ଲୋରି ଲାଫଲିନ୍‌ଙ୍କୁ ୨ ମାସ ଜେଲ୍‌

ଡୁବ୍‌ଲିନ, ୨୯।୧୨ : କଲେଜରେ ନାମଲେଖା ଦୁର୍ନୀତିରେ ‘ଫୁଲ୍‌ ହାଉସ୍‌’ ଅଭିନେତ୍ରୀ ଲୋରି ଲାଫଲିନ୍‌ ୨ ମାସ ଜେଲ୍‌ରେ ସଜା କାଟିବା ପରେ ମୁକ୍ତ ହୋଇଛନ୍ତି। ସେ ତାଙ୍କର ଦୁଇଝିଅଙ୍କୁ କଲେଜରେ ନାମ ଲେଖାଇବା ଲାଗି ୫ ନିୟୁତ ଡଲାର ଲାଞ୍ଚ ଦେଇଥିଲେ। ଏହି ଅପରାଧରେ ତାଙ୍କୁ କାଲିଫର୍ନିଆର ଡୁବଲିନ୍‌ ଜେଲ୍‌ରେ ଦୁଇମାସ କାଟିବାକୁ ପଡ଼ିଛି। ତାଙ୍କ ସ୍ବାମୀ ଫେଶନ ଡିଜାଇନର ମୋସିମୋ ଗ୍ୟାନୁଲିଙ୍କୁ ମଧ୍ୟ ୫ ମାସ ଜେଲ୍‌ଦଣ୍ଡ ମିଳିଥିଲା। ଖ୍ୟାତନାମା ବିଶ୍ୱବିଦ୍ୟାଳୟରେ ନିଜ ପିଲାଙ୍କୁ ନାମ ଲେଖାଇବା ଲାଗି ଧନୀ ମାତାପିତା ଲାଞ୍ଚ ଦେଇଥାନ୍ତି। ଏହି ଦୁର୍ନୀତିରେ ଫସିବାରେ ଲାଫଲିନ୍‌ ଓ ଗ୍ୟାନୁଲି ହାଇପ୍ରୋଫାଇଲ୍‌ ଅଭିଯୁକ୍ତ। ସେମାନେ ସଦର୍ନ କାଲିଫର୍ନିଆ ୟୁନିଭର୍ସିଟିରେ ଦୁଇ ଝିଅଙ୍କ ନାମ ଲେଖାଇବା ଲାଗି ୫ ଲକ୍ଷ ଡଲାର ଦେଇଥିବା ସ୍ବୀକାର କରିଥିଲେ।
ନାମଲେଖା ପାଇଁ ଲାଞ୍ଚ କାରବାର ମାମଲାରେ ପାଖାପାଖି ୬୦ ଅଭିଭାବକ, କୋଚ୍‌ ଓ ଅନ୍ୟମାନେ ମାମଲାର ସମ୍ମୁଖୀନ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେତେଜଣ ଏବେ ବି ମାମଲା ଲଢ଼ୁଛନ୍ତି। ଯେଉ ଅଭିଭାବକ ଦୋଷ ସ୍ବୀକାର କରିଛନ୍ତି, ସେମାନଙ୍କୁ ଦୁଇ ସପ୍ତାହରୁ ୯ ମାସ ଜେଲ୍‌ଦଣ୍ଡ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ଚଳଚଞ୍ଚଳ ରହିବ ପଦ୍ମନାଭପୁର, ଆଜି ଲକ୍ଷ୍ମୀନୃସିଂହ ମନ୍ଦିରରେ…

ଦିଗପହଣ୍ଡି,୬ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ କୁମୁଟି ସାହିରେ ଶ୍ରୀଲକ୍ଷ୍ମୀନୃସିଂହ ଠାକୁରଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ନିମନ୍ତେ ଶୁକ୍ରବାର ଫାଲଗୁନ କୃଷ୍ଣପକ୍ଷ…

ଅସ୍ତ୍ରଶସ୍ତ୍ର ସହ ପୋଲିସ ଆଗରେ ଆତ୍ମସମର୍ପଣ କଲେ ୪ ମାଓବାଦୀ

ଫୁଲବାଣୀ,୬।୨: ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି ମାଓବାଦୀ ସଙ୍ଗଠନ । ସମାଜର ମୁଖ୍ୟ ସ୍ରୋତରେ ସାମିଲ ହେବାନେଇ କନ୍ଧମାଳ ପୋଲିସ ନିକଟରେ ଶୁକ୍ରବାର ୪ଜଣ ମାଓବାଦୀ…

Vaibhav Suryavanshi: ପୁଣି ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୬।୨: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୧୯ ବର୍ଷରୁ କମ ଏକଦିବସୀୟ ବିଶ୍ୱକପର ଫାଇନାଲ ମ୍ୟାଚ ଚାଲିଛି। ଭାରତୀୟ ଅଧିନାୟକ ଆୟୁଷ ମହାତ୍ରେ ଟସ ଜିତି ପ୍ରଥମେ…

Love-Relationshipକୁ ନେଇ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି ଦେଲେ ସୁପ୍ରିମକୋର୍ଟ: ବ୍ରେକଅପ ପରେ ବଳାତ୍କାର ଅଭିଯୋଗ…

ନୂଆଦିଲ୍ଲୀ,୬।୨: ସୁପ୍ରିମକୋର୍ଟ ଗୁରୁବାର (ଫେବୃଆରୀ ୫, ୨୦୨୬) ଦିନ ଏକ ମାମଲାରେ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି କରିଛନ୍ତି, ଯେଉଁଥିରେ କୁହାଯାଇଛି ଯେ ସମ୍ପର୍କ ଖରାପ ହେବା କିମ୍ବା ଭାଙ୍ଗିବା…

ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…

ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ…

ବରଗଡ଼ ସିଭିଲ କୋର୍ଟକୁ ବୋମା ଧମକ, ଛାନିଆ ହୋଇ ବାହାରକୁ ଚାଲିଆସିଲେ…

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ କୋର୍ଟକୁ ଶୁକ୍ରବାର ମିଳିଥିବା ବୋମା ଧମକ ହଇଚଇ ସୃଷ୍ଟି କରିଛି। ବରଗଡ଼ ସିଭିଲ କୋର୍ଟକୁ ମଧ୍ୟ ଇ-ମେଲରେ ଏଭଳି ଧମକ ଆସିଛି।…

କେରଳରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟଣା: ପ୍ରଶାସନ ପରେ ବଢୁଛି ସହାୟତାର ହାତ

ଲୋଇସିଂହା,୬।୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ସନଅଗାଁ(କ) ଗ୍ରାମର ଯୁବ ଚାଷୀ ବଳରାମ ପଧାନ ତାଙ୍କ ଖରିଫ ଧାନ ବିକ୍ରି ଟଙ୍କା କୌଣସିକାରଣବଶତଃ କେରଳରେ ଥିବା…

ପାକିସ୍ତାନର ଦୋମୁହାଁ ନୀତି: କ୍ରିକେଟରେ ରାଜନୀତି, ‘ଡଲାର’ ପାଇଁ ଭାରତୀୟ ବଂଶୋଦ୍ଭବଙ୍କୁ ଭବ୍ୟ ସ୍ୱାଗତ

ନୂଆଦିଲ୍ଲୀ,୬।୨: ପାକିସ୍ତାନର ଦୋମୁହାଁ ଚରିତ୍ର ଏବେ ସାରା ବିଶ୍ୱ ଆଗରେ ପୁଣିଥରେ ପ୍ରକଟ ହୋଇଛି। ଗୋଟିଏ ପଟେ ପାକିସ୍ତାନ ଭାରତ ବିରୋଧରେ କ୍ରିକେଟକୁ ଅସ୍ତ୍ର କରି ଟି-୨୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri