ସୌନ୍ଦର୍ଯ୍ୟ ହରାଉଛି ଜାଗାମିଶନ ଗୃହ,ପାର୍କ

ଖଣ୍ଡପଡ଼ା,୩୦ା୧୧(ଅଜୟ କୁମାର ମହାରଣା)ରାଜ୍ୟ ସରକାରଙ୍କ ନଗର ଉନ୍ନୟନ ବିଭାଗ ପକ୍ଷରୁ ଖଣ୍ଡପଡ଼ା ସହରାଞ୍ଚଳ ପାରିପାର୍ଶ୍ୱିକ ଉନ୍ନତିକରଣ ନିମନ୍ତେ ବିଭିନ୍ନ ଯୋଜନାରେ ଅନେକ କୋଟି ଟଙ୍କା ବ୍ୟୟ କରାଯାଉଛି ା ତେବେ ଅନୁଦାନ ଅର୍ଥରେ ନିର୍ମିତ ପ୍ରକଳ୍ପଗୁଡ଼ିକର ସୁରକ୍ଷା ଓ ରକ୍ଷଣାବେକ୍ଷଣ ପ୍ରତି ଏନ୍‌ଏସି କତ୍ତୃପକ୍ଷ ଧ୍ୟାନ ଦେଉ ନ ଥିବାରୁ ନୂତନ ପ୍ରକଳ୍ପଗୁଡିକ ୨ରୁ ୩ବର୍ଷ ମଧ୍ୟରେ ସୌନ୍ଦର୍ଯ୍ୟ ହରାଥିବା ପରିଲକ୍ଷିତ ହେଉଛି। ଏ ସମ୍ପର୍କରେ ଏନ୍‌ଏସି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଉଛି। ଖଣ୍ଡପଡ଼ା ସହରାଞ୍ଚଳ ଅଧୀନ ୧ନଂ.ୱାର୍ଡର କରଡାବଣି ବସ୍ତିରେ ଏନ୍‌ଏସି କର୍ତ୍ତୃପକ୍ଷ ଜାଗା ମିଶନ ଜରିଆରେ ଏକ ପାର୍କ ଓ ବସ୍ତି ବାସିନ୍ଦାଙ୍କ ସାମୁହିକ କାର୍ଯ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିଥିଲେ ା ଏ ବାବଦରେ ଏନ୍‌ଏସି କର୍ତ୍ତୃପକ୍ଷ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ କରିଥିଲେ ହେଁ ଆବଶ୍ୟକ ରକ୍ଷଣାବେକ୍ଷଣ ଅଭାବରୁ ପାର୍କ ପରିସର ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇ ପଡିରହିଛି। ସେହିପରି ପାର୍କ ପରିସରରେ ବିଭିନ୍ନ ସମୟରେ ଅସାମାଜିକ ବ୍ୟକ୍ତି ମାନେ ଆଡ୍ଡା ଜମାଇ ସୌନ୍ଦର୍ଯ୍ୟକରଣ ସାମଗ୍ରୀଗୁଡିକୁ ଭଙ୍ଗାରୁଜା କରୁଥିବା ବେଳେ ଏଥିପ୍ରତି ପ୍ରଶାସନର ନିଘା ନ ଥିବା ପରି ମନେ ହେଉଛି। ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା ନ ଥିବାରୁ ସଞ୍ଜ ନଇଁଲେ ଉକ୍ତ ସ୍ଥାନ ଅନ୍ଧାର ହୋଇପଡୁଛି। ଏଥିପ୍ରତି ଖଣ୍ଡପଡ଼ା ଏନଏସି କର୍ତ୍ତୃପକ୍ଷ ଦୃଷ୍ଟି ଦେବାକୁ କରଡାବଣି ଗ୍ରାମବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri