ଲସ୍‌ଏଞ୍ଜେଲ୍ସ ବନାଗ୍ନି ମହାକାଶରୁ ଦୃଶ୍ୟମାନ

ଲସ୍‌ଏଞ୍ଜେଲ୍ସ,୧୦।୧: ଆମେରିକାର କାଲିଫର୍ନିଆସ୍ଥିତ ଲସ୍‌ଏଞ୍ଜେଲ୍ସ ଉପକୂଳ ପାସିଫିକ୍‌ ପାଲିସାଡେସ୍‌ ଜଙ୍ଗଲରେ ଲାଗିଥିବା ନିଅଁା ଏତେ ଭୟାବହ ଯେ, ଏହା ମହାକାଶରୁ ଦୃଶ୍ୟମାନ ହେଉଛି। ତୁହାକୁ ତୁହା ପବନ ବହିବାରେ ଲାଗିଥିବାରୁ ବନାଗ୍ନିକୁ ଆୟତ୍ତ କରାଯାଇପାରୁ ନାହିଁ। ୩ ହଜାରରୁ ଊର୍ଦ୍ଧ୍ୱ ଏକର ଜଙ୍ଗଲ ଜଳିପୋଡ଼ି ପାଉଁଶ ହୋଇଗଲାଣି। ଅନେକ ଲକ୍ଷ ଲୋକ ବାସଚ୍ୟୁତ ହୋଇ ସୁରକ୍ଷିତ ସ୍ଥାନକୁ ପଳାୟନ କରିଛନ୍ତି। କୋପେରନିକସ୍‌ ସେଣ୍ଟିନେଲ୍‌-୨ ମିଶନ ଜରିଆରେ ସଂଗୃହୀତ ଚିତ୍ର ବନାଗ୍ନି ବିପର୍ଯ୍ୟୟର ଭୟାବହତାକୁ ବୟାନ କରୁଛି।

ସାଣ୍ଟା ମୋନିକା ନିକଟରେ କଳାଧୂଅଁାର ବହଳ ଆସ୍ତରଣ ସମ୍ପୃକ୍ତ ଅଞ୍ଚଳର ଆକାଶକୁ ଆଚ୍ଛାଦିତ କରି ରଖିଥିବା ଉପଗ୍ରହ ଚିତ୍ରରୁ ସ୍ପଷ୍ଟ ପ୍ରତୀୟମାନ ହୋଇଛି। କେବଳ ପାଲିସାଡେସ୍‌ ନୁହେଁ, ଲସ୍‌ ଏଞ୍ଜେଲ୍ସ କାଉଣ୍ଟିର ହୁର୍ଷ୍ଟ ଏବଂ ଅଲ୍ଟାଡେନା ଜଙ୍ଗଲରେ ମଧ୍ୟ ତାଣ୍ଡବ ରଚିଛି ନିଅଁା। ଅଗ୍ନିଶମ ବାହିନୀ ଏହାକୁ ଆୟତ୍ତ କରିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛି। ଫାୟାରଫାଇଟର୍ସଙ୍କ ଆଗରେ ସବୁଠୁ ବଡ଼ ଚ୍ୟାଲେଞ୍ଜ ପାଲଟିଛି ଦ୍ରୁତ ବେଗରେ ବହୁଥିବା ପବନ ଏବଂ ପାଣିପାଗର ଶୁଷ୍କତା। ଏଥିଯୋଗୁ ଏକ ଅତ୍ୟନ୍ତ ବିପଜ୍ଜନକ ଝଡ଼ ସୃଷ୍ଟି ହୋଇଥିବା କାଲିଫର୍ନିଆ ଗଭର୍ନର ଗାଭିନ୍‌ ନ୍ୟୁସୋମ୍‌ ସୂଚନା ଦେଇଛନ୍ତି। ଏଭଳି ପାଗ କେବଳ ନିଅଁାଲିଭା କାର୍ଯ୍ୟରେ ବାଧା ସୃଷ୍ଟି କରିନାହିଁ, ବରଂ ଜଙ୍ଗଲର ନୂଆ ଅଞ୍ଚଳକୁ ନିଅଁା ବ୍ୟାପିବାରେ ସହାୟକ ହୋଇଛି। ଦୟନୀୟ ସ୍ଥିତିରେ ସ୍ଥାନୀୟ ବାସିନ୍ଦାଙ୍କ ଜୀବନ ବିପନ୍ନ ହେବାରେ ଲାଗିଥିବାରୁ ଜରୁରିକାଳୀନ ସେବାକୁ ତ୍ୱରାନ୍ବିତ କରାଯାଇଛି। ଲୋକଙ୍କ ଧନଜୀବନର ସୁରକ୍ଷା ପାଇଁ ଅନେକ ହଜାର କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ହଲିଉଡ୍‌ ଅଭିନେତ୍ରୀ, ଅଭିନେତାଙ୍କ ସମେତ ବହୁ ସେଲିବ୍ରିଟିଙ୍କ ଘରଦ୍ୱାର ଜଳିଯାଇଛି। ଗଭର୍ନର ନ୍ୟୁସୋମ୍‌ କାଲିଫର୍ନିଆରେ ଏମର୍ଜେନ୍ସି ଜାରି କରିଛନ୍ତି। ଅଧିକାରୀମାନେ ସ୍ଥାନୀୟ ବାସିନ୍ଦାଙ୍କୁ ସର୍ବାଧିକ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛନ୍ତି। ଜଙ୍ଗଲ ନିଅଁା ପାଇଁ ବିଶେଷଜ୍ଞମାନେ ଜଳବାୟୁ ପରିବର୍ତ୍ତନକୁ ଦାୟୀ କରିଥିବାବେଳେ ସମ୍ପୃକ୍ତ ଅଞ୍ଚଳରେ ଜଳାଭାବ ଓ ବାଇଡେନ୍‌ ପ୍ରଶାସନର ଉଦାସୀନତାକୁ ମଧ୍ୟ ଦୋଷ ଦିଆଯାଉଛି। କାରଣ ବନାଗ୍ନି ଏଡ଼ାଇବା ପାଇଁ ଉଦ୍ଦିଷ୍ଟ ପାଣ୍ଠିକୁ ସ୍ଥାନୀୟ ପ୍ରଶାସନ ହ୍ରାସ କରି ତାକୁ ଅନ୍ୟ କାର୍ଯ୍ୟରେ ବ୍ୟୟ କରିଥିବା ଅଭିଯୋଗ ହୋଇଛି। ଏଭଳି ସମୟରେ ଗଭର୍ନର ନ୍ୟୁସୋମ୍‌ଙ୍କ ଇସ୍ତଫା ଦାବି ଜୋର୍‌ ଧରିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ସୁଦାନ ହସ୍ପିଟାଲ ଉପରେ ବଡ଼ଧରଣର ଆକ୍ରମଣ: ଡବ୍ଲ୍ୟୁଏଚ୍‌ଓ ମୁଖ୍ୟ ନିନ୍ଦା କରି କହିଲେ…

କାଇରୋ,୨୨ା୩: ସୁଦାନର ଡାର୍‌ପୁର ଅଞ୍ଚଳରେ ଥିବା ଏକ ହସ୍ପିଟାଲ ଉପରେ ଆକ୍ରମଣ ଯୋଗୁ ୧୩ ଜଣ ପିଲାଙ୍କ ସମେତ ଅନୂ୍ୟନ ୬୪ ଜଣଙ୍କ ମୃତ୍ୟୁ ଘଟିଥିବା ବିଶ୍ୱ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri