Posted inଜାତୀୟ

ୟୁପିରେ ପ୍ରଭୁ ଶ୍ରୀରାମ, କର୍ନାଟକରେ ହନୁମାନ: ନିର୍ବାଚନୀ ସଭାରେ କହିଲେ ଯୋଗୀ…

ନୂଆଦିଲ୍ଲୀ,୨୬।୪ : କର୍ନାଟକ ନିର୍ବାଚନର ଦିନ ଯେତିକି ପାଖେଇ ଆସୁଛି, ବିଭିନ୍ନ ରାଜନୈତିକ ଦଳଙ୍କ ପକ୍ଷରୁ ପ୍ରଚାର ଅଭିଯାନ ଦ୍ରୁତ ଗତିରେ ଜାରି ରହିଛି। ଏହିକ୍ରମରେ ଭାଜପାର ତାରକା ପ୍ରଚାରକ ତଥା ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ବୁଧବାର କର୍ନାଟକରେ ଦଳୀୟ ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ପ୍ରଭୁ ଶ୍ରୀରାମ ଏବଂ ହନୁମାନଙ୍କୁ କର୍ନାଟକ ସହିତ ଯୋଡି ଭୋଟରଙ୍କୁ ଆକର୍ଷିତ କରିବାକୁ ଚେଷ୍ଟା କରିଛନ୍ତି। ଯୋଗୀ କହିଛନ୍ତି, ପ୍ରଭୁ ଶ୍ରୀରାମ ୟୁପିରେ ଅଛନ୍ତି ଆଉ ହନୁମାନ ଜୀ କର୍ନାଟକରେ ଅଛନ୍ତି। ଉତ୍ତରପ୍ରଦେଶରେ କର୍ଫ୍ୟୁ ଅବା କୌଣସି ଦଙ୍ଗା ନାହିଁ । ରାଜ୍ୟରେ ସବୁକିଛି ଠିକ ଅଛି।

ଡବଲ ଇଞ୍ଜିନ ସରକାର ପପୁଲାର ଫ୍ରଣ୍ଟ୍‌ ଅଫ ଇଣ୍ଡିଆ (ପିଏଫଆଇ) ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଅନ୍ୟପକ୍ଷରେ କଂଗ୍ରେସ ପିଏଫଆଇକୁ ସମର୍ଥନ କରିବା କାର୍ଯ୍ୟ କରୁଛି।

କର୍ନାଟକର ଡବଲ ଇଞ୍ଜିନ ସରକାର ମୁସଲମାନ ସଂରକ୍ଷଣକୁ ରଦ୍ଦ କରି ଏହାକୁ ଗରିବ ଏବଂ ପଛୁଆବର୍ଗଙ୍କ ମଧ୍ୟରେ ଭାଗ କରିଛନ୍ତି। ଧର୍ମ ଆଧାରରେ ଭାରତ ସଂରକ୍ଷଣ ବିଷୟରେ ଚିନ୍ତା କରିପାରିବ ନାହିଁ। ପୁଣି ଭାରତକୁ ବିଭାଜନ କରିବାକୁ ଚିନ୍ତା କରାଯିବ ନାହିଁ। କେବଳ ଏକ ଡବଲ ଇଞ୍ଜିନ ସରକାର ସୁରକ୍ଷା ଏବଂ ସମୃଦ୍ଧିର ଗ୍ୟାରେଣ୍ଟି ଦେଇପାରିବ। ତେଣୁ କର୍ନାଟକର ଭୋଟର ଉପଯୁକ୍ତ ପଦକ୍ଷେପ ନିଅନ୍ତୁ ବୋଲି ଯୋଗୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri