ଅପରାହ୍ନ ୩ଟାରୁ ସୁନାବେଶରେ ଦର୍ଶନ ଦେବେ ବଳଦେବଜୀଉ

କେନ୍ଦୁଝର,୭ା୭(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଅବସରରେ ଆସନ୍ତା ଶନିବାର ବାହୁଡା ଯାତ୍ରା ଏବଂ ୧୦ ତାରିଖ ରବିବାର ଶ୍ରୀଜୀଉଙ୍କ ସୁନାବେଶ ପରିଚାଳନା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟସ୍ଥିତ ମିନି କନ୍‌ଫରେନ୍‌ସ୍‌ ହଲ୍‌ରେ ଏହି ସ୍ବତନ୍ତ୍ର ବୈଠକ ହୋଇଥିଲା। ବୈଠକ ପ୍ରାରମ୍ଭରେ ଜିଲାପାଳ ଠାକରେ ସମସ୍ତଙ୍କୁ ସ୍ବାଗତ ସମ୍ଭାଷଣ କରିବା ସହ ଗୁଣ୍ଡିଚା ଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରାଇବାରେ ପୋଲିସ୍‌ ପ୍ରଶାସନର ଅଧିକାରୀମାନଙ୍କ ଉଲ୍ଲେଖନୀୟ ଉଦ୍ୟମ ପାଇଁ ସାଧୁବାଦ ଜଣାଇଥିଲେ।
ବାହୁଡା ଯାତ୍ରା ଏବଂ ସୁନାବେଶ କାର୍ଯ୍ୟକ୍ରମରେ ଅଧିକ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି। ଏସ୍‌.ପି. ମିତ୍ରଭାନୁ ମହାପାତ୍ର ବୈଠକରେ ଉଦ୍‌ବୋଧନ ଦେଇ ବାହୁଡ଼ା ଏବଂ ସୁନାବେଶ ଦିନ ଆଇନ ଶୃଙ୍ଖଳା ରକ୍ଷା ଦିଗ ଉପରେ ଆଲୋଚନା କରିବା ସହ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତେ ନିଷ୍ଠାର ସହ ଦାୟିତ୍ୱ ତୁଲାଇବାକୁ ଅଧିକାରୀଙ୍କୁ କହିଥିଲେ। ଉପଜିଲାପାଳ ତଥା ଦେବୋତ୍ତର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ନିଷ୍ପତ୍ତି ଅନୁଯାୟୀ ଶ୍ରୀ ଜୀଉଙ୍କ ସୁନାବେଶ ଆସନ୍ତା ରବିବାର ଅପରାହ୍ନ ୩ଟାରୁ ରାତି ୧୦ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ବୈଠକରେ ସୁନାବେଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଯଥା ଆଇନ ଶୃଙ୍ଖଳା, ବାରିକେଡ, ଆଲୋକ ବ୍ୟବସ୍ଥା, ରଥ ସୁରକ୍ଷା, ଟ୍ରାଫିକ୍‌ ନିୟନ୍ତ୍ରଣ, ସିସି ଟିଭି ବ୍ୟବସ୍ଥା, ମହକ ଚ୍ୟାନେଲ ଯୋଗେ ସିଧା ପ୍ରସାରଣ, ଫେସ୍‌ବୁକ୍‌ ଯୋଗେ ଲାଇଭ୍‌ ସ୍କ୍ରିନିଂ, ଏଲ୍‌ଇଡି ଟିଭି ବ୍ୟବସ୍ଥା ତଥା ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡିଯିବ ବୈତରଣୀ ସେତୁ

ରାମଚନ୍ଦ୍ରପୁର,୨୦।୪(ଗଣେଶ୍ୱର ସା)କେନ୍ଦୁଝର ଜିଲା ଘସିପୁରା ବ୍ଲକ୍‌ ଅନ୍ତର୍ଗତ ବାତୋଠା ଆମ୍ବୋକୁ ସଂଯୋଗୀକରଣ ହେଉଥିବା ବୈତରଣୀ ନଦୀର ସେତୁ ନିକଟରୁ ବେଧଡ଼କ ବାଲି ଚୋରାଚାଲାଣ ହେଉଛି। ସେହିପରି...

ମତ୍ସ୍ୟଜୀବୀଙ୍କୁ ମିଳୁନି ମୌଳିକ ସୁବିଧା

କାଳିପଦା, ୨୦।୪(ରାଜଶ୍ରୀ ପାଣିଗ୍ରାହୀ)ନିର୍ବାଚନ ପୂର୍ବରୁ ସବୁବର୍ଗର ଲୋକଙ୍କୁ ଖୁସି କରିବା ଲାଗି ବିଭିନ୍ନ ଲୋଭନୀୟ ଯୋଜନା ମାଧ୍ୟମରେ ସରକାର ଲୋକଙ୍କ ପାଖରେ ପହଞ୍ଚାଇବାକୁ ଚେଷ୍ଟା କରୁଛନ୍ତି।...

ଖରାରେ ଖଟୁଛନ୍ତି ଶ୍ରମିକ

ବାରିପଦା,୨୦ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ପ୍ରଚଣ୍ଡ ରୌଦ୍ରତାପକୁ ନେଇ ନିଦ୍ଦିଷ୍ଟ ସମୟ ମଧ୍ୟରେ ଶ୍ରମିକମାନେ କାର୍ଯ୍ୟ କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଥିବା ବେଳେ ମୟୂରଭଞ୍ଜ ଜିଲାରରେ...

ଗଞ୍ଜାମ ଜିଲାରେ ମହିଳାଙ୍କୁ ପ୍ରାର୍ଥୀ କରିନି ଭାଜପା

ବ୍ରହ୍ମପୁର,୨୦ା୪(ନରସିଂହ ସାହୁ)ମହିଳା ଭୋଟରଙ୍କୁ ନଜରରେ ରଖି ଭାଜପାର ନିର୍ବାଚନୀ ଇସ୍ତାହାରରେ ନାରୀ ଶକ୍ତି ବନ୍ଧନକୁ ଗୁରୁତ୍ୱ ଦିଆଯାଇଛି। ତେବେ ଗଞ୍ଜାମ ଜିଲାର ୧୩ ବିଧାନସଭା ନିର୍ବାଚନ...

ବଢ଼ୁଛି ଖରା, ପିଇବାକୁ ପାଣି ନାହିଁ

କେନ୍ଦ୍ରାପଡ଼ା, ୨୦ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲାରେ ଉତ୍ତାପ ୪୨ ଡିଗ୍ରୀ ଉପରେ ଅଛି। ମହାନଦୀ, ବ୍ରାହ୍ମଣୀ ଓ ବୈତରଣୀ ସିଷ୍ଟମ୍‌ରେ ଥିବା ୭ ନଦୀ ଶୁଖିଲା...

ଖଣି ବିଭାଗର ଡ୍ରୋନ୍‌ କ୍ୟାମେରାରେ ମାପଚୁପ

ଯାଜପୁର,୨୦।୪ (ହର୍ଷବର୍ଦ୍ଧନ ବେହେରା)ଦ୍ରୁତ ଶିଳ୍ପାୟନ ରାଜ୍ୟର ଆର୍ଥିକ ଅଭିବୃଦ୍ଧି ସହ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ ବୋଲି ରାଜ୍ୟ ସରକାର ଦାବି କରୁଛନ୍ତି।...

ଛାତ୍ରୀଛାତ୍ରଙ୍କ ଦୁର୍ଦ୍ଦଶାର ହେଉନି ଅନ୍ତ

ଡେରାବିଶ, ୨୦ା୪ (ବେବର୍ତ୍ତା ଅଜୟ ଦାସ)କେନ୍ଦ୍ରାପଡ଼ା ଜିଲା ଅନ୍ତର୍ଗତ ଡେରାବିଶ ବ୍ଲକ କୁରୁଜଙ୍ଗାଠାରେ ୨୦୨୨ରେ ଖୋଲାଯାଇଥିବା ଆଦର୍ଶ ବିଦ୍ୟାଳୟ ଏବେ ବି ସମସ୍ୟା ଘେରରେ। ଏହି...

୬ ମାସ ହେବ ପାନୀୟ ଜଳ ପ୍ରକଳ୍ପ ଅଚଳ

ନାଉଗାଁ ,୨୦ା୪(ସୁଧା ବେହୁରା)ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ବୃଦ୍ଧି ପାଇ ଚାଲିଥିବାବେଳେ ସକାଳ ୯ଟା ପରେ ଘରୁ ବାହାରିବା କଷ୍ଟସାଧ୍ୟ ହୋଇପଡୁଛି। ଏନେଇ ପାନୀୟ ଜଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri