Posted inଜାତୀୟ

ଭଗବାନ ରାମ କେବଳ ହିନ୍ଦୁଙ୍କର ନୁହେଁ, ସମସ୍ତଙ୍କର: ଫାରୁକ ଅବଦ୍ଦୁଲ୍ଲା

ଶ୍ରୀନଗର,୨୦।୧୧: ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ଏକ ସାଧାରଣ ସଭାରେ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ଜମ୍ମୁ କଶ୍ମୀରର ଅଖନୁର ଜିଲାରେ ଏକ ସାଧାରଣ ସଭାରେ ଉଦବୋଧନ ଦେଇ ଅବଦୁଲ୍ଲା କହିଛନ୍ତି, ନିର୍ବାଚନ ସମୟରେ ଭାଜପା ‘ହିନ୍ଦୁ ବିପଦରେ’ ବ୍ୟବହାର କରିବେ, କିନ୍ତୁ ଏହାର ଶିକାର ନ ହେବାକୁ ମୁଁ ସମସ୍ତଙ୍କୁ ଅନୁରୋଧ କରୁଛି। ପ୍ରଭୁ ରାମ କେବଳ ହିନ୍ଦୁ ଧର୍ମର ଲୋକଙ୍କ ନୁହେଁ, ସମସ୍ତଙ୍କର। କୌଣସି ଧର୍ମ ଖରାପ ନୁହେଁ। ଧର୍ମ ନାଁରେ ରାଜୀତି କରୁଥିବା ଲୋକଙ୍କ ମାନସିକତା ହିଁ ଖରାପ। କିଛି ନେତା ଧାର୍ମିକ ବିଭେଦ ସୃଷ୍ଟି କରି ଆମ ଦଳ ନ୍ୟାଶନାଲ କନଫରେନ୍ସକୁ ଦୁର୍ବଳ କରିବାକୁ ଚେଷ୍ଟା କରୁଛନ୍ତି। ଆମ ବିରୋଧରେ ଲଗାତାର ଅଭିଯୋଗ ଆସୁଛି କିନ୍ତୁ ଆମେ ପାକିସ୍ତାନ ସହିତ ହାତ ମିଳାଇଛୁ। କିନ୍ତୁ ଏହା ସମ୍ପୂର୍ଣ୍ଣ ମିଛ। ଆମେ କଦାପି ପାକିସ୍ତାନର ପକ୍ଷ ନେଇ ନାହୁଁ। ଜିନ୍ନା ମୋ ବାପାଙ୍କୁ ଭେଟିବାକୁ ଆସିଥିଲେ, କିନ୍ତୁ ଆମେ ତାଙ୍କ ସହ ହାତ ମିଳାଇବାକୁ ମନା କରିଥିଲୁ।
କେନ୍ଦ୍ର ସରକାରଙ୍କୁ ଆକ୍ରମଣ କରି ଫାରୁକ ଅବଦୁଲ୍ଲା କହିଛନ୍ତି. ସେମାନେ ଜମ୍ମୁ-କଶ୍ମୀରକୁ ଦେଇଥିବା ପ୍ରତିଶ୍ରୁତି ପାଳନ କରିନାହାଁନ୍ତି। ଏଠାରେ ୫୦,୦୦୦ ଚାକିରିର ପ୍ରତିଶୃତି ଦିଆଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ ତାହା ପୂରଣ ହୋଇପାରି ନାହିଁ। ଏହା ଜଣେ ରାଜ୍ୟପାଳଙ୍କ ଦ୍ୱାରା ହୋଇପାରିବ ନାହିଁ, ସେଥିପାଇଁ ନିର୍ବାଚନ ଗୁରୁତ୍ୱପୂର୍ଣ୍ଣ।
ସୂଚନାଯୋଗ୍ୟ, ଜମ୍ମୁ କଶ୍ମୀରରେ ଧାରା ୩୭୦ ରଦ୍ଦ ହେବା ପରେ ପ୍ରଥମ ନିର୍ବାଚନ ପାଇଁ ପ୍ରସ୍ତୁତି ଚାଲିଛି। ଆସନ୍ତା ବର୍ଷ ଆରମ୍ଭରେ ଏହି ନିର୍ବାଚନ ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅ ନେଲା ବାପାଙ୍କ ଜୀବନ

କୁଚିଣ୍ଡା,୨୮।୭(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ଧୂଡିପାଲି ପଞ୍ଚାୟତ ମନାପାଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳହକୁ କେନ୍ଦ୍ର କରି ପୁଅର…

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri