ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ। ଏଥିସକାଶେ ସ୍ଥାନୀୟ ହୋଟେଲ ତ୍ରିବେଣୀଠାରେ ଶୁକ୍ରବାର ଖବରଦାତା ସମ୍ମିଳନୀ କରାଯାଇଥିଲା। ପର୍ଶୁରାମ ବାହିନୀ ସଭପତି ବିଧୁଭୂଷଣ ତ୍ରିପାଠୀ ସୂଚନା ଦେଇଛନ୍ତି ଯେ, ୧୯ ତାରିଖ ସକାଳ ୭ଟାରୁ ନୃସିଂହ ମନ୍ଦିର ଠାରେ ପୂଜାର୍ଚ୍ଚନା ଆରମ୍ଭ ହେବ। ପୂର୍ବାହ୍ନ ୧୧ଟା ୨୮ ମିନିଟରେ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି ଅନାବରଣ କରାଯିବ। ଏଥିରେ ସର୍ବଭାରତୀୟସ୍ତରର ବହୁ ମାନ୍ୟଗଣ୍ୟ ବ୍ୟକ୍ତି, ପଦାଧିକାରୀ, ରାଜନେତା ଓ ଜନସାଧାରଣ ଯୋଗଦାନ କରିବେ। ସନ୍ଧ୍ୟାରେ ନୃସିଂହ ମନ୍ଦିରରୁ ବିଶାଳ ଶୋଭାଯାତ୍ରାରେ ସହର ପରିକ୍ରମା କରାଯିବ ବୋଲି ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଆଜିର ଖବରଦାତା ସମ୍ମିଳନୀରେ ନରେନ୍ଦ୍ର ଆଚାର୍ଯ୍ୟ (ବ୍ରାହ୍ମଣ ସମାଜ ତଥା ରାଜ୍ୟ କାର୍ଯ୍ୟକାରି ସଭାପତି), ପ୍ରାଣବଲ୍ଲଭ ତ୍ରିପାଠୀ (ବ୍ରାହ୍ମଣ ମହାସଭା ସଭାପତି ) , ଶିବ ଶଙ୍କର ଖୁଆସ (ଆବାହକ) ଓ ଅନ୍ୟମାନେ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୀରଗୋବିନ୍ଦପୁର ନିକଟରେ ଅଜଣା କାର୍ ଧକ୍କା ଯୁବକଙ୍କ ମୃତ୍ୟୁ; ୩ ଘଣ୍ଟା ଧରି ଜାତୀୟ ରାଜପଥ ଅବରୋଧ

ବଞ୍ଚୋ, ୧୮।୭(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲା ଘଷିପୁରା ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ…

ପ୍ରତିଦିନ ୮ ଘଣ୍ଟାର ଅଧ୍ୟବସାୟ: ଦ୍ୱିତୀୟ ପ୍ରୟାସରେ ନିଟ୍‌ରେ ସଫଳ ହେଲେ ଚିନ୍ମୟନନ୍ଦ

ଅମରପାଲି, ୧୮।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ ମହଦା ଗ୍ରାମ ପଞ୍ଚାୟତର ତିକୁଡ଼ା ଗ୍ରାମର ପ୍ରତିଭାବାନ ଛାତ୍ର ଚିନ୍ମୟନନ୍ଦ ମିଶ୍ର ଚଳିତ ବର୍ଷର ନିଟ୍…

ମସ୍ତିଷ୍କ ରୋଗରେ ଆକ୍ରାନ୍ତ ଯୁବକଙ୍କୁ ଭେଟିଲେ ବିଜେଡି ପ୍ରତିନିଧି ଦଳ, କଲେ ଆର୍ଥିକ ସହାୟତା

ଗଞ୍ଜାମ, ୧୮।୭(ବିଦ୍ୟାଧର ସାହୁ ):ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ବିଦ୍ୟାଧର ପଲାଇ ବର୍ତ୍ତମାନ ଏକ ଗୁରୁତର ମସ୍ତିଷ୍କ ରୋଗରେ ପୀଡିତ ହୋଇ ଚିକିତ୍ସାଧୀନ ଥିବା ଜଣାପଡିଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଘର ଛାତରୁ ଖସି ପଡ଼ିଲେ ମହିଳା: ଗୁରୁତର ଅବସ୍ଥାରେ ବ୍ରହ୍ମପୁର…

ଦିଗପହଣ୍ଡି, ୧୮।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ପଞ୍ଚାୟତ ବରମୁଣ୍ଡୁଳି ଗ୍ରାମରେ ଶନିବାର ସକାଳେ ଏକ ଅଭାବନୀୟ ଦୁର୍ଘଟଣା ଘଟିଛି। ଘର…

ପ୍ରେରଣାର ଉତ୍ସ ଯୁବ ସ୍ୱେଚ୍ଛାସେବୀ: ଜନ୍ମଦିନରେ ମୃତ୍ୟୁଞ୍ଜୟଙ୍କ ରକ୍ତଦାନ ଓ ବୃକ୍ଷରୋପଣ

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡ଼ରମ୍ପାସ ଗ୍ରାମର ଯୁବ ସ୍ୱେଚ୍ଛାସେବୀ ମୃତ୍ୟୁଞ୍ଜୟ ବେହେରା ନିଜ ଜନ୍ମଦିନକୁ ଅତ୍ୟନ୍ତ ନିଆରା ଓ ପ୍ରେରଣାଦାୟକ…

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ…

ହାଟଡିହୀ ବ୍ଲକର ଗୌରବ: ନିଟ୍ ପରୀକ୍ଷାରେ ଚନ୍ଦନ, ଅଭିଜିତ ଓ ଆଶୁତୋଷଙ୍କ ବାଜିମାତ୍

ହାଟଡିହୀ, ୧୮।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ୩ ଜଣ ମେଧାବୀ ଛାତ୍ର ଜାତୀୟ ସ୍ତରର ମେଡିକାଲ ପ୍ରବେଶିକା ପରୀକ୍ଷା ‘ନିଟ୍ (UG)’ରେ ଚମତ୍କାର…

ଟୋଲ୍ ଗେଟ୍ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ବାପ-ପୁଅ: ପେଟରୁ ବାହାରି ପଡ଼ିଲା ଅନ୍ତବୁଜୁଳା, ଉଭୟ…

ବୈଶିଙ୍ଗା, ୧୮।୭ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ପଦ୍ମନାଭପୁର ଟୋଲ୍ ଗେଟ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଗାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri