ଅପରାହ୍ନ ୩ଟାରୁ ସୁନାବେଶରେ ଦର୍ଶନ ଦେବେ ବଳଦେବଜୀଉ

କେନ୍ଦୁଝର,୭ା୭(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝରର ଆରାଧ୍ୟ ଦେବତା ଶ୍ରୀ ବଳଦେବଜୀଉଙ୍କ ପବିତ୍ର ରଥଯାତ୍ରା ଅବସରରେ ଆସନ୍ତା ଶନିବାର ବାହୁଡା ଯାତ୍ରା ଏବଂ ୧୦ ତାରିଖ ରବିବାର ଶ୍ରୀଜୀଉଙ୍କ ସୁନାବେଶ ପରିଚାଳନା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଜିଲା କାର୍ଯ୍ୟାଳୟସ୍ଥିତ ମିନି କନ୍‌ଫରେନ୍‌ସ୍‌ ହଲ୍‌ରେ ଏହି ସ୍ବତନ୍ତ୍ର ବୈଠକ ହୋଇଥିଲା। ବୈଠକ ପ୍ରାରମ୍ଭରେ ଜିଲାପାଳ ଠାକରେ ସମସ୍ତଙ୍କୁ ସ୍ବାଗତ ସମ୍ଭାଷଣ କରିବା ସହ ଗୁଣ୍ଡିଚା ଯାତ୍ରାକୁ ଶୃଙ୍ଖଳିତ ଭାବେ ସମାପନ କରାଇବାରେ ପୋଲିସ୍‌ ପ୍ରଶାସନର ଅଧିକାରୀମାନଙ୍କ ଉଲ୍ଲେଖନୀୟ ଉଦ୍ୟମ ପାଇଁ ସାଧୁବାଦ ଜଣାଇଥିଲେ।
ବାହୁଡା ଯାତ୍ରା ଏବଂ ସୁନାବେଶ କାର୍ଯ୍ୟକ୍ରମରେ ଅଧିକ ଜନସମାଗମ ହେବାର ସମ୍ଭାବନା ଥିବାରୁ ଏହାକୁ ଦୃଷ୍ଟିରେ ରଖି ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତଙ୍କ ସହଯୋଗ କାମନା କରାଯାଇଛି। ଏସ୍‌.ପି. ମିତ୍ରଭାନୁ ମହାପାତ୍ର ବୈଠକରେ ଉଦ୍‌ବୋଧନ ଦେଇ ବାହୁଡ଼ା ଏବଂ ସୁନାବେଶ ଦିନ ଆଇନ ଶୃଙ୍ଖଳା ରକ୍ଷା ଦିଗ ଉପରେ ଆଲୋଚନା କରିବା ସହ କାର୍ଯ୍ୟକ୍ରମର ସଫଳତା ପାଇଁ ସମସ୍ତେ ନିଷ୍ଠାର ସହ ଦାୟିତ୍ୱ ତୁଲାଇବାକୁ ଅଧିକାରୀଙ୍କୁ କହିଥିଲେ। ଉପଜିଲାପାଳ ତଥା ଦେବୋତ୍ତର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ନିଷ୍ପତ୍ତି ଅନୁଯାୟୀ ଶ୍ରୀ ଜୀଉଙ୍କ ସୁନାବେଶ ଆସନ୍ତା ରବିବାର ଅପରାହ୍ନ ୩ଟାରୁ ରାତି ୧୦ ଘଟିକା ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ବୈଠକରେ ସୁନାବେଶ ସମ୍ପର୍କିତ ବିଭିନ୍ନ ପ୍ରସଙ୍ଗରେ ଯଥା ଆଇନ ଶୃଙ୍ଖଳା, ବାରିକେଡ, ଆଲୋକ ବ୍ୟବସ୍ଥା, ରଥ ସୁରକ୍ଷା, ଟ୍ରାଫିକ୍‌ ନିୟନ୍ତ୍ରଣ, ସିସି ଟିଭି ବ୍ୟବସ୍ଥା, ମହକ ଚ୍ୟାନେଲ ଯୋଗେ ସିଧା ପ୍ରସାରଣ, ଫେସ୍‌ବୁକ୍‌ ଯୋଗେ ଲାଇଭ୍‌ ସ୍କ୍ରିନିଂ, ଏଲ୍‌ଇଡି ଟିଭି ବ୍ୟବସ୍ଥା ତଥା ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?