୮,୧୬୦ ହେକ୍ଟରରେ ଫସଲ ହାନି

ଢେଙ୍କାନାଳ ଅଫିସ, ୩୦।୧୨: ଢେଙ୍କାନାଳ ଜିଲାରେ ଚଳିତବର୍ଷ ପ୍ରାକୃତିକ ବିପତ୍ତିରେ ୮,୧୬୦ ହେକ୍ଟର ଜମିରେ ଫସଲହାନି ହୋଇଛି। ତନ୍ମଧ୍ୟରୁ ବର୍ଷାଭାବ ବା ମରୁଡ଼ିରେ ୭ ହଜାର ୨୫୪ ଏବଂ ଲଘୁଚାପ ଜନିତ ଲଗାଣ ବର୍ଷାରେ ୯୦୬ ହେକ୍ଟର ଚାଷ ନଷ୍ଟ ହୋଇଛି। ବର୍ଷା ଅପେକ୍ଷା ମରୁଡ଼ିରେ ଚାଷୀ ଅଧିକ କ୍ଷତି ସହିଥିବା ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ବୁଧବାର ଅନୁଷ୍ଠିତ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକରେ ସୂଚନା ଦିଆଯାଇଛି।
ଜିଲାପାଳ ସରୋଜ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଏମ୍‌ପି ମହେଶ ସାହୁ ଯୋଗଦେଇ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ଲାଗି ସର୍ବଦା ସତର୍କ ରହିବାକୁ ପରାମର୍ଶ ଦେଇଥିଲେ। ପଞ୍ଚାୟତସ୍ତରରେ କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତଙ୍କୁ ତୁରନ୍ତ କ୍ଷତିପୂରଣ ଦେବା ବ୍ୟବସ୍ଥା କରିବାକୁ ବିଧାୟକ ସୁଧୀର ସାମଲ ପରାମର୍ଶ ଦେଇଛନ୍ତି। ଓସ୍‌ଡମାର ଡିପିଓ ନିମାଇଁ ଚରଣ ଦାସ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ଏବଂ କ୍ଷୟକ୍ଷତି ସମ୍ପର୍କିତ ବିବରଣୀ ଉପସ୍ଥାପନ କରିଥିଲେ। ସ୍ବଳ୍ପ ବୃଷ୍ଟି ଯୋଗୁ ଓଡ଼ାପଡ଼ା, ହିନ୍ଦୋଳ, ଗଁଦିଆ, ପରଜଙ୍ଗ ବ୍ଲକର ୬୪ ପଞ୍ଚାୟତର ୭୨୫୪ ହେକ୍ଟର ଜମି ପ୍ରଭାବିତ ହୋଇଛି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରେ ଅତ୍ୟଧିକ ବର୍ଷା ଯୋଗୁ ଗଁଦିଆ, କାମାକ୍ଷାନଗର ଏବଂ ଭୁବନ ବ୍ଲକ ଅଧୀନ ୩ ପଞ୍ଚାୟତରେ ୯୦୬ ହେକ୍ଟର ଚାଷ ନଷ୍ଟ ହୋଇଛି। ଡିସେମ୍ବର ଶେଷ ସୁଦ୍ଧା ରିପୋର୍ଟ ପ୍ରଦାନ କରିବା ଲାଗି ତହସିଲଦାରଙ୍କୁ କୁହାଯାଇଛି। ଆକଳନ ଅନୁଯାୟୀ କ୍ଷତିପୂରଣ ପ୍ରଦାନ କରାଯିବ।
ଏହି ଅବସରରେ ରବି ଫସଲ ଅଗ୍ରଗତି, ଜଳସେଚନ ବ୍ୟବସ୍ଥା, କୋଭିଡ୍‌ରେ ମୃତକଙ୍କ ପରିବାରକୁ ସରକାରୀ ସହାୟତା ପ୍ରଦାନ ଆଦି ବିଷୟରେ ଆଲୋଚନା ହୋଇଥିଲା। ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଉଦୟ କୁମାର ମହାପାତ୍ର, ପିଡି ଡିଆର୍‌ଡିଏ ସାଫଲ୍ୟ ମଣ୍ଡିତ ପ୍ରଧାନଙ୍କ ସମେତ ସମସ୍ତ ତହସିଲଦାର, ବିଡିଓ, ସମ୍ପୃକ୍ତ ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ଉପସ୍ଥିତ ଥିଲେ। ଆପାତକାଳୀନ ଅଧିକାରୀ ସ୍ନିଗ୍ଧାଛାୟା ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

ଅବିନାଶ, ରୁଦ୍ର ପାଣିଙ୍କୁ ଟକ୍କର ଦେବେ ସସ୍ମିତା ବେହେରା

ଢେଙ୍କାନାଳ,୧୪ା୪(ରତନ ନାୟାର)ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସମ୍ପାଦିକା ତଥା ବରିଷ୍ଠ କଂଗ୍ରେସ ନେତ୍ରୀ ସସ୍ମିତା ବେହେରାଙ୍କୁ କଂଗ୍ରେସ ଢେଙ୍କାନାଳ ଲୋକ ସଭା ଆସନରୁ ପ୍ରାର୍ଥୀ...

ନିର୍ବାଚନୀ ତାତି ବଢ଼ାଉଛି ୫୫ନଂ. ଜାତୀୟ ରାଜପଥ

ଢେଙ୍କାନାଳ,୧୨ା୪(ରତନ ନାୟାର): କଟକରୁ ଢେଙ୍କାନାଳ ଓ ଅନୁଗୋଳ ଦେଇ ସମ୍ବଲପୁରକୁ ଲମ୍ବିଥିବା ୫୫ନଂ. ଜାତୀୟ ରାଜପଥର ଅଧାପନ୍ତରିଆ ଅବସ୍ଥା ଏବେ ନିର୍ବାଚନୀ ପ୍ରସଙ୍ଗ ପାଲଟିଛି। ଢେଙ୍କାନାଳ,...

ହିନ୍ଦୋଳ ଆସନକୁ ନେଇ ଅଙ୍କ ଛିଡୁନି

ଢେଙ୍କାନାଳ,୧୧ା୪(ରତନ ନାୟାର)ଢେଙ୍କାନାଳ ଏମ୍‌ପି ନିର୍ବାଚନ ପାଇଁ ବିଜେଡି ଓ ଭାଜପା ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇସାରିଛି। ସେହିପରି ଜିଲାର ୪ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଢେଙ୍କାନାଳ,...

ସନ୍ଦିଗ୍ଧ ପାରା ଉଦ୍ଧାର:ଗୋଡ଼ରେ ଲାଗିଛି ଜିପିଏସ୍‌ ଟ୍ରାକର ଭଳି ଚିପ୍‌

ଢେଙ୍କାନାଳ,୯ା୪(ରତନ ନାୟାର):ଢେଙ୍କାନାଳ ଜିଲା ଗଁଦିଆ ବ୍ଲକ ନିହଲପ୍ରସାଦ ଥାନା ଲାଉଲଇ ଗ୍ରାମର ଏକ ମନ୍ଦିର ପରିସରରୁ ସୋମବାର ଏକ ପାରାକୁ ଅଞ୍ଚଳବାସୀ ଉଦ୍ଧାର କରିଛନ୍ତି। ଉକ୍ତ...

ବୋମାମାଡ଼ କରି ଲୁଟିନେଲେ ୧୪ ଲକ୍ଷ ଟଙ୍କା

କାମାକ୍ଷାନଗର,୫।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଜିରାଳ ସାପ୍ତାହିକ ହାଟରୁ ଶୁକ୍ରବାର ସକାଳେ ଏକ ବଡ଼ ଲୁଟ୍‌ ହୋଇଛି। ୫ ଜଣ ଦୁର୍ବୃତ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri