୩ ଦିନରେ ୩୪ ଶହ କୋଟି ଡଲାର କ୍ଷତି, ଶୀର୍ଷ ୧୦ ଧନ କୁବେର ତାଲିକାରୁ ବାହାରିଲେ ଗୌତମ ଆଦାନୀ…

ନୂଆଦିଲ୍ଲୀ,୩୧।୧ : ହିଣ୍ଡନବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ଅନ୍ୟତମ ଧନୀ ବ୍ୟକ୍ତି ଗୌତମ ଆଦାନୀ ବହୁ କ୍ଷତି ସହିଛନ୍ତି। ତାଙ୍କ ଗ୍ରୁପ କମ୍ପାନୀଗୁଡିକ ତିନି ଦିନ ମଧ୍ୟରେ ୩୪ ଶହ କୋଟି ଡଲାରର କ୍ଷତି କରିଛନ୍ତି। କେବଳ ଏତିକି ନୁହେଁ, ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ଗୌତମ ଆଦାନୀ ମଧ୍ୟ ଶ୍ରେଷ୍ଠ ଦଶ ଧନୀ ତାଲିକାରୁ ବାହାରି ଯାଇଛନ୍ତି।

ଆଦାନୀ ବିଲିୟନେୟାର ଇଣ୍ଡେକ୍ସରେ ୪ର୍ଥ ସ୍ଥାନରୁ ଏକାଦଶ ସ୍ଥାନକୁ ଖସି ଆସିଛନ୍ତି ଏବଂ ତାଙ୍କ ଗ୍ରୁପ କମ୍ପାନୀଗୁଡିକର ଅଂଶଧନ ହ୍ରାସ ପାଇବାରେ ଲାଗିଛି। ଅନୁମାନ କରାଯାଉଛି ଯେ ଶୀଘ୍ର ଗୌତମ ଆଦାନୀ ମଧ୍ୟ ଏସିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ମାନ୍ୟତା ମଧ୍ୟ ହରାଇ ପାରନ୍ତି।

ଆଦାନୀଙ୍କ ନିଟ ସମ୍ପତ୍ତି ମୂଲ୍ୟ ୮୪.୪ ବିଲିୟନ ଡ଼ଲାରକୁ ଖସି ଆସିଛି। ସେ ବର୍ତ୍ତମାନ ରିଲାଏନ୍ସ ମାଲିକ ମୁକେଶ ଅମ୍ବାନୀଙ୍କଠାରୁ ମାତ୍ର ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ଅମ୍ବାନୀଙ୍କ ମୋଟ ସମ୍ପତ୍ତି ମୂଲ୍ୟ ହେଉଛି ୮୨.୨ ବିଲିୟନ ଡଲାର ।

ସୂଚନାଯୋଗ୍ୟ,ଜାନୁୟାରୀ ୨୫ରେ, ହିଣ୍ଡନବର୍ଗ ଆଦାନୀ ଗ୍ରୁପ ସମ୍ବନ୍ଧରେ ୩୨,୦୦୦ ଶବ୍ଦର ଏକ ରିପୋର୍ଟ ପ୍ରକାଶ କରିଥିଲେ। ରିପୋର୍ଟର ଅନୁସନ୍ଧାନରେ ୮୮ଟି ପ୍ରଶ୍ନ ଅନ୍ତର୍ଭୁକ୍ତ ଥିଲା। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ ଏହି ଗୋଷ୍ଠୀ ଦଶନ୍ଧି ଧରି ଷ୍ଟକ ମାନିପୁଲେଶନ ଏବଂ ଆକାଉଣ୍ଟ ଠକେଇରେ ଜଡିତ ଥିଲା। ରିପୋର୍ଟରେ କୁହାଯାଇଛି ଯେ ଶେୟାର ମୂଲ୍ୟ ବୃଦ୍ଧି ହେତୁ ତିନି ବର୍ଷ ମଧ୍ୟରେ ଆଦାନୀ ଗ୍ରୁପ ପ୍ରତିଷ୍ଠାତା ଗୌତମ ଆଦାନୀଙ୍କ ସମ୍ପତ୍ତି ୧ ବିଲିୟନ ଡ଼ଲାରରୁ ୧୨୦ ବିଲିୟନ ଡ଼ଲାରରେ ପହଞ୍ଚିଛି। ଏହି ଅବଧି ମଧ୍ୟରେ, ଗୋଷ୍ଠୀର ୭ ଟି କମ୍ପାନୀର ଶେୟାର ହାରାହାରି ୮୧୯ ପ୍ରତିଶତ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

ଡିଫେନ୍ସ ମିନିଷ୍ଟ୍ରିରେ କରୁଥିଲେ ଚାକିରି, ହଠାତ୍‌ ୩ ମାସର ଗର୍ଭବତୀବସ୍ଥାରେ କଲେ ଆତ୍ମହତ୍ୟା; ରାଜଧାନୀରେ ଚାଞ୍ଚଲ୍ୟ…

ନୂଆଦିଲ୍ଲୀ,୨୩।୮: ଦିଲ୍ଲୀରେ ପ୍ରତିରକ୍ଷା ମନ୍ତ୍ରଣାଳୟ (ଡିଫେନ୍ସ ମିନିଷ୍ଟ୍ରି) ରେ କାର୍ଯ୍ୟରତ ଜଣେ ୩ ମାସର ଗର୍ଭବତୀ ମହିଳା ଆତ୍ମହତ୍ୟା କରିଛନ୍ତି। ଅଭିଯୋଗ ହୋଇଛି ଯେ ଶାଶୂଘର ଲୋକେ…

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ଚାଇନା ଯିବେ NSA ଅଜିତ ଡୋଭାଲ; ଜାଣନ୍ତୁ ଏହାର ପ୍ରମୁଖ କାରଣ

ନୂଆଦିଲ୍ଲୀ,୨୩।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମା ବିବାଦ ସମ୍ପର୍କରେ ପୁଣି ଥରେ କୂଟନୈତିକ ଆଲୋଚନା ଆଗକୁ ବଢ଼ିବାକୁ ଯାଉଛି। ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri