ମହାପ୍ରଭୁଙ୍କ ନବଯୌବନ ଦର୍ଶନ: ବଡ଼ଦାଣ୍ଡରେ ମୁଣ୍ଡିଆ ମାରିଲେ ଶ୍ରଦ୍ଧାଳୁ

ପୁରୀ ଅଫିସ,୯।୭: ୧୫ ଦିନିଆ ଅଣସର ସରିବା ପରେ ଶୁକ୍ରବାର ମହାପ୍ରଭୁ ନବଯୌବନ ଦର୍ଶନ ଦେଇଛନ୍ତି। ଖଡ଼ିଲାଗି ଓ ବନକଲାଗି ନୀତି ପରେ ନୂଆ ରୂପରେ ଚମକିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ତେବେ କରୋନା କଟକଣା ଯୋଗୁୁ ଶ୍ରଦ୍ଧାଳୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ହୋଇଥିବା ବେଳେ ବଡ଼ଦାଣ୍ଡରେ ମୁଣ୍ଡିଆ ମାରି କୃତାର୍ଥ ଲଭିଛନ୍ତି।
ଗୁରୁବାର ରାତ୍ରରୁ ବନକଲାଗି ନୀତି ଅନୁଷ୍ଠିତ ହୋଇଥିବା ବେଳେ ଶୁକ୍ରବାର ମଧ୍ୟାହ୍ନ ୧୨ଟା ପରେ ନବଯୌବନ ଦର୍ଶନ ହୋଇଛି। ତେବେ ନିର୍ଦ୍ଧାରିତ ସମୟଠାରୁ ପ୍ରାୟ ୪ଘଣ୍ଟା ବିଳମ୍ବରେ ନୀତିକାନ୍ତି ସରିଥିଲା। ଚଳିତବର୍ଷ ୩ଦିନ ଧରି ନବଯୌବନ ଦର୍ଶନ ଚାଲିବ। ଦୀର୍ଘ ୨୦ବର୍ଷ ପରେ ଏଭଳି ଦୁର୍ଲ୍ଲଭ ସଂଯୋଗ ସତ୍ତ୍ୱେ କୋଭିଡ୍‌ କଟକଣା ଯୋଗୁ ଏହି ଦର୍ଶନରୁ ଭକ୍ତଙ୍କୁ ବଞ୍ଚିତ ହେବାକୁ ପଡ଼ିଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ୍‌ କୁମାର କହିଛନ୍ତି, ନବଯୌବନ ନୀତିକାନ୍ତି ବିଳମ୍ବ ହୋଇଥିଲା ସତ, ମାତ୍ର ପରେ ସବୁ ଠିକ୍‌ଠାକ୍‌ ଚାଲିଥିଲା। ତେବେ ରଥଯାତ୍ରାରେ ପହଣ୍ଡି ଓ ରଥଟଣା ସମେତ ସମସ୍ତ ନୀତିକାନ୍ତି ନିର୍ଦ୍ଧାରିତ ସମୟରେ ସରିବା ନେଇ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନ ଆଶାବାଦୀ। ଅନ୍ୟପକ୍ଷରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିର ସମ୍ମୁଖ ବ୍ୟାରିକେଡ୍‌ ବାହାରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ମୁଣ୍ଡିଆ ମାରି ପତିତପାବନଙ୍କ ଦର୍ଶନ କରି ଫେରିଛନ୍ତି।

ସହଧର୍ମିଣୀଙ୍କ ସହ ଭୁବନେଶ୍ୱରରୁ ଆସିଥିବା ସୁରେନ୍ଦ୍ର ମହାପାତ୍ର କହିଛନ୍ତି, ଦୀର୍ଘଦିନ ଧରି ନବଯୌବନ ଦର୍ଶନର ଆକାଂକ୍ଷା ମନ ଭିତରେ ରହିଥିଲା। ତାହା ଆଜି କେତେକାଂଶରେ ପୂରଣ ହୋଇଛି। କଟକଣା ଯୋଗୁ ଶ୍ରୀମନ୍ଦିରକୁ ଯିବାର ସୁଯୋଗ ମିଳି ନ ଥିଲେ ମଧ୍ୟ ବଡ଼ଦାଣ୍ଡରେ ପତିତପାବନଙ୍କୁ ଦର୍ଶନ କରି ମହାପ୍ରଭୁଙ୍କ ସାନ୍ନିଧ୍ୟ ଲାଭ କରିବା ଭଳି ମନେ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri