Posted inଜାତୀୟ

ଭଗବାନ ରାମ କେବଳ ହିନ୍ଦୁଙ୍କର ନୁହେଁ, ସମସ୍ତଙ୍କର: ଫାରୁକ ଅବଦ୍ଦୁଲ୍ଲା

ଶ୍ରୀନଗର,୨୦।୧୧: ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏକ ସାଧାରଣ ସଭାରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ଜମ୍ମୁ କଶ୍ମୀରର ଅଖନୁର ଜିଲାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଅବଦୁଲ୍ଲା କହିଛନ୍ତି, ନିର୍ବାଚନ ସମୟରେ ଭାଜପା ‘ହିନ୍ଦୁ ବିପଦରେ’ ବ୍ୟବହାର କରିବେ, କିନ୍ତୁ ଏହାର ଶିକାର ନ ହେବାକୁ ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି। ପ୍ରଭୁ ରାମ କେବଳ ହିନ୍ଦୁ ଧର୍ମର ଲୋକଙ୍କ ନୁହେଁ, ସମସ୍ତଙ୍କର। କୌଣସି ଧର୍ମ ଖରାପ ନୁହେଁ। ଧର୍ମ ନାଁରେ ରାଜୀତି କରୁଥିବା ଲୋକଙ୍କ ମାନସିକତା ହିଁ ଖରାପ। କିଛି ନେତା ଧାର୍ମିକ ବିଭେଦ ସୃଷ୍ଟି କରି ଆମ ଦଳ ନ୍ୟାଶନାଲ କନଫରେନ୍ସକୁ ଦୁର୍ବଳ କରିବାକୁ ଚେଷ୍ଟା କରୁଛନ୍ତି। ଆମ ବିରୋଧରେ ଲଗାତାର ଅଭିଯୋଗ ଆସୁଛି କିନ୍ତୁ ଆମେ ପାକିସ୍ତାନ ସହିତ ହାତ ମିଳାଇଛୁ। କିନ୍ତୁ ଏହା ସମ୍ପୂର୍ଣ୍ଣ ମିଛ। ଆମେ କଦାପି ପାକିସ୍ତାନର ପକ୍ଷ ନେଇ ନାହୁଁ। ଜିନ୍ନା ମୋ ବାପାଙ୍କୁ ଭେଟିବାକୁ ଆସିଥିଲେ, କିନ୍ତୁ ଆମେ ତାଙ୍କ ସହ ହାତ ମିଳାଇବାକୁ ମନା କରିଥିଲୁ।
କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରି ଫାରୁକ ଅବଦୁଲ୍ଲା କହିଛନ୍ତି. ସେମାନେ ଜମ୍ମୁ-କଶ୍ମୀରକୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିନାହାଁନ୍ତି। ଏଠାରେ ୫୦,୦୦୦ ଚାକିରିର ପ୍ରତିଶୃତି ଦିଆଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ତାହା ପୂରଣ ହୋଇପାରି ନାହିଁ। ଏହା ଜଣେ ରାଜ୍ୟପାଳଙ୍କ ଦ୍ୱାରା ହୋଇପାରିବ ନାହିଁ, ସେଥିପାଇଁ ନିର୍ବାଚନ ଗୁରୁତ୍ୱପୂର୍ଣ୍ଣ।
ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ ହେବା ପରେ ପ୍ରଥମ ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଛି। ଆସନ୍ତା ବର୍ଷ ଆରମ୍ଭରେ ଏହି ନିର୍ବାଚନ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

ଧର୍ମ ନାମରେ ଭୋଟ ମାଗିବାରୁ ଅଯୋଗ୍ୟ ଘୋଷଣା ହେବେ ମୋଦି! କୋର୍ଟରେ ପହଞ୍ଚିଲା ମାମଲା

ନୂଆଦିଲ୍ଲୀ,୨୬।୪: ହିନ୍ଦୁ, ଶିଖ ଓ ଧର୍ମପୀଠ ନାଁରେ ଭାଜପା ପାଇଁ ଭୋଟ ମାଗୁଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାମରେ କୋର୍ଟରେ ମାମଲା ଦାୟର ହୋଇଛି। ଆସନ୍ତା...

ଭାଜପା ପ୍ରାର୍ଥୀଙ୍କ ନାଁରେ ଏଫଆଇଆର, ଧର୍ମ ନାମରେ ଭୋଟ ମାଗୁଥିବା ଅଭିଯୋଗ

ବେଙ୍ଗାଲୁରୁ,୨୬।୪: ଦ୍ୱିତୀୟ ପର୍ଯ୍ୟାୟରେ କର୍ନାଟକର ୨୮ ଟି ଲୋକ ସଭା ଆସନ ମଧ୍ୟରୁ ୧୪ ଟି ପାଇଁ ମତଦାନ ଚାଲିଛି। ଏହି ସମୟରେ ବେଙ୍ଗାଲୁରୁ ଦକ୍ଷିଣ...

ରାଜନୈତିକ ଦଳଙ୍କ ମନର କଥା କହିଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ,୨୬।୪: ଭୋଟ ଦେବା ପରେ ପ୍ରତ୍ୟେକ VVPAT ସ୍ଲିପ ସହିତ ଇଭିଏମ ମେଳାଇବାକୁ ଦାବି କରି ସୁପ୍ରିମକୋର୍ଟ ଶୁକ୍ରବାର ଏହି ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏହା...

ଗୋଟିଏ ବର୍ଷରେ ଶେଷ ହୋଇଯିବ କଲ ସେଣ୍ଟର

ନୂଆଦିଲ୍ଲୀ,୨୬।୪: ଦେଶରେ ଅର୍ଥନୈତିକ ଉଦାରୀକରଣ ଆରମ୍ଭ ହେବା ପରେ ସାରା ବିଶ୍ୱରୁ କମ୍ପାନୀମାନେ ଭାରତ ଆସିଥିଲେ। ବିଶ୍ୱର ଅନେକ କମ୍ପାନୀ ସେମାନଙ୍କର ବ୍ୟବସାୟକୁ ଭାରତକୁ ସ୍ଥାନାନ୍ତର...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri