ମରଣାନ୍ତକ ଆକ୍ରମଣ କରି ଲୁଟ୍‌: ୨ ଅଭିଯୁକ୍ତ ଗିରଫ

ବଡ଼ବିଲ,୧୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମାଟକାମବେଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଶୁକ୍ରବାର ମରଣାନ୍ତକ ଆକ୍ରମଣ କରି ୪ ହଜାର ଟଙ୍କା ଓ ମୋବାଇଲ ଲୁଟ୍‌ ଘଟଣାରେ ପୋଲିସ ଶନିବାର ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ ପୂର୍ବକ କୋର୍ଟ ଚାଲାଣ କରିଛି। ଅନ୍ୟ ଦୁଇ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ ଦାମୁ ହଟିଂ ଅଞ୍ଚଳର ଅନିଲ ପଣ୍ଡା ଏବଂ ଅନିଲ ପାତ୍ର।

ମିଳିଥିବା ସୂଚନାନୁଯାୟୀ, ଶୁକ୍ରବାର ଅପରାହ୍ନରେ ଗାଢା ହଟିଂ ଅଞ୍ଚଳର ଅମର କୁମାର ବେହୁରିଆ ଏମ୍‌ଏନ୍‌ ୦୩ ଏସ୍‌ ୧୯୩୫ ନମ୍ବର ବିଶିଷ୍ଟ ବାଇକ ଯୋଗେ ଡ୍ୟୁଟି ଯାଉଥିବାବେଳେ ମାଟକାମବେଡ଼ା ଛକ ନିକଟରେ ୪ ଜଣ ଦୁର୍ବୃତ୍ତ ବାଇକ୍‌ ଅଟକାଇ ମରଣାନ୍ତକ ଆକ୍ରମଣ କରିଥିଲେ। ସେମାନେ ଅମରଙ୍କ ପକେଟରେ ଥିବା ୪ ହଜାର ଟଙ୍କା ଏବଂ ମୋବାଇଲ ଛଡ଼ାଇ ନେଇଥିଲେ। ଗୁରୁତର ଅବସ୍ଥାରେ ଅମର ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତରିତ ହୋଇଥିବାବେଳେ ଏନେଇ ବଡ଼ବିଲ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେସ୍‌ ନଂ ୬୪/୨୦୨୧ରେ ଏକ ମାମଲା ରୁଜୁ କରି ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri