ସୌନ୍ଦର୍ଯ୍ୟ ହରାଉଛି ‘ଆଇ ଲଭ୍‌ ଦାରିଙ୍ଗବାଡ଼ି ସାଇନ୍‌ ବୋର୍ଡ’

ଦାରିଙ୍ଗବାଡ଼ି,୫ା୧(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସୁଛନ୍ତି। ଆଉ କିଛି ଦିନ ପରେ ଏଠାରେ ଆରମ୍ଭ ହେବ ଶୀତ ମହୋତ୍ସବ। ଏନେଇ ସ୍ଥାନୀୟ ଓ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଦାରିଙ୍ଗବାଡ଼ି ଏହି ମହୋତ୍ସବ ପାଇଁ ସଜେଇ ହେବ ବୋଲି ଜନସାଧାରଣ ଆଶା ରଖିଛନ୍ତି। ହେଲେ ଦାରିଙ୍ଗବାଡ଼ିକୁ କେବଳ ପର୍ଯ୍ୟଟକ ଆସନ୍ତି ତାହା ନୁହଁ, ଦାରିଙ୍ଗବାଡ଼ି ବଜାର ଉପରେ ୨୫ଟି ପଞ୍ଚାୟତର ବାସିନ୍ଦା ନିର୍ଭର କରିଥାନ୍ତି। ତେବେ ଦାରିଙ୍ଗବାଡ଼ି ୪ ଛକ ଉପରେ ଅଞ୍ଚଳବାସୀ ସମେତ ବଜାର ବାସିନ୍ଦା ନିର୍ଭର କରୁଛନ୍ତି।

ପର୍ଯ୍ୟଟକଙ୍କ ଆଗମନକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ‘ଆଇ ଲଭ୍‌ ଦାରିଙ୍ଗବାଡ଼ି’ଏକ ସୁନ୍ଦର ସାଇନ ବୋର୍ଡ ଆଲୁଅ ସହ ସ୍ଥାପନ କରାଯାଇଛି। ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ମୁଖ୍ୟ ଫାଟକକୁ ଲାଗି ଏହି ସାଇନ୍‌ବୋର୍ଡ ଟି ରହିଥିବା ବେଳେ ତାକୁ ଡମ୍ପିୟାର୍ଡ ଭାବେ ସ୍ଥାନୀୟ ବାସିନ୍ଦା ବ୍ୟବହାର କରୁଥିବାବେଳେ ଦାରିଙ୍ଗବାଡ଼ିକୁ ଆସୁଥିବା ଜନସାଧାରଣ ମଧ୍ୟ ବସ୍‌କୁ ଅପେକ୍ଷା କରିବା ପାଇଁ ସେଠାରେ ବିଶ୍ରାମଗାର ଭାବେ ବ୍ୟବହାର କରୁଛନ୍ତି। ଏଥିସହିତ ଅଳିଆ ଆବର୍ଜନା, ପ୍ଲାଷ୍ଟିକ, ପଲିଥିନ ଆଦି ପକାଇ ପରିବେଶକୁ ଦୂଷିତ କରିଥାନ୍ତି। ସେହିପରି ଉକ୍ତ ସାଇନବୋର୍ଡ ସମ୍ମୁଖରେ ଉଠା ଦୋକାନୀମାନେ ବିଭିନ୍ନ ଦୋକାନ ଖୋଲି ଭିଡ଼ ଜମାଇଥାନ୍ତି। ଫଳରେ ସୌନ୍ଦର୍ଯ୍ୟ ଦିଶିବା ବଦଳରେ ଉକ୍ତ ଭିଡ଼ ମଧ୍ୟରେ ସାଇନବୋର୍ଡଟି ଲୁଚିଯାଉଛି ଏହାକୁ ନେଇ ବିଭିନ୍ନ ମହଲରେ ନିନ୍ଦା କରାଯାଇଥିଲେ ସୁଦ୍ଧା ପ୍ରଶାସନର ଦୃଷ୍ଟି ଆଢୁଆଳରେ ଆଇ ଲଭ ଦାରିଙ୍ଗବାଡ଼ି ସାଇନ୍‌ବୋର୍ଡଟି ରହିଯାଇଥିବା ଚର୍ଚ୍ଚା ହେଉଛି। ଏଥିପ୍ରତି ସ୍ଥାନୀୟ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

ଏଣିକି ୨ମିନିଟ୍‌ରେ ମିଳିବ ସିଲିଣ୍ଡର, ବୁକିଂ କରିବା ପୂର୍ୱରୁ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ସାରା ଭାରତର ପରିବାରର ରୋଷେଇ ଘରେ ପଡ଼ିବା ଆରମ୍ଭ ହୋଇଛି। ଯେହେତୁ ଭାରତ ଏହାର ପ୍ରାୟ 60 ପ୍ରତିଶତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri