଜ ସମ୍ପଦ ଚୋରାଚାଲାଣ ବନ୍ଦ ହେବା ଦିଶୁନାହିଁ। ବିଭାଗୀୟ ଅଧିକାରୀଙ୍କ ସହଯୋଗ ରହୁଥିବାରୁ ଏହି ବେଆଇନ କାର୍ଯ୍ୟ ଅଣାୟତ୍ତ ହୋଇପଡ଼ିଛି। ଏହି ତହସିଲର ପଛିକୋଟ ରାଜସ୍ବ ନିରୀକ୍ଷକ (ଆରଆଇ) ଅଧୀନ ଜଙ୍ଗଲ ଓ ସରକାରୀ ଜମିରୁ ନିୟମିତ ମୋରମ ଚୋରି ହେଉଥିବା ଅଭିଯୋଗ ହେଉଥିବାବେଳେ ରାଜସ୍ବ ବିଭାଗ ଟେର ପାଉନାହିଁ। ଏପରି କି ରାଜସ୍ବ ବିଭାଗ ଅଫିସ ନିକଟ ଆକାଶିଆ ବଣ ନିକଟରୁ ମୋରମ ଚୋରାଚାଲାଣ ବିନା ବାଧାରେ ହେଉଥିବା ଦେଖିବାକୁ ମିଳୁଛି। ରାତି ହେଲେ ମାଫିଆ ଜେସିବି ସାହାଯ୍ୟରେ ସରକାରୀ ଜମି ଓ ଜଙ୍ଗଲ ଜମିଗୁଡ଼ିକୁ ତାଡ଼ି ମୋରମ ନେଇଯାଉଛନ୍ତି। ତାହାକୁ ଟ୍ରିପ୍‌ ପିଛା ହଜାର ଟଙ୍କାରେ ବିକୁଥିବା ଜଣାପଡ଼ିଛି। ତେବେ ଏହି ଚୋରା ମୋରମକୁ ପଛିକୋଟ ପଞ୍ଚାୟତ କଡ଼ମା ଗ୍ରାମର କେତେଜଣ ଠିକାଦାର କିଣି ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା କାର୍ଯ୍ୟରେ ବ୍ୟବହାର କରି ଲକ୍ଷାଧିକ ଟଙ୍କା ଅନୁଦାନ ରାଶି ହଡ଼ପ କରୁଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷରେ ଖୋଳା ଯାଉଥିବା ସ୍ଥାନଗୁଡ଼ିକରେ ବଡ଼ବଡ଼ ଗର୍ତ୍ତ ସୃଷ୍ଟି ହେଉଥିବାରୁ ବିଭିନ୍ନ ସମୟରେ ସେଥିରେ ପ୍ରାଣୀ ପଡ଼ି ପ୍ରାଣ ହରାଉଛନ୍ତି। ଏନେଇ ବ୍ୟାସନଗର ତହସିଲଦାର ଅଶୋକ କୁମାର ମାଝୀଙ୍କୁ ପଚାରିବାରୁ ମୋରମ ଚୋରାଚାଲାଣ ନେଇ ତାଙ୍କ ପାଖରେ କୌଣସି ଖବର ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ…

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ରାୟଗଡ଼ା କୋର୍ଟରେ ହାଜର ହେଲେ ମାଓବାଦୀ ନେତା ଆଜାଦ୍‌: ବନ୍ଧୁକ ମୁନରେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)-ନାବାଳିକାଙ୍କୁ ବଳାତ୍କାର ଓ ନିର୍ଯାତନା ଅଭିଯୋଗ ମାମଲାରେ ମାଓବାଦୀ ନେତା ଆଜାଦ୍‌ ଓରଫ୍‌ ଦୁନା କେଶବ ରାଓ ମଙ୍ଗଳବାର ରାୟଗଡ଼ା ପୋକ୍‌ସୋ କୋର୍ଟରେ ହାଜର…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri