ମହାପ୍ରଭୁ ନିଜେ ସବୁ କରାନ୍ତି, ସୁରୁଖୁରୁରେ ହେବ ରଥଯାତ୍ରା: ମନ୍ତ୍ରୀ

ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ।

ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ରଥଯାତ୍ରାରେ ୩ ଶହ ଡାକ୍ତର ଚିକିତ୍ସା ସେବା ବୁଝିବେ ବୋଲି କହିଛନ୍ତି। ଏପରିକି ୧୫ଟି ICU ବେଡ୍‌, ଅସ୍ଥାୟୀ ବର୍ଣ୍ଣ ୟୁନିଟ ବ୍ୟବସ୍ଥା କରାଯାଇଛି। କୋଭିଡ ପାଇଁ କେହି ବ୍ୟସ୍ତ ହେବାର କିଛି କାରଣ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିବା ସହ କୋଭିଡ୍‌ ପାଇଁ ଆଡଭାଇଜରୀ ମାନିବାକୁ ପରାମର୍ଶ ଦେଇଛନ୍ତି। ଏକରିକି ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ, ମାସ୍କ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ସୂଚନାଯାଗ୍ୟ, ସ୍ନାନପୂର୍ଣ୍ଣିମା ପାଇଁ ପୁରୀ ସହରକୁ ଜଗିବା ପାଇଁ ୭୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ୪ ଏସ୍‌ପି ର଼୍ୟାଙ୍କର କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ଉପସ୍ଥିତ ରହିବେ। ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା ଉପରେ ପ୍ରଶାସନ ପକ୍ଷରୁ ଫୋକସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ପିୟୁସିସି ନ ଥିଲେ ପେଟ୍ରୋଲ ପମ୍ପରେ ତେଲ ମିଳିବନି

ଭୁବନେଶ୍ୱର/କଟକ,୨୧ା୧୨ (ତ୍ରିନାଥ ମହାନ୍ତି/କାର୍ତ୍ତିକ ସାହୁ): ଦିଲ୍ଲୀ ଭଳି ଭୁବନେଶ୍ୱର ଏବଂ ରାଜ୍ୟର ବିଭିନ୍ନ ସହରରେ ବାୟୁ ପ୍ରଦୂଷଣ ମାତ୍ର ଦିନକୁ ଦିନ ବଢ଼ିବାରେ ଲାଗିଛି। ପ୍ରତିଦିନ...

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ...

୧୮ ମାଓବାଦୀଙ୍କ ନଁାରେ ୮.୪ କୋଟି ପୁରସ୍କାର

ବୌଦ୍ଧ,୨୧ା୧୨(ଅଜିତ କୁମାର ବାରିକ): ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ଦେଶରୁ ମାଓବାଦୀ ମୂଳୋତ୍ପାଟନ କରିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହି କ୍ରମରେ ବୌଦ୍ଧ...

କେବଳ ବାହାନା

ଡିସେମ୍ୱର ୧୭ରେ ୱାୟାନାଡ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବିକଶିିତ ଭାରତ ଗ୍ୟାରେଣ୍ଟି ଫର୍‌ ରୋଜଗାର ଆଣ୍ଡ୍‌ ଆଜୀବିକା ମିଶନ ବିଲ୍‌, ୨୦୨୫ ଉପରେ ପରାମର୍ଶ...

ରାଜଧାନୀରେ ନାବାଳିକାଙ୍କୁ ଗଣବଳାତ୍କାର: ପୁରୁଷବନ୍ଧୁ ସାଥିରେ ଆଣି…

ଭୁବନେଶ୍ୱର,୨୧।୧୨(ତ୍ରିନାଥ ମହାନ୍ତି): ଧଉଳିରେ ନାବାଳିକାଙ୍କୁ ଗଣବଳାତ୍କାର ଘଟଣା ମନରୁ ଲିଭି ନ ଥିବାବେଳେ ପୁଣି ଶହୀଦନଗର ଥାନା ଅଞ୍ଚଳରେ ଆଉ ଜଣେ ୧୭ ବର୍ଷର ନାବାଳିକା...

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri