୩ ଦିନରେ ୩୪ ଶହ କୋଟି ଡଲାର କ୍ଷତି, ଶୀର୍ଷ ୧୦ ଧନ କୁବେର ତାଲିକାରୁ ବାହାରିଲେ ଗୌତମ ଆଦାନୀ…

ନୂଆଦିଲ୍ଲୀ,୩୧।୧ : ହିଣ୍ଡନବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଏସିଆର ଅନ୍ୟତମ ଧନୀ ବ୍ୟକ୍ତି ଗୌତମ ଆଦାନୀ ବହୁ କ୍ଷତି ସହିଛନ୍ତି। ତାଙ୍କ ଗ୍ରୁପ କମ୍ପାନୀଗୁଡିକ ତିନି ଦିନ ମଧ୍ୟରେ ୩୪ ଶହ କୋଟି ଡଲାରର କ୍ଷତି କରିଛନ୍ତି। କେବଳ ଏତିକି ନୁହେଁ, ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ଗୌତମ ଆଦାନୀ ମଧ୍ୟ ଶ୍ରେଷ୍ଠ ଦଶ ଧନୀ ତାଲିକାରୁ ବାହାରି ଯାଇଛନ୍ତି।

ଆଦାନୀ ବିଲିୟନେୟାର ଇଣ୍ଡେକ୍ସରେ ୪ର୍ଥ ସ୍ଥାନରୁ ଏକାଦଶ ସ୍ଥାନକୁ ଖସି ଆସିଛନ୍ତି ଏବଂ ତାଙ୍କ ଗ୍ରୁପ କମ୍ପାନୀଗୁଡିକର ଅଂଶଧନ ହ୍ରାସ ପାଇବାରେ ଲାଗିଛି। ଅନୁମାନ କରାଯାଉଛି ଯେ ଶୀଘ୍ର ଗୌତମ ଆଦାନୀ ମଧ୍ୟ ଏସିଆର ସବୁଠାରୁ ଧନୀ ବ୍ୟକ୍ତିଙ୍କ ମାନ୍ୟତା ମଧ୍ୟ ହରାଇ ପାରନ୍ତି।

ଆଦାନୀଙ୍କ ନିଟ ସମ୍ପତ୍ତି ମୂଲ୍ୟ ୮୪.୪ ବିଲିୟନ ଡ଼ଲାରକୁ ଖସି ଆସିଛି। ସେ ବର୍ତ୍ତମାନ ରିଲାଏନ୍ସ ମାଲିକ ମୁକେଶ ଅମ୍ବାନୀଙ୍କଠାରୁ ମାତ୍ର ଗୋଟିଏ ସ୍ଥାନ ଉପରକୁ ଉଠିଛନ୍ତି। ଅମ୍ବାନୀଙ୍କ ମୋଟ ସମ୍ପତ୍ତି ମୂଲ୍ୟ ହେଉଛି ୮୨.୨ ବିଲିୟନ ଡଲାର ।

ସୂଚନାଯୋଗ୍ୟ,ଜାନୁୟାରୀ ୨୫ରେ, ହିଣ୍ଡନବର୍ଗ ଆଦାନୀ ଗ୍ରୁପ ସମ୍ବନ୍ଧରେ ୩୨,୦୦୦ ଶବ୍ଦର ଏକ ରିପୋର୍ଟ ପ୍ରକାଶ କରିଥିଲେ। ରିପୋର୍ଟର ଅନୁସନ୍ଧାନରେ ୮୮ଟି ପ୍ରଶ୍ନ ଅନ୍ତର୍ଭୁକ୍ତ ଥିଲା। ଏହି ରିପୋର୍ଟରେ ଦର୍ଶାଯାଇଛି ଯେ ଏହି ଗୋଷ୍ଠୀ ଦଶନ୍ଧି ଧରି ଷ୍ଟକ ମାନିପୁଲେଶନ ଏବଂ ଆକାଉଣ୍ଟ ଠକେଇରେ ଜଡିତ ଥିଲା। ରିପୋର୍ଟରେ କୁହାଯାଇଛି ଯେ ଶେୟାର ମୂଲ୍ୟ ବୃଦ୍ଧି ହେତୁ ତିନି ବର୍ଷ ମଧ୍ୟରେ ଆଦାନୀ ଗ୍ରୁପ ପ୍ରତିଷ୍ଠାତା ଗୌତମ ଆଦାନୀଙ୍କ ସମ୍ପତ୍ତି ୧ ବିଲିୟନ ଡ଼ଲାରରୁ ୧୨୦ ବିଲିୟନ ଡ଼ଲାରରେ ପହଞ୍ଚିଛି। ଏହି ଅବଧି ମଧ୍ୟରେ, ଗୋଷ୍ଠୀର ୭ ଟି କମ୍ପାନୀର ଶେୟାର ହାରାହାରି ୮୧୯ ପ୍ରତିଶତ ବୃଦ୍ଧି ପାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

‘ଭାଜପାର ପ୍ରଥମ ଦିନ ଫ୍ଲପ୍‌ ହୋଇଗଲା’

ଲକ୍ଷ୍ନୌ,୧୯।୪: ସମାଜବାଦୀ ପାର୍ଟୀ ନେତା ଅଖିଳେଶ ଯାଦବ ଲୋକ ସଭା ନିର୍ବାଚନର ପ୍ରଥମ ଦିନର ଭୋଟିଂକୁ ନେଇ ଭାଜପାକୁ କଟାକ୍ଷ କରିଛନ୍ତି। ଭାଜପାର ପ୍ରଥମ ଦିନ...

ମେଣ୍ଟକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ଏମିତି…

ନୂଆଦିଲ୍ଲୀ,୧୯।୪: ଦେଶରେ ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ମହାପର୍ବ। ଏହାରି ଭିତରେ ୩ ଦଳ ଭୋଟରଙ୍କୁ ଆକର୍ଷିତ କରେଇବାକୁ ପୁରା ଜୋର ଲଗାଇ ଦେଇଛନ୍ତି।...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ

ଭୋପାଳ,୧୯।୪: ଭାଜପାର ବରିଷ୍ଠ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ବିଦିଶା ଲୋକସଭା ଆସନରୁ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ...

କଂଗ୍ରେସକୁ ଭୋଟ ନ ଦେବାକୁ କହିଲେ ମମତା ବାନାର୍ଜୀ

କୋଲକତା,୧୯।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ବିରୋଧୀ ଇଣ୍ଡିଆ ମେଣ୍ଟରେ ଥିବା ସିପିଆଇ(ଏମ) ଓ କଂଗ୍ରେସକୁ ତୀବ୍ର ସମାଲୋଚନା କରିଛନ୍ତି। ଉଭୟ ଦଳ ବେଙ୍ଗଲରେ...

ଦି ଡ୍ରିମ୍‌ ଜିମ୍‌ର ନୂତନ ସେଣ୍ଟର

ଭୁବନେଶ୍ୱର,୨୧।୪: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଶରୀର ଓ ସ୍ବାସ୍ଥ୍ୟବାନ୍‌ ହେବା ପାଇଁ ସବୁ ବର୍ଗର ଲୋକ ଆଗ୍ରହ ପ୍ରକାଶ କରୁଛନ୍ତି। ଏହାକୁ ନଜରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri