ମହାପ୍ରଭୁ ନିଜେ ସବୁ କରାନ୍ତି, ସୁରୁଖୁରୁରେ ହେବ ରଥଯାତ୍ରା: ମନ୍ତ୍ରୀ

ପୁରୀ,୫ା୬: ସ୍ନାନପୂର୍ଣ୍ଣିମା ଓ ରଥଯାତ୍ରାକୁ ନେଇ ସୋମବାର ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ରଥଯାତ୍ରା ଲାଗି ପ୍ରାୟ ୮୦% ପ୍ରସ୍ତୁତି ଶେଷ ହୋଇ ସାରିଲାଣି। ଗୁଣ୍ଡିଚାରର ଯଥେଷ୍ଟ ପୂର୍ବରୁ ଅବଶିଷ୍ଟ ୨୦% ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯିବ।

ସବୁ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟରେ କାର୍ଯ୍ୟ ଚାଲିଛି। ମହାପ୍ରଭୁ ନିଜେ ସବୁ କରାନ୍ତି, ସବୁକିଛି ସୁରୁଖୁରୁରେ ହେବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି। ଅନ୍ୟପକ୍ଷେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ରଥଯାତ୍ରାରେ ୩ ଶହ ଡାକ୍ତର ଚିକିତ୍ସା ସେବା ବୁଝିବେ ବୋଲି କହିଛନ୍ତି। ଏପରିକି ୧୫ଟି ICU ବେଡ୍‌, ଅସ୍ଥାୟୀ ବର୍ଣ୍ଣ ୟୁନିଟ ବ୍ୟବସ୍ଥା କରାଯାଇଛି। କୋଭିଡ ପାଇଁ କେହି ବ୍ୟସ୍ତ ହେବାର କିଛି କାରଣ ନାହିଁ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିବା ସହ କୋଭିଡ୍‌ ପାଇଁ ଆଡଭାଇଜରୀ ମାନିବାକୁ ପରାମର୍ଶ ଦେଇଛନ୍ତି। ଏକରିକି ଅସୁସ୍ଥ ଥିଲେ ଭିଡ଼କୁ ଆସନ୍ତୁ ନାହିଁ, ମାସ୍କ ବ୍ୟବହାର କରିବାକୁ ଜନସାଧାରଣଙ୍କୁ ସ୍ବାସ୍ଥ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

ସୂଚନାଯାଗ୍ୟ, ସ୍ନାନପୂର୍ଣ୍ଣିମା ପାଇଁ ପୁରୀ ସହରକୁ ଜଗିବା ପାଇଁ ୭୦ ପ୍ଲାଟୁନ ଫୋର୍ସ ମୁତୟନ କରାଯିବ। ୪ ଏସ୍‌ପି ର଼୍ୟାଙ୍କର କମାଣ୍ଡାଣ୍ଟଙ୍କ ସହ ୪୫୦ ଅଧିକାରୀ ଉପସ୍ଥିତ ରହିବେ। ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ, ଟ୍ରାଫିକ ବ୍ୟବସ୍ଥା ଉପରେ ପ୍ରଶାସନ ପକ୍ଷରୁ ଫୋକସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri