ଅନ୍‌ଲାଇନରେ ଚାକିରି ଖୋଜି ହରାଇଲେ ୩ ଲକ୍ଷ

ଅନୁଗୋଳ ଅଫିସ, ୨୨।୬  – ଅନୁଗୋଳ ଜିଲାରେ ସାଇବର ଅପରାଧୀମାନେ ଦିନକୁ ଦିନ ଅଧିକ ସକ୍ରିୟ ହେଉଛନ୍ତି। ଜଣେ ଯୁବତୀ ଅନ୍‌ଲାଇନ୍‌ରେ ଚାକିରି ଖୋଜିବା ବେଳେ ତାଙ୍କ ଆକାଉଣ୍ଟରୁ ୩ ଲକ୍ଷ ୫୦ ହଜାର ଟଙ୍କା ଚଳୁ ହୋଇଯାଇଛି। ଏ ନେଇ ସେ ସାଇବର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ନଂ. ୧୮/୨୨ରେ ମାମଲା ରୁଜୁ କରି ତଦନ୍ତ କରୁଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଅନୁଗୋଳ ଜିଲା ତାଳଚେର ଥାନା ଭେରୁବଣିଆର ଜଣେ ଯୁବତୀ ଅନ୍‌ଲାଇନ୍‌ରେ ଚାକିରି ଖୋଜୁଥିଲେ। ଏହାର ସୁଯୋଗ ନେଇ ସାଇବର ଠକ ତାଙ୍କୁ ବିଭିନ୍ନ ଦିଗ ବତାଇଥିଲେ। ଠକଙ୍କ କଥାରେ ଯୁବତୀ ଜଣଙ୍କ ପରିଚାଳିତ ହେଉଥିବାବେଳେ ତାଙ୍କ ଆକାଉଣ୍ଟରୁ ବାରମ୍ବାର ଟଙ୍କା କଟୁଥିଲା। କିନ୍ତୁ ଏ ନେଇ ସେ କିଛି ଜାଣିପାରୁ ନ ଥିଲେ। ବିଭିନ୍ନ ସାଇଟ୍‌ରେ ଚାକିରି ସର୍ଚ୍ଚ କରୁଥିବାରୁ ଭିନ୍ନ ଭିନ୍ନ ଠକଙ୍କ ହାବୁଡ଼ରେ ପଡ଼ି ଟଙ୍କା ହରାଇ ଚାଲିଥିଲେ। ଶେଷରେ ଆକାଉଣ୍ଟରୁ ଟଙ୍କା ଯାଉଥିବା ଜାଣି ଯୁବତୀ ଜଣଙ୍କ ମୋବାଇଲ ବନ୍ଦ କରିବାରୁ ଆଉ ଟଙ୍କା ଯାଇ ନ ଥିଲା। ପରେ ଏ ନେଇ ସେ ସାଇବର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ କରୁଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

କୋଟପାଡ଼ରେ ବନ୍ୟା ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ପୀଡ଼ିତଙ୍କୁ ନେଇ କଲେ ବଡ଼ ଘୋଷଣା

କୋରାପୁଟ,୨୭।୯(ଅମିତାଭ ବେହେରା ): କୋରାପୁଟ ଜିଲାର ବନ୍ୟା ପ୍ରଭାବିତ କୋଟପାଡ଼ ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ବନ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପାଗଳ ହନୁ ମାଙ୍କଡ କାମୁଡାରେ ଅନେକ ଆହତ ; ବନ ବିଭାଗର ଉଦ୍ୟମ ବିଫଳ, ଆତଙ୍କିତ ଗାଁ ଲୋକେ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମରେ ପାଗଳ ହନୁ ମାଙ୍କଡର ଉପଦ୍ରବ ଦେଖିବାକୁ ମିଳିଛି । ୮ରୁ ଉର୍ଦ୍ଧ୍ବ ଲୋକ ଆହତ…

ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ, ଗିରଫ ହେଲେ ନାବାଳକ ଅଭିଯୁକ୍ତ

ଦିଗପହଣ୍ଡି,୨୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳର ଶଙ୍କର ଜେନାଙ୍କୁ ଠେଙ୍ଗାରେ ମାଡ଼ ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ…

ପୋତାଗଡ଼ରେ ନାହିଁ ପାନୀୟ ଜଳ ବ୍ୟବସ୍ଥା, ପର୍ଯ୍ୟଟକ ହନ୍ତସନ୍ତ

ଗଞ୍ଜାମ,୨୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ଠାରୁ କିଛି ଦୂରରେ ରହିଛି ଐତିହାସିକ ପୋତାଗଡ଼ । ଏହି ପୁରାତନ ବ୍ରିଟିଶ ଅମଳର ପୋତାଗଡ଼ ଦୁର୍ଗକୁ ଦେଖିବା ପାଇଁ…

ପିକଅପ୍ ଧକ୍କାରେ ଶିଶୁଙ୍କ ମୃତ୍ୟୁ; କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ, ଟାୟାର ଜାଳି ଆନ୍ଦୋଳନ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ମେକ୍ସପିକଅପ୍ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସଂଧ୍ଯ୍ଯାରେ ଉତ୍ତେଜନା ଦେଖାଦେଇଛି । ଚାଙ୍ଗୁଡ଼ିଆପଦର ସାହିର…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ମାଛ ଡବାରେ ହେଉଥିଲା ଗଞ୍ଜେଇ ଚାଲାଣ; ମାଡିବସିଲା କଳାହାଣ୍ଡି ଅବକାରୀ ବିଭାଗ, ୨୫ ବସ୍ତା ଜବତ

ଭବାନୀପାଟଣା,୨୭।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଗଞ୍ଜେଇ ମାଫିଆମାନେ ବିଭିନ୍ନ ସମୟରେ ଅଭିନବ ଉପାୟରେ ରାଜ୍ୟ ବାହାରକୁ ଗଞ୍ଜେଇ ଚାଲାଣ କରୁଥିବା ନଜିର ରହିଛି । ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?