ପହଣ୍ଡିରେ ଆସୁଛନ୍ତି କାଳିଆ ସାଆନ୍ତ

ପୁରୀ,୫ା୭: ଆଜି ଶ୍ରୀଜିଉଙ୍କ ପବିତ୍ର ବାହୁଡ଼ା ଯାତ୍ରା । ଜନ୍ମବେଦିରେ ୯ ଦିନ ଲୀଳାଖେଳା ସାରି ଭଉଣୀ ସୁଭଦ୍ରା ଏବଂ ବଡ଼ଭାଇ ବଳଭଦ୍ରଙ୍କୁ ସାଥୀରେ ଧରି ପୁଣି ଶ୍ରୀଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଫେରିଆସିବେ ମହାବାହୁ। ପ୍ରଥମେ ଚକ୍ରରାଜ ସୁଦର୍ଶନ ପହଣ୍ଡିରେ ଆସି ରଥରେ ବିରାଜମାନ ହୋଇଥିବାବେଳେ ପରେ ବଡ଼ଠାକୁର ବଳଭଦ୍ର ଏବଂ ପରେ ଭଉଣୀ ସୁଭଦ୍ରାଙ୍କର ପହଣ୍ଡି ସରିଛି। ଏବେ ଆରମ୍ଭ ହୋଇଛି ମହାବାହୁଙ୍କ ପହଣ୍ଡି। ଧାଡ଼ିପହଣ୍ଡିରେ ଆସୁଛନ୍ତି ମହାପ୍ରଭୁ। ଏହି ଅପରୂପ ଦୃଶ୍ୟ ଦେଖିବା ପାଇଁ ଶରଧାବାଲିରେ ପ୍ରବଳ ଭକ୍ତଙ୍କ ଗହଳି ଲାଗିଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଛି। ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri