ଲକ୍ଷ୍ମୀନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ପ୍ରଭୁ ସାକ୍ଷୀଗୋପାଳ

ସାକ୍ଷୀଗୋପାଳ,୨ା୧୧(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): କାର୍ତ୍ତିକ ମାସ ଶୁକ୍ଲପକ୍ଷ ବଡ଼ ଏକାଦଶୀ ତଥା ଦେବ ଉତ୍ଥାପନ ଏକାଦଶୀ ତିଥିରେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିରରେ ଠାକୁରଙ୍କ ଲକ୍ଷ୍ମୀନାରାୟଣ ବେଶ ସହିତ ଶ୍ରାରାଧାଙ୍କ ସୁନାବେଶ ଦର୍ଶନ ପାଇଁ ରବିବାର ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି। ଠାକୁରଙ୍କ ଭୋଗଲାଗି କରିବାକୁ ମନ୍ଦିର ବେଢ଼ାରେ ଚୁଡ଼ାଘଷା ମହକ ସାଙ୍ଗକୁ ଶହଶହ ସଂକୀର୍ତ୍ତନ ମଣ୍ଡଳୀଙ୍କ ହରିନାମ ସଂକୀର୍ତ୍ତନରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ରାତି ୧ଟାରୁ ମନ୍ଦିର ଦ୍ୱାର ଖୋଲା, ମଙ୍ଗଳ ଆଳତି, ମଇଲମ, ମର୍ଦ୍ଦନ, ଅବକାଶ, ଲକ୍ଷ୍ମୀନାରାୟଣ ବେଶ, ସୂର୍ଯ୍ୟ ପୂଜା, ଦାରପାଳ ପୂଜା, ବଲ୍ଲଭ, ସକାଳ ଧୂପ, ବାଳଧୁପ ଓ ଆଳତି ଦେବନୀତି ପରେ ସକାଳ ୬ଟାରୁ ସାହଣମେଲା ଦର୍ଶନ ଆରମ୍ଭ ହୋଇଥିଲା।

ତହସିଲଦାର ତଥା ମନ୍ଦିର କାର୍ଯ୍ୟନିର୍ବାହୀ ଅଧକାରୀ ସନ୍ତୋଷ କୁମାର ପାଣିଗ୍ରାହୀ,
ବିଡିଓ ଦେବାଶିଷ ନାୟକ , ଏସ୍‌ଡିପିଓ ଦେବାଶିଷ ମିଶ୍ର,ଆଇଆଇସି ବିଜୟ କେତନ ବେହେରା, ଅତିରିକ୍ତ ତହସିଲଦାର ଓମ୍‌ ପ୍ରକାଶ ପରିଡ଼ାଙ୍କ ସହିତ ସେବାୟତ ସଂଘର କର୍ମକର୍ତ୍ତା, ବରିଷ୍ଠ ସେବାୟତ ଓ କର୍ମଚାରୀ ବୃନ୍ଦ ଯାତ୍ରା ପରିଚାଳନାରେ ସହଯୋଗ କରିଥିଲେ। ମନ୍ଦିରକୁ ରଙ୍ଗବେରଙ୍ଗ ଆଲୋକ ଓ ଫୁଲମାଳାରେ ସଜ୍ଜା ଯାଇଥିବା ବେଳେ ପଞ୍ଚସଖା ମୁକ୍ତାକାଶ ରଙ୍ଗମଞ୍ଚରେ ୩ ଦିନ ବ୍ୟାପୀ ଆୟୋଜିତ ଶ୍ରୀ ରାଧା ଉତ୍ସବରେ ପଲ୍ଲିଶ୍ରୀ ମେଳା ପ୍ରଦର୍ଶନୀ ସହିତ ସଂସ୍କୃତି ବିଭାଗ ପକ୍ଷରୁ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ଥୁଆମୂଳ ରାମପୁରରେ ରଜ ଉତ୍ସବ, ଦୋଳି ଖେଳିଲେ ଲାଞ୍ଜିଗଡ଼ ବିଧାୟକ; ଦଳୀୟ ଆଭିମୁଖ୍ୟ ଭୁଲି…

ଥୁଆମୂଳ ରାମପୁର, ୧୬।୬(ଦୁର୍ଗା କୀର୍ତ୍ତି): ଓଡ଼ିଶାର ଗଣପର୍ବ ‘ରଜ’ ଏବେ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ମଧ୍ୟ ବେଶ୍ ଲୋକପ୍ରିୟତା ହାସଲ କରିଛି। କଳାହାଣ୍ଡି ଜିଲା ଥୁଆମୂଳ…

E100 ଇଥାନଲ ନା ପେଟ୍ରୋଲ? କେଉଁ ଇନ୍ଧନରେ ଅଧିକ ମାଇଲେଜ୍ ଦେବ ଗାଡ଼ି, ଜାଣନ୍ତୁ…

ନୂଆଦିଲ୍ଲୀ,୧୬।୬: ଇଥାନଲ ଫୁଏଲକୁ ନେଇ ଭାରତରେ ଚର୍ଚ୍ଚା ଲାଗି ରହିଛି । ସରକାରଙ୍କଠୁ ନେଇ ଗାଡି ନିର୍ମାତା କମ୍ପାନୀ ଯାଏ ସମସ୍ତେ ଏହାକୁ ଭବିଷ୍ୟତର ଇନ୍ଧନ ରୁପେ…

ରମ୍ଭାକୁ ହରାଇ ଛତ୍ରପୁର ଚମ୍ପିୟାନ

ଛତ୍ରପୁର, ୧୬।୬(ବିଦ୍ୟାଧର ସାହୁ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପବିତ୍ର ରଜ ପର୍ବ ଉପଲକ୍ଷେ ବାବା ବାଲୀ ଲୋକନାଥ କ୍ରିକେଟ କ୍ଳବ ପକ୍ଷରୁ ଏକ ୬-ଓଭର…

ରକ୍ତଦାନରେ ଉଲ୍ଲେଖନୀୟ ଅବଦାନ: ଜାତୀୟ ସ୍ତରରେ ସମ୍ମାନିତ ହେଲା ବରଗଡ଼ର ‘ନିଷ୍ଠା ପରିବାର’

ବରଗଡ଼, ୧୬ ଜୁନ୍ (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ନିଷ୍ଠା ପରିବାର’ ପାଇଁ ଏକ ଗର୍ବର ବିଷୟ । ମଙ୍ଗଳବାର ଦିନ ଗୁଜରାଟର ଅହମଦାବାଦଠାରେ…

ଜୁନ୍ ୧୯ରୁ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ପ୍ରସିଦ୍ଧ ଯାତ୍ରା: ଖଣି ଖନନ ବିରୋଧରେ ବଜ୍ର ଶପଥ ନେବେ ହଜାର ହଜାର…

ଥୁଆମୂଳ ରାମପୁର,  ୧୬।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ ଅନ୍ତର୍ଗତ କର୍ଲାପାଟ ଅଭୟାରଣ୍ୟ ପାର୍ଶ୍ୱ ଖଣ୍ଡୁଆଳ ମାଳି ପାହାଡ଼ ଉପରେ ଆସନ୍ତା ଜୁନ୍ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri