ପୁରୀରେ ମହାପ୍ରଭୁଙ୍କ ରଥଯାତ୍ରା ଅଦାନୀ ପାଇଁ ଅଟକାଯାଇଥିଲା: ରାହୁଲ ଗାନ୍ଧୀ

ଭୁବନେଶ୍ୱର,୧୧।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି। ସେ ଅଭିଯୋଗ କରିଛନ୍ତି ଯେ ରଥଯାତ୍ରା ଅଘଟଣକୁ ନେଇ ସରକାର ଅଦାନୀ ଭଳି ଉଦ୍ୟୋଗପତିଙ୍କ ସ୍ୱାର୍ଥ ପାଇଁ କାମ କରୁଛନ୍ତି। ରାହୁଲ କହିଛନ୍ତି, “ଏହା ଆପଣଙ୍କ ସରକାର ନୁହେଁ, ଅଦାନୀଙ୍କ ସରକାର। ରଥଯାତ୍ରା ସମୟରେ ଅଦାନୀଙ୍କ ପାଇଁ ରଥକୁ ରୋକାଯାଉଛି।”

ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଥିବା ଅଭିଯୋଗ କରି ରାହୁଲ କହିଛନ୍ତି, “ଏମାନେ କୁଆଡ଼େ ଗଲେ, କେହି ଜାଣିନାହାନ୍ତି। ମହିଳାଙ୍କୁ ଦୁଷ୍କର୍ମର ଶିକାର ହେବାକୁ ପଡୁଛି, କିନ୍ତୁ ସରକାର ନୀରବ ରହିଛନ୍ତି।” ସେ ଆହୁରି କହିଛନ୍ତି ଯେ ସରକାର ଗରିବଙ୍କୁ ଲୁଟୁଛନ୍ତି ଏବଂ ବିଜେପି ପୂରା ଦେଶରେ ସମ୍ବିଧାନ ଉପରେ ଆକ୍ରମଣ କରୁଛି।

ରାହୁଲ ଅଭିଯୋଗ କରିଛନ୍ତି ଯେ ବିହାର ଓ ମହାରାଷ୍ଟ୍ରରେ ନିର୍ବାଚନ ଚୋରି କରିବାର ଉଦ୍ୟମ ଚାଲିଛି। ସେ ପ୍ରଶ୍ନ ଉଠାଇଛନ୍ତି, “ମହାରାଷ୍ଟ୍ରରେ ୧ ଲକ୍ଷ ନୂଆ ଭୋଟର କେଉଁଠୁ ଆସିଲେ? ବିହାରରେ ମଧ୍ୟ ନିର୍ବାଚନ ଚୋରି କରାଯାଉଛି।”

ଆଦିବାସୀଙ୍କ ଅଧିକାର ଉପରେ ଗୁରୁତ୍ୱ ଦେଇ ରାହୁଲ କହିଛନ୍ତି, “ଜଳ, ଜଙ୍ଗଲ, ଜମି ଆଦିବାସୀଙ୍କର ଅଛି ଓ ରହିବ। କିନ୍ତୁ ଏଠାରେ ବିନା ପଚାରି ଆଦିବାସୀଙ୍କୁ ଜମିରୁ ହଟାଯାଉଛି। ପେସା ଆଇନ ଲାଗୁ ହେଉନାହିଁ, କିନ୍ତୁ ଆମେ ଏହାକୁ ଲାଗୁ କରିବୁ।”

ସେ ମୋଦିଙ୍କ ଫସଲ ବୀମା ଯୋଜନାକୁ ମଧ୍ୟ ଟାର୍ଗେଟ କରି କହିଛନ୍ତି, “ମୋଦି ଆପଣଙ୍କ ଠାରୁ ଟଙ୍କା ନେଲେ, କିନ୍ତୁ ଚାଷୀଙ୍କୁ କ୍ଷତିପୂରଣ ମିଳୁନାହିଁ।” ଓଡ଼ିଶାର ଜନତାଙ୍କ ପାଇଁ ବିକାଶ ହେବା ଉଚିତ ବୋଲି କହି ସେ ସରକାରଙ୍କୁ ଆକ୍ରମଣ କରିଛନ୍ତି।

କଂଗ୍ରେସ କର୍ମକର୍ତ୍ତାଙ୍କୁ ସମ୍ବୋଧିତ କରି ରାହୁଲ ସେମାନଙ୍କ ମୁଡ୍‌ ବିଷୟରେ ପ୍ରଶ୍ନ କରି ପ୍ରଶଂସା କରିଛନ୍ତି ଏବଂ ନିର୍ଯାତିତ ଲୋକଙ୍କ ପାଇଁ କଂଗ୍ରେସ ସବୁବେଳେ ସାଙ୍ଗରେ ରହିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ବଳାତ୍କାର ମାମଲାରେ କେଉଁ ରାଜ୍ୟ ଆଗରେ? ଓଡ଼ିଶାର ସ୍ଥିତି ଜାଣି ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ବିହାରର ଜମୁଇ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣାକୁ ନେଇ ଚର୍ଚ୍ଚା ଜୋର ଧରିଛି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଜଣେ ନାବାଳିକା…

ଗ୍ରାଚ୍ୟୁଇଟିକୁୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ଚୁକ୍ତିଭିତ୍ତିକ କର୍ମଚାରୀଙ୍କ ପାଇଁ…

ନୂଆଦିଲ୍‌ଲୀ,୨୨।୯: ସୁପ୍ରିମକୋର୍ଟଙ୍କ ଦ୍ୱାରା ଗ୍ରାଚ୍ୟୁଇଟିକୁ ନେଇ ଏକ ବଡ଼ ରାୟ ପ୍ରକାଶ ପାଇଛି। ଏଥିରେ କୁହାଯାଇଛି ଯେ ଚୁକ୍ତିଭିତ୍ତିକ (କଣ୍ଟ୍ରାକ୍ଟ) କାର୍ଯ୍ୟ କରୁଥିବା କର୍ମଚାରୀମାନଙ୍କ ପାଇଁ ମୁଖ୍ୟ…

ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ମନ୍ତ୍ରୀ: ଏହି ୭ ଜିଲାରେ ଭୀଷଣ ବର୍ଷା! ରେଡ୍‌ ୱାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୨।୯: ବଡ଼ ବର୍ଷା ନେଇ ସତର୍କ କରାଇଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ୨୩ ଓ ୨୪ ପାଇଁ କୋରାପୁଟ, ଗଜପତି, ଗଞ୍ଜାମକୁ ରେଡ…

ନବରଙ୍ଗପୁର ଜିଲାପାଳଙ୍କ ବଡ଼ ଘୋଷଣା: ସରକାରୀ ଅଧିକାରୀଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଉଛି। ଫଳରେ ରାଜ୍ୟ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା…

ଏସିଆନ୍ ଗେମ୍ସରେ ଇତିହାସ ରଚିଲା ମହିଳା କ୍ରିକେଟ୍ ଟିମ୍‌, ଶ୍ରୀଲଙ୍କାକୁ ହରାଇ ଜିତିଲା ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୨୨।୯: ଏସିଆନ୍ ଗେମ୍ସ ୨୦୨୬ରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଦେଇଛି ମହିଳା କ୍ରିକେଟ୍ ଟିମ୍ । ଫାଇନାଲ୍‌ରେ ଶ୍ରୀଲଙ୍କାକୁ ୧୪୭ ରନ୍‌ର ବଡ଼ ବ୍ୟବଧାନରେ ହରାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?