ଦମ୍ପତିଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ, ସ୍ବାମୀ ଗୁରୁତର

ଚିତ୍ରଡ଼ା,୭ା୧: ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାସ୍ତାର ଗୁଞ୍ଜୁସାହି ଛକ ନିକଟରେ ଗୁରୁବାର ୪ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଦମ୍ପତିଙ୍କଠାରୁ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସ୍ବାମୀ ଦୀନକୃଷ୍ଣ ମାହାନା ଗୁରୁତର ହୋଇଛନ୍ତି।
ସୂଚନା ଅନୁଯାୟୀ, ବାରିପଦା ନିକଟ ଭାରବାଡ଼ି ଅଞ୍ଚଳର ଦୀନକୃଷ୍ଣ ଏକ ବାଇକ୍‌ରେ ସ୍ତ୍ରୀ ଓ ପିଲାଙ୍କ ସହ ବାଲେଶ୍ୱର ଜିଲା ବାଲିଆପାଳ ଅଭିମୁଖେ ଯାଉଥିଲେ। ଗୁଞ୍ଜୁସାହି ନିକଟରେ ଦୁଇଟି ବାଇକ୍‌ରେ ୪ଜଣ ଦୁର୍ବୃତ୍ତ ଆସି ସେମାନଙ୍କୁ ଅଟକାଇ ବନ୍ଧୁକ ଦେଖାଇ ଲୁଟପାଟ ଉଦ୍ୟମ କରିଥିଲେ। ଦୀନକୃଷ୍ଣ ଏହାର ପ୍ରତିବାଦ କରିବାରୁ ଦୁର୍ବୃତ୍ତମାନେ ବନ୍ଧୁକରେ ତାଙ୍କ ମୁଣ୍ଡକୁ ଆକ୍ରମଣ କରିଥିଲେ। ସେ ଗୁରୁତର ହୋଇ ପଡ଼ିବାରୁ ଦୁର୍ବୃତ୍ତମାନେ ତାଙ୍କ ସ୍ତ୍ରୀ ପିନ୍ଧିଥିବା ସୁନା ଗହଣା ନେଇ ଚମ୍ପଟ ମାରିଥିଲେ। ଦୁର୍ବୃତ୍ତମାନେ ଉଭୟ ହିନ୍ଦୀ ଏବଂ ବଙ୍ଗଳା ଭାଷାରେ କଥାବାର୍ତ୍ତା ହେଉଥିଲେ। ସେମାନେ ବ୍ୟବହାର କରିଥିବା ବାଇକ୍‌ ଦୁଇଟିରେ ପଶ୍ଚିମବଙ୍ଗ ରାଜ୍ୟର ନମ୍ବର ପ୍ଲେଟ ଲାଗିଥିବା ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି। ଖବରପାଇ ବାରିପଦା ସଦର ଥାନା ପୋଲିସ ପହଞ୍ଚି ଦୀନକୃଷ୍ଣଙ୍କୁ ଚିକିତ୍ସା ପାଇଁ ପିଆର୍‌ଏମ୍‌ ମେଡ଼ିକାଲକୁ ପଠାଇବା ସହ ତଦନ୍ତ ଜାରି ରଖିଛି। ଉଲ୍ଲେଖଯୋଗ୍ୟ ଯେ, ପୋଲିସକୁ ଚାଲେଞ୍ଜ ଦେଇ ଏହି ରାସ୍ତାରେ ଦୁର୍ବୃତ୍ତମାନେ ବାରମ୍ବାର ଲୁଟପାଟ ଚଳାଇଥିଲେ ମଧ୍ୟ ପୋଲିସ ସେମାନଙ୍କୁ ଧରିବାରେ ସକ୍ଷମ ହୋଇ ପାରୁନାହିଁ। ଏନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri