୮,୧୬୦ ହେକ୍ଟରରେ ଫସଲ ହାନି

ଢେଙ୍କାନାଳ ଅଫିସ, ୩୦।୧୨: ଢେଙ୍କାନାଳ ଜିଲାରେ ଚଳିତବର୍ଷ ପ୍ରାକୃତିକ ବିପତ୍ତିରେ ୮,୧୬୦ ହେକ୍ଟର ଜମିରେ ଫସଲହାନି ହୋଇଛି। ତନ୍ମଧ୍ୟରୁ ବର୍ଷାଭାବ ବା ମରୁଡ଼ିରେ ୭ ହଜାର ୨୫୪ ଏବଂ ଲଘୁଚାପ ଜନିତ ଲଗାଣ ବର୍ଷାରେ ୯୦୬ ହେକ୍ଟର ଚାଷ ନଷ୍ଟ ହୋଇଛି। ବର୍ଷା ଅପେକ୍ଷା ମରୁଡ଼ିରେ ଚାଷୀ ଅଧିକ କ୍ଷତି ସହିଥିବା ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ବୁଧବାର ଅନୁଷ୍ଠିତ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ସୂଚନା ଦିଆଯାଇଛି।
ଜିଲାପାଳ ସରୋଜ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏମ୍‌ପି ମହେଶ ସାହୁ ଯୋଗଦେଇ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ସର୍ବଦା ସତର୍କ ରହିବାକୁ ପରାମର୍ଶ ଦେଇଥିଲେ। ପଞ୍ଚାୟତସ୍ତରରେ କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତଙ୍କୁ ତୁରନ୍ତ କ୍ଷତିପୂରଣ ଦେବା ବ୍ୟବସ୍ଥା କରିବାକୁ ବିଧାୟକ ସୁଧୀର ସାମଲ ପରାମର୍ଶ ଦେଇଛନ୍ତି। ଓସ୍‌ଡମାର ଡିପିଓ ନିମାଇଁ ଚରଣ ଦାସ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଏବଂ କ୍ଷୟକ୍ଷତି ସମ୍ପର୍କିତ ବିବରଣୀ ଉପସ୍ଥାପନ କରିଥିଲେ। ସ୍ବଳ୍ପ ବୃଷ୍ଟି ଯୋଗୁ ଓଡ଼ାପଡ଼ା, ହିନ୍ଦୋଳ, ଗଁଦିଆ, ପରଜଙ୍ଗ ବ୍ଲକର ୬୪ ପଞ୍ଚାୟତର ୭୨୫୪ ହେକ୍ଟର ଜମି ପ୍ରଭାବିତ ହୋଇଛି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଅତ୍ୟଧିକ ବର୍ଷା ଯୋଗୁ ଗଁଦିଆ, କାମାକ୍ଷାନଗର ଏବଂ ଭୁବନ ବ୍ଲକ ଅଧୀନ ୩ ପଞ୍ଚାୟତରେ ୯୦୬ ହେକ୍ଟର ଚାଷ ନଷ୍ଟ ହୋଇଛି। ଡିସେମ୍ବର ଶେଷ ସୁଦ୍ଧା ରିପୋର୍ଟ ପ୍ରଦାନ କରିବା ଲାଗି ତହସିଲଦାରଙ୍କୁ କୁହାଯାଇଛି। ଆକଳନ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।
ଏହି ଅବସରରେ ରବି ଫସଲ ଅଗ୍ରଗତି, ଜଳସେଚନ ବ୍ୟବସ୍ଥା, କୋଭିଡ୍‌ରେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ଆଦି ବିଷୟରେ ଆଲୋଚନା ହୋଇଥିଲା। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଉଦୟ କୁମାର ମହାପାତ୍ର, ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ସମେତ ସମସ୍ତ ତହସିଲଦାର, ବିଡିଓ, ସମ୍ପୃକ୍ତ ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ଉପସ୍ଥିତ ଥିଲେ। ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri