ବଡ଼ଠାକୁର ପଡ଼ିଯିବା ଘଟଣା, ମାଡିଆସୁଛି ବଡ଼ ବିପଦ: କହୁ କହୁ କହିଦେଲେ…

ପୁରୀ,୧୦ା୭: ଆଡ଼ପ ମଣ୍ଡପକୁ ବଡ଼ଠାକୁର ବଳଭଦ୍ର ପହଣ୍ଡି ବିଜେ କଲାବେଳେ ମଙ୍ଗଳବାର ଅଘଟଣ ଘଟିଥିଲା । ବଡ଼ଠାକୁର ମୁହଁମାଡ଼ି ତଳେ ପଡ଼ିଯାଇଥଲେ। ଏହା ଜଗନ୍ନାଥପ୍ରେମୀଙ୍କ ମନରେ ଗଭୀର ଆଘାତ ଦେଇଛି। ବଳଭଦ୍ର ଚାରମାଳ ଉପରେ ପଡ଼ିଯିବାରୁ ୭ଜଣ ସେବାୟତ ଆହତ ହୋଇଛନ୍ତି। ତେବେ ପୂର୍ବଥର ମଧ୍ୟ ଆଡ଼ପ ପହଣ୍ଡି ବେଳେ ଜଗନ୍ନାଥ ହାମୁଡେଇ ପଡ଼ିଥିଲେ। ତେବେ ଏହାକୁ ନେଇ ରାଧାବଲ୍ଲଭ ମଠର ମଠାଧୀଶ ମହନ୍ତ ରାମକୃଷ୍ଣ ଦାସ ବୁଧବାର ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ ଏକ ଗଣମାଧ୍ୟମକୁ କହିଛନ୍ତି, ଜଗନ୍ନାଥ ଉପରେ ଆଧାରିତ ନୀଳାଦ୍ରି ମହୋଦୟ ଶାସ୍ତ୍ର ଅନୁଯାୟୀ ଏଭଳି ଅଘଟଣ ହେଲେ ବିପଦର ଆଶଙ୍କା ରହିଛି। ଦେଶ ଓ ରାଜ୍ୟ ପ୍ରତି ବିପଦ ରହିଛି। ଏହାର ପ୍ରତିକାର ମଧ୍ୟ ଅଛି। ଶୁଦ୍ଧ ବ୍ରାହ୍ମଣଙ୍କ ଦ୍ୱାରା ୧ଲକ୍ଷ ମୂଳମନ୍ତ୍ର ଜପ କରିବା ସହ ହୋମ କରାଯିବାର ଆବଶ୍ୟକତା ରହିଛି। ଏହି ପ୍ରତିକାର ଦ୍ୱାରା ବିପଦ ଟଳିଯିବ। ଆଗାମୀ ଦିନରେ ଯେମିତି ଏଭଳି ଭୁଲ୍‌ ନ ହେବ ସେଥିପ୍ରତି ସେବାୟତମନେ ଧ୍ୟାନ ଦେବା ଉଚିତ।


Enter your email to get our daily news in your inbox.

All Right Reserved By Dharitri.Com

ଅପହଞ୍ଚ ଗାଁରେ ଆଶାର କିରଣ: ସ୍ୱାବଲମ୍ବୀ ହେବେ ସାନ୍ତାଳୀ ମହିଳା, ମିଶନ ଶକ୍ତିରେ ଯୋଡ଼ି ହୋଇ…

ମହାକାଳପଡ଼ା,୪ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳ ସମୁଦ୍ର ତଟରେ ଅବସ୍ଥିତ ଅପହଞ୍ଚ ସାନ୍ତାଳୀ ଗ୍ରାମ ‘ପାଣିଖିଆ’। ଅନାଦି କାଳରୁ ଏହି ଗ୍ରାମର ସାନ୍ତାଳୀ…

ଆଗକୁ ପଞ୍ଚାୟତ ନିର୍ବାଚନ: ଜିତିବା ପାଇଁ ଭାଜପା କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ରାଜ୍ୟ ପ୍ରଭାରୀ ଡି. ପୁରନ୍ଦେଶ୍ୱରୀ

ଭୁବନେଶ୍ୱର,୪ା୧୦: ରାଜ୍ୟରେ ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଗ୍ରାମାଞ୍ଚଳରେ ଦଳର ସଂଗଠନକୁ ଆହୁରି ସୁଦୃଢ଼ କରିବା ଏବଂ ନିର୍ବାଚନୀ ମଇଦାନରେ ସଫଳତା ହାସଲ କରିବା ପାଇଁ ଭାରତୀୟ…

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

ଆଟଲାଣ୍ଟିକ ମହାସାଗର ଉପରେ ରହସ୍ୟଜନକ ଭାବେ ନିଖୋଜ ହେଲା ବିମାନ, ସାମ୍ନାକୁ ଆସିଲା ପାଇଲଟ୍‌ଙ୍କ ଶେଷ କଲ୍‌

ନୂଆଦିଲ୍‌ଲୀ,୪।୧୦: ଆଟଲାଣ୍ଟିକ ମହାସାଗର ଉପରେ ଉଡ଼ାଣ ଭରୁଥିବା ଏକ ବିମାନ ନିଖୋଜ ହୋଇଯାଇଛି, ଯାହା ଏକ ମେଡିକାଲ ଜେଟ ଅର୍ଥାତ ଏୟାର ଆମ୍ୱୁଲାନ୍ସ ଅଟେ। ଏଥିରେ ୬…

ମଶାଣି ଗୃହ ନଥିବାରୁ ହଟହଟା ଗ୍ରାମବାସୀ: ନିଜ ପାଇଁ ନିଜେ ଶ୍ମଶାନ ଜମି ସଫେଇ କଲା ଗ୍ରାମ୍ୟ କମିଟି

ଦାରିଙ୍ଗବାଡ଼ି, ୪/୧୦ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗ୍ରୀନବାଡ଼ି ପଞ୍ଚାୟତର ଗ୍ରାମ୍ୟ କମିଟି ପକ୍ଷରୁ ନିଜ ଗାଁ ଶ୍ମଶାନ ଜମିକୁ ନିଜେ ସଫେଇ କରି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ତାମିଲନାଡୁରେ ବନ୍ଧା ପଡ଼ିଛି ଦାଦନ ଶ୍ରମିକଙ୍କ ମୃତଦେହ

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଦାଦନ ସମସ୍ୟା ଅସମାହିତ ରହିଛି। ଜିଲାର ପଦ୍ମପୁର ଉପଖଣ୍ଡରେ ଏହି ସମସ୍ୟା ଲାଗି ରହିଛି। ଏଠାରୁ ପ୍ରତିବର୍ଷ ରାଜ୍ୟ ବାହାରକୁ ଲୋକେ…

ବନ୍ଧୁକ ମୁନରେ ଯୁବତୀଙ୍କୁ ବଳାତ୍କାର ମାମଲା: ଗପ ଶୁଣାଉଛି ପୋଲିସ

ଭୁବନେଶ୍ୱର,୪।୧୦ (ତ୍ରିନାଥ ମହାନ୍ତି): ନୟାପଲ୍ଲୀ ବେହେରାସାହି ବନ୍ଧୁକ ମୁନରେ ବଳାକତ୍ାର ମାମଲାରେ ଅଭିଯୁକ୍ତ ସନ୍ତୋଷ ପଣ୍ଡା ଓରଫ ଶ୍ରୀଧରଙ୍କୁ ପୋଲିସ ଗୁଳି କରିିବା ଘଟଣା ଏବେ ସାଧାରଣରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?