୩୦ କେଜି ବାସି ଖାଦ୍ୟ ନଷ୍ଟ, ଜରିମାନା ଆଦାୟ

କଟକ,୬ା୮(ସୁପ୍ରିୟା ପ୍ରିୟଦର୍ଶିନୀ)କଟକ ସହରର ଅନେକ ସ୍ଥାନରେ ବାସି ଓ ଅପମିଶ୍ରିତ ଖାଦ୍ୟ ବିକ୍ରି ହେଉଥିବା ଅଭିଯୋଗ ହୋଇଛି। ଏହାକୁ ଖାଇବା ଦ୍ୱାରା ଲୋକମାନେ ରୋଗର ଶିକାର ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି କଟକ ମହାନଗର ନିଗମ(ସିଏମ୍‌ସି) ଖାଦ୍ୟ ସୁରକ୍ଷା ଓ ପରିମଳ ବିଭାଗ ପକ୍ଷରୁ ଶନିବାର ରାଣୀହାଟ ଅଞ୍ଚଳର ଫାଷ୍ଟଫୁଡ୍‌, ଚାଟ୍‌, ଆଳୁଦମ୍‌ ଦହିବରା ଓ ମିଠା ଦୋକାନ ଭଳି ୧୫ରୁ ଊର୍ଦ୍ଧ୍ୱ ଦୋକାନରେ ଚଢାଉ କରାଯାଇଥିଲା। ଯାଞ୍ଚବେଳେ କେତେକ ଦୋକାନରେ ବାସି ଓ ରଙ୍ଗ ମିଶା ଖାଦ୍ୟ ବିକ୍ରି ହେଉଥିବା ଜଣାପଡିଥିଲା। ଫଳରେ ୩୦ କେଜିରୁ ଊର୍ଦ୍ଧ୍ୱ ଖାଦ୍ୟ ନଷ୍ଟ କରାଯିବା ସହ ଦୋକାନୀମାନଙ୍କଠାରୁ ୩୧୦୦ ଟଙ୍କା ଜରିମାନା ଆଦାୟ କରାଯାଇଥିଲା। ଏଥିସହ ସ୍ବଚ୍ଛ ପରିବେଶରେ ସ୍ବାସ୍ଥ୍ୟକର ଖାଦ୍ୟ ବିକ୍ରି କରିବାକୁ ପରାମର୍ଶ ଦିଆଯାଇଥିଲା। ଯଦି ଆଗାମୀ ଦିନରେ ସେମାନେ ପୁଣି ବାସି ଖାଦ୍ୟ ବିକ୍ରି କରନ୍ତି ତା’ହେଲେ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦିଆଯାଇଛି। ସିଏମ୍‌ସି ସ୍ବାସ୍ଥ୍ୟ ଅଧିକାରୀ ଡା. ସତ୍ୟବ୍ରତ ମହାପାତ୍ରଙ୍କ ନେତୃତ୍ୱରେ ଅନୁଷ୍ଠିତ ଚଢ଼ାଉରେ ଖାଦ୍ୟ ସୁରକ୍ଷା ଅଧିକାରୀ ପ୍ରତୀକ୍ଷା ଦାସମହାପାତ୍ର, ରଶ୍ମିତା ବେହେରା, ବିଭାସ ମଜୁମଦାର, ପରିମଳ ନିରୀକ୍ଷକ ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri