Posted inଜାତୀୟ

ପ୍ରଭୁ ଶ୍ରୀରାମ କେବଳ ହିନ୍ଦୁ ନୁହେଁ, ସମସ୍ତଙ୍କର ଭଗବାନ: ଫାରୁଖ ଅବଦ୍ଦୁଲ୍ଲା

ଶ୍ରୀନଗର,୨୪।୩: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାଶନାଲ୍‌ କନ୍‌ଫରେନ୍ସ (ଏନସି)ର ସଭାପତି ଫାରୁକ ଅବଦୁଲ୍ଲା ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଏହି ଦଳ କେବଳ କ୍ଷମତାରେ ରହିବା ପାଇଁ ପ୍ରଭୁ ରାମଙ୍କ ନାମ ବ୍ୟବହାର କରେ, କିନ୍ତୁ ରାମ କେବଳ ହିନ୍ଦୁମାନଙ୍କର ନୁହେଁ ମୁସଲମାନଙ୍କର ମଧ୍ୟ ଭଗବାନ।
ଉଦ୍ଧମପୁରରେ ପାନ୍ଥର୍ସ ପାର୍ଟି ଦ୍ୱାରା ଆୟୋଜିତ ଏକ ରାଲିରେ ଅବଦୁଲ୍ଲା କହିଛନ୍ତି, ରାମ କେବଳ ହିନ୍ଦୁମାନଙ୍କର ଭଗବାନ, ଦୟାକରି ଏହି ଧାରଣାକୁ ମନରୁ ହଟାନ୍ତୁ। ରାମଙ୍କ ଉପରେ ଯେଉଁମାନେ ବିଶ୍ୱାସ କରନ୍ତି, ସେମାନଙ୍କ ମଧ୍ୟରେ ମୁସଲମାନ, ଖ୍ରୀଷ୍ଟିଆନ, ଆମେରିକୀୟ କିମ୍ବା ରୁଷୀୟ ମଧ୍ୟ ଅଛନ୍ତି। ଯେଉଁମାନେ ଆମେ କେବଳ ରାମଙ୍କର ଭକ୍ତ ଅଟୁ କୁହନ୍ତି, ସେମାନେ ପ୍ରକୃତରେ ମୂର୍ଖ ଅଟନ୍ତି। ସେମାନେ ରାମଙ୍କ ନାମର ଲାଭ ଉଠାଇବାକୁ ଚାହୁଁଛନ୍ତି। ସେମାନେ ରାମଙ୍କୁ ଭଲ ପାଆନ୍ତି ନାହିଁ କିନ୍ତୁ ଶକ୍ତିକୁ ଭଲ ପାଆନ୍ତି। ମୁଁ ଭାବୁଛି ଜମ୍ମୁ କଶ୍ମୀରରେ ନିର୍ବାଚନ ଯେବେ ଘୋଷଣା ହେବ, ଭାରତୀୟ ଜନତା ପାର୍ଟିର କେନ୍ଦ୍ର ସରକାର ସାଧାରଣ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିବା ପାଇଁ ରାମ ମନ୍ଦିର ଉଦ୍‌ଘାଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri