୮ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ

ଭୁବନେଶ୍ୱର, ୭ା୧୧(ବ୍ୟୁରୋ):ଏବର୍ଷର ଶେଷ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଆସନ୍ତା ୮ ତାରିଖ ମଙ୍ଗଳବାର ଦିନ ସଙ୍ଗଠିତ ହେବ। ଅପରାହ୍ନ ୨ଟା ୩୮ରୁ ଗ୍ରହଣ ସ୍ପର୍ଶ ଓ ୬ଟା ୧୯ରେ ସର୍ବମୋକ୍ଷ ହେବ। ତେବେ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଅପରାହ୍ନ ୩ଟା ୪୭ରେ ଆରମ୍ଭ ହେଉଥିଲେ ମଧ୍ୟ ଚନ୍ଦ୍ର ଉଦୟ ହୋଇ ନ ଥିବାରୁ ତାହା ଓଡ଼ିଶାକୁ ଦୃଶ୍ୟମାନ ହେବ ନାହିଁ। ଅପରାହ୍ନ ୫ଟା ୫ରେ ଚନ୍ଦ୍ର ଉଦୟ ସମୟରୁ ଓଡ଼ିଶାରେ ୬ରୁ ୭ ମିନିଟ୍‌ ପର୍ଯ୍ୟନ୍ତ ଦୃଶ୍ୟମାନ ହେବ। ବିଭିନ୍ନ ଜିଲାରେ ଏହା ଭିନ୍ନ ଭିନ୍ନ ସମୟରେ ଦେଖାଦେବ। ଭୁବନେଶ୍ୱରରେ ଅପରାହ୍ନ ୫ଟା ୫ରୁ ୫ଟା ୧୧ ପର୍ଯ୍ୟନ୍ତ ଅର୍ଥାତ୍‌ ୬ ମିନିଟ୍‌ ପାଇଁ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଓ ୫ଟା ୧୧ରୁ ୬ଟା ୧୯ ଯାଏ ଆଂଶିକ ଗ୍ରହଣ ଭାବେ ଦୃଶ୍ୟମାନ ରହିବ। ମଙ୍ଗଳବାର ଭୋର୍‌ ୫ଟା ୫୪ରୁ ପାକତ୍ୟାଗ ସହ ଦେବନୀତି ବନ୍ଦ ରହିବ।
ଚନ୍ଦ୍ର ଗ୍ରହଣ ସମ୍ପର୍କରେ ଭୁବନେଶ୍ୱରସ୍ଥିତ ପଠାଣି ସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି, ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ଗୋଟିଏ ବିରଳ ତଥା ସୁନ୍ଦର ମହାଜାଗତିକ ଦୃଶ୍ୟ। ଗ୍ରହଣ ଓ ପରାଗ ଏକ ଛାଇ ଆଲୁଅର ଖେଳ, ଯାହା ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀର ଏକ ବିଶେଷ ଅବସ୍ଥିତିରେ ଘଟିଥାଏ। ବିଶ୍ୱର ଅନେକ ଦେଶର ବୈଜ୍ଞାନିକମାନେ ଏହି ସମୟରେ ପରୀକ୍ଷା ନିରୀକ୍ଷା କରିବାକୁ ଏବେଠୁ ଲାଗି ପଡ଼ିଲେଣି। କିନ୍ତୁ ଏହି ସମୟରେ କିଛି ଲୋକ ସୋସିଆଲ ମିଡିଆରେ ଏ ବିଷୟରେ ଅପପ୍ରଚାର ଓ ଭ୍ରମାତ୍ମକ ଖବର ପ୍ରଚାର କରି ସାଧାରଣ ଲୋକଙ୍କ ମନରେ ଭୟ ସୃଷ୍ଟି କରିବାରେ ଲାଗିଛନ୍ତି। ତେବେ ଏହାକୁ ଖାଲି ଆଖିରେ ଦେଖିହେବ। ଏହାର କୌଣସି ପ୍ରଭାବ ଆମ ଉପରେ ତଥା ପୃଥିବୀ ଉପରେ ନାହିଁ। ଆକାଶ ମେଘମୁକ୍ତ ରହିଲେ ଚନ୍ଦ୍ରଗ୍ରହଣକୁ ଓଡ଼ିଶା ତଥା ଭାରତର ସବୁ ଅଞ୍ଚଳରୁ ଖାଲି ଆଖିରେ ଦେଖିହେବ। ପ୍ଲାନେଟାରିୟମ ପକ୍ଷରୁ ଲୋକଙ୍କୁ ସଚେତନ କରାଯିବ ସହ ଏହି ସୁଯୋଗକୁ ହାତଛଡ଼ା ନ କରିବା ପାଇଁ ଅନୁରୋଧ କରାଯାଇଛି। ପ୍ଲାନେଟାରିୟମରେ ଏହି ଦୃଶ୍ୟକୁ ଅପରାହ୍ନ ୫ଟା ୫ରୁ ୬ଟା ୨୦ ପର୍ଯ୍ୟନ୍ତ ଦୂରବୀକ୍ଷଣ ଯନ୍ତ୍ର ଦ୍ୱାରା ଦେଖାଇବାର ବ୍ୟବସ୍ଥା କରାଯାଇଛି। ଏହି ସୁନ୍ଦର ଦୃଶ୍ୟଗୁଡ଼ିକୁ ଉପଭୋଗ କରିବା, ଏହା ପଛରେ ରହିଥିବା କାରଣଗୁଡ଼ିକ ଜାଣିବା ଓ ସମାଜରେ ଥିବା ଅନ୍ଧବିଶ୍ୱାସ ଦୂର କରିବାରେ ଏହି କାର୍ଯ୍ୟକ୍ରମ ସହାୟକ ହେବ। ତେବେ ପାଗ ମେଘୁଆ ରହିଲେ କାର୍ଯ୍ୟକ୍ରମ ବାତିଲ ହେବ। ଭାରତରେ ଚଳିତବର୍ଷର ଏହା ଶେଷ ଚନ୍ଦ୍ର ଗ୍ରହଣ। ପରବର୍ତ୍ତୀ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ୨୦୨୫ ସେପ୍ଟେମ୍ବର ୭ରେ ଏବଂ ପରବର୍ତ୍ତୀ ସୂର୍ଯ୍ୟୋପରାଗ(ଆଂଶିକ) ୨୦୨୭ ଅଗଷ୍ଟ ୨ରେ ଦେଖାଯିବ ବୋଲି ଶୁଭେନ୍ଦୁ ପଟ୍ଟନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri