ମୋ’ ଉପରେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ସବୁବେଳେ ରହିଛି: ନବୀନ

ଭୁବନେଶ୍ୱର,୨୯ା୫: ଚଳିତ ସାଧାରଣ ନିର୍ବାଚନରେ ବିଜେଡି-ଭାଜପା କଡ଼ା ଟକ୍କର ଚାଲିଛି। ଭାଜପା ବିଜେଡିକୁ ଟାର୍ଗେଟ୍‌ କରୁଥିବା ବେଳେ ବିଜେଡି ଭାଜପାକୁ ଟାର୍ଗେଟ୍‌ କରୁଛି। ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବିରୋଧୀଙ୍କୁ ଛାଡ଼ି ନାହାନ୍ତି। ବିରୋଧୀଙ୍କ ମନ୍ତବ୍ୟକୁ ନେଇ ନବୀନ କଡ଼ା ଜବାବ ଦେଇଛନ୍ତି। ନବୀନ କହିଛନ୍ତି, ସାଢ଼େ ୪ କୋଟି ଓଡ଼ିଆ ମୋର ପରିବାର। ମୁଁ ସେମାନଙ୍କୁ ନିଜର ଭାବି ଅନବରତ ଭାବେ ସେବା କରି ଆସୁଛି। ପ୍ରତି ଓଡ଼ିଆଙ୍କ ସୁଖଦୁଃଖରେ ଛିଡ଼ା ହୋଇଛି। ଶେଷ ପର୍ଯ୍ୟନ୍ତ ମଧ୍ୟ ଛିଡ଼ା ହୋଇଥିବି। ବିଶେଷକରି ମିଶନ ଶକ୍ତି ମାଆମାନଙ୍କ ସଫଳତା ମୋତେ ବହୁତ ଆନନ୍ଦ ଆଣି ଦେଇଛି। ଦୁଃଖର କଥା ବାହାର ନେତା ଓଡ଼ିଶା ଆସି ମୋତେ ବ୍ୟକ୍ତିଗତ ଆକ୍ଷେପ କରୁଛନ୍ତି। କଟୁ କଥା କହୁଛନ୍ତି, ଗାଳିଗୁଲଜ କରୁଛନ୍ତି। ଆପଣ ଭଲ ଭାବେ ଜାଣନ୍ତି, ମୁଁ କାହାକୁ ଅସମ୍ମାନିତ କରେ ନାହିଁ କି କଟୁ କଥା କୁହେ ନାହିଁ। ସାଢ଼େ ୪ କୋଟି ଓଡ଼ିଆ ଏହାର ଜବାବ ଦେବେ। ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ମୋ’ ଉପରେ ରହିଛି। ଓଡ଼ିଆ ମା’, ଭଉଣୀ, ଯୁବଶକ୍ତି ମୋ’ ସହିତ ଅଛନ୍ତି ବୋଲି ନବୀନ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡୁଛି ବିଜେଡି ଗଡ଼: ଇସ୍ତଫା ଦେଲେ ଆଉ ୨….

ଭୁବନେଶ୍ୱର,୨୨।୩: ବିଜେଡିକୁ ବଡ଼ ଝଟ୍‌କା। ବାଲିଆପାଳ ବ୍ଲକ ବିଜେଡି ଯୁବ ଓ ଛାତ୍ର ସଭାପତି ଇସ୍ତଫା ରବିବାର ଇସ୍ତଫା ଦେଇଛନ୍ତି। ବ୍ଲକ ଯୁବ ସଭାପତି ସଂଗ୍ରାମ ପରିଡ଼ା,…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌ ପରେ ବିପଜ୍ଜନକ ଧମକ ଦେଲା ଇରାନ, ଭୟରେ ଥରହର ସାରା ବିଶ୍ୱ

ଓ୍ବାଶିଂଟନ୍‌,୨୨।୩: ଆମେରିକା-ଇସ୍ରାଏଲ ଯୁଦ୍ଧ ଏବେ ଆରବ ଦେଶଗୁଡ଼ିକୁ ତୃଷାର୍ତ୍ତ କରିପାରେ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟାର ଅଲ୍ଟିମେଟମ୍‌ ପରେ ଇରାନ ପ୍ରତିଆକ୍ରମଣ ଆରମ୍ଭ କରିଛି…

ସକାଳୁଆ ସ୍କୁଲକୁ ନେଇ ଆସିଲା ବଡ଼ ଖବର, ଏହିଦିନ ଠୁ…

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ଖୁବ୍‌ଶୀଘ୍ର ସକାଳୁଆ ହେବ ସ୍କୁଲ। ରାଜ୍ୟରେ ତାପମାତ୍ରା ସହ ଖରା ପ୍ରକୋପ ଅଧିକ ରହୁଛି। ମାର୍ଚ୍ଚରେ ବିଭିନ୍ନ ସ୍ଥାନରେ ଅସହ୍ୟ ଗରମ ଅନୁଭବ ହେଉଛି।…

ଆଗକୁ ଶିକ୍ଷକଙ୍କୁ ନିୟମିତ ନିଯୁକ୍ତି ଦିଆଯିବ,ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ରାଜ୍ୟ ସରକାର ପ୍ରୟାସ କରୁଛନ୍ତି। ଶିକ୍ଷକମାନେ ଯେପରି ରାଜରାସ୍ତାରେ ନ ବସିବେ, ପିଲାଙ୍କ ପାଠପଢ଼ାକୁ ଯେପରି ଗୁରୁତ୍ୱ…

ବିି.ଏଡ୍‌. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ

ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍‌, ବିଏଚ୍‌.ଏଡ୍‌. ଓ ଏମ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଏଆଇ ପ୍ରସ୍ତୁତ ମୋଦିଙ୍କ ଆପତ୍ତିଜନକ ଫଟୋ ଶେୟାର କରିଥିବା ଯୁବକ ଗିରଫ

ନୂଆଦିଲ୍ଲୀ,୨୧ା୩: ଆର୍ଟିଫିସିଆଲ୍‌ ଇଣ୍ଟେଲିଜେନ୍ସ (ଏଆଇ) ସହାୟତାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆପତ୍ତିଜନକ ଫଟୋ ପ୍ରସ୍ତୁତ କରି ସୋସିଆଲ୍‌ ମିଡିଆରେ ଶେୟାର କରିଥିବା ଅଭିଯୋଗରେ ବିହାରର ସିଦ୍ଧନାଥ କୁମାରଙ୍କୁ…

ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ

ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍‌ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି।…

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…

ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri