ରତ୍ନଭଣ୍ଡାର ଚାବି ହଜିବା ମାମଲା: ଦୁଇ ମାସ ମଧ୍ୟରେ ସାର୍ବଜନୀନ ହେବ  ତଦନ୍ତ କମିଶନଙ୍କ ରିପୋର୍ଟ

କଟକ,୭।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାର ଶୁଣାଣି  ସୋମବାର ହାଇକୋର୍ଟରେ ହୋଇଛି। ତେବେ  ଶୁଣାଣି ସମୟରେ ତଦନ୍ତ କମିଶନଙ୍କ ରିପୋର୍ଟ ଆଗାମୀ ଦୁଇ ମାସ ମଧ୍ୟରେ ରାଜ୍ୟ କ୍ୟାବିନେଟରେ ଉପସ୍ଥାପିତ ହେବ ବୋଲି ଆଡଭୋକେଟ୍‌ ଜେନେରାଲ କୋର୍ଟଙ୍କୁ ସୂଚନା ଦେଇଥିଲେ ।
ଅନ୍ୟପଟେ ଶ୍ରଦ୍ଧାଳୁଙ୍କ ଭିଡ଼ ସତ୍ତ୍ୱେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଜାରି ରହିଛି।  ଆସନ୍ତା ସ୍ନାନ ପୂର୍ଣ୍ଣିମା ପୂର୍ବରୁ ଏହା ଶଷ ହୋଇଯିବ ବୋଲି ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ଭେକ୍ଷଣ ସଂସ୍ଥା  ବା ASI ପକ୍ଷରୁ ଦାଖଲ ସତ୍ୟପାଠରେ ଉଲ୍ଲେଖ କରାଯାଇଛି । ହାଇକୋର୍ଟରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ମେ ମାସ ୧୫ ତାରିଖରେ ହେବ।
ଏହି ମାମଲା ୨୦୧୮ ମସିହାରେ ପ୍ରଥମେ ଚର୍ଚ୍ଚାକୁ ଆସିଥିଲା, ଯେତେବେଳେ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଅନ୍ତଃଭଣ୍ଡାର ଚାବି ହଜିଯାଇଥିବା ଖବର ସାମ୍ନାକୁ ଆସିଥିଲା। ଏହାକୁ ନେଇ ରାଜ୍ୟରେ ତୀବ୍ର ରାଜନୈତିକ ବିବାଦ ସୃଷ୍ଟି ହୋଇଥିଲା ଏବଂ ବିରୋଧୀ ଦଳମାନେ ସରକାରଙ୍କୁ ଘେରିଥିଲେ। ପରବର୍ତ୍ତୀ ସମୟରେ ରାଜ୍ୟ ସରକାର ଏହି ଘଟଣାର ତଦନ୍ତ ପାଇଁ ଜଷ୍ଟିସ ରଘୁବର ଦାସ କମିଶନ ଗଠନ କରିଥିଲେ। କମିଶନ ତାଙ୍କ ତଦନ୍ତ ପରେ ୨୦୨୨ରେ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ, ମାତ୍ର ଏହା ସାର୍ବଜନୀନ ହୋଇ ନ ଥିଲା। ଏହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ଦେଖାଦେଇଥିଲା ପରେ ମାମଲାି ହାଇକୋର୍ଟରେ ପହଞ୍ଚିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?