ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅଦାନୀ ପାଇଁ ଅଟକାଯାଇଥିଲା: ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ରଥଯାତ୍ରା ଅଘଟଣକୁ ନେଇ ସରକାର ଅଦାନୀ ଭଳି ଉଦ୍ୟୋଗପତିଙ୍କ ସ୍ୱାର୍ଥ ପାଇଁ କାମ କରୁଛନ୍ତି। ରାହୁଲ କହିଛନ୍ତି, “ଏହା ଆପଣଙ୍କ ସରକାର ନୁହେଁ, ଅଦାନୀଙ୍କ ସରକାର। ରଥଯାତ୍ରା ସମୟରେ ଅଦାନୀଙ୍କ ପାଇଁ ରଥକୁ ରୋକାଯାଉଛି।”

ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଥିବା ଅଭିଯୋଗ କରି ରାହୁଲ କହିଛନ୍ତି, “ଏମାନେ କୁଆଡ଼େ ଗଲେ, କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମର ଶିକାର ହେବାକୁ ପଡୁଛି, କିନ୍ତୁ ସରକାର ନୀରବ ରହିଛନ୍ତି।” ସେ ଆହୁରି କହିଛନ୍ତି ଯେ ସରକାର ଗରିବଙ୍କୁ ଲୁଟୁଛନ୍ତି ଏବଂ ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି।

ରାହୁଲ ଅଭିଯୋଗ କରିଛନ୍ତି ଯେ ବିହାର ଓ ମହାରାଷ୍ଟ୍ରରେ ନିର୍ବାଚନ ଚୋରି କରିବାର ଉଦ୍ୟମ ଚାଲିଛି। ସେ ପ୍ରଶ୍ନ ଉଠାଇଛନ୍ତି, “ମହାରାଷ୍ଟ୍ରରେ ୧ ଲକ୍ଷ ନୂଆ ଭୋଟର କେଉଁଠୁ ଆସିଲେ? ବିହାରରେ ମଧ୍ୟ ନିର୍ବାଚନ ଚୋରି କରାଯାଉଛି।”

ଆଦିବାସୀଙ୍କ ଅଧିକାର ଉପରେ ଗୁରୁତ୍ୱ ଦେଇ ରାହୁଲ କହିଛନ୍ତି, “ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ। କିନ୍ତୁ ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ ଲାଗୁ ହେଉନାହିଁ, କିନ୍ତୁ ଆମେ ଏହାକୁ ଲାଗୁ କରିବୁ।”

ସେ ମୋଦିଙ୍କ ଫସଲ ବୀମା ଯୋଜନାକୁ ମଧ୍ୟ ଟାର୍ଗେଟ କରି କହିଛନ୍ତି, “ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନାହିଁ।” ଓଡ଼ିଶାର ଜନତାଙ୍କ ପାଇଁ ବିକାଶ ହେବା ଉଚିତ ବୋଲି କହି ସେ ସରକାରଙ୍କୁ ଆକ୍ରମଣ କରିଛନ୍ତି।

କଂଗ୍ରେସ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରି ରାହୁଲ ସେମାନଙ୍କ ମୁଡ୍‌ ବିଷୟରେ ପ୍ରଶ୍ନ କରି ପ୍ରଶଂସା କରିଛନ୍ତି ଏବଂ ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ସବୁବେଳେ ସାଙ୍ଗରେ ରହିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri