Posted inଜାତୀୟ

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନକର, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକବ୍ୟକ୍ତ କରିଛନ୍ତି।

ମନମୋହନଙ୍କ ବିୟୋଗରେ ରାହୁଲ ସୋସିଆଲ ମିଡିଆରେ ଏକ ଭାବବିହ୍ବଳ ପୋଷ୍ଟ କରିଛନ୍ତି। ଏଥିରେ ସେ ଲେଖିଛନ୍ତି, ଜଣେ ମାର୍ଗଦର୍ଶକଙ୍କୁ ହରାଇଲି। ଅର୍ଥନୀତିରେ ତାଙ୍କର ଗଭୀର ଜ୍ଞାନ ଦେଶକୁ ପ୍ରେରଣା ଯୋଗାଉ ଥିବ ବୋଲି ରାହୁଲ ଲେଖିଛନ୍ତି।

ମନମୋହନ ସିଂ ଥିଲେ ଏକାଧାରରେ ଜଣେ ରାଜନେତା, ଅର୍ଥନୈତିଜ୍ଞ, ଶିକ୍ଷାବିତ୍‌, ଅମଲାତନ୍ତ୍ରୀ। ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ସେ ଭାରତର ପ୍ରଧାନମନ୍ତ୍ରୀ ଥିଲେ। ଜବାହରଲାଲ ନେହେରୁ, ଇନ୍ଦିରା ଗାନ୍ଧୀ ଓ ନରେନ୍ଦ୍ର ମୋଦିଙ୍କ ପରେ ମନମୋହନ ହେଉଛନ୍ତି ଦେଶକୁ ସର୍ବାଧିକ ସମୟ ଶାସନ କରିଥିବା ଚତୁର୍ଥ ପ୍ରଧାନମନ୍ତ୍ରୀ। ଭାରତୀୟ ଜାତୀୟ କଂଗ୍ରେସର ଏହି ବରିଷ୍ଠ ନେତା ଶିଖ୍‌ ସମ୍ପ୍ରଦାୟରୁ ପ୍ରଧାନମନ୍ତ୍ରୀ ହେବାରେ ପ୍ରଥମ। ସେହିପରି ନେହେରୁଙ୍କ ପରେ ସମ୍ପୂର୍ଣ୍ଣ ୫ ବର୍ଷ କାର୍ଯ୍ୟକାଳ ଶେଷ କରିବାରେ ସେ ଥିଲେ ପ୍ରଥମ ପ୍ରଧାନମନ୍ତ୍ରୀ। ପି.ଭି. ନରସିଂହ ରାଓ ପ୍ରଧାନମନ୍ତ୍ରୀ ଥିବାବେଳେ ସେ ମନମୋହନଙ୍କୁ ଅର୍ଥମନ୍ତ୍ରୀ ରୂପେ ବାଛିଥିଲେ। ୧୯୯୧ରେ ଦେଶ ଆର୍ଥିକ ସଙ୍କଟ ଦେଇ ଗତି କରୁଥିବାବେଳେ ମନମୋହନ ଅନ୍ତର୍ଜାତୀୟ ମୁଦ୍ରାପାଣ୍ଠି (ଆଇଏମ୍‌ଏଫ୍‌) ସମେତ ବିଭିନ୍ନ ବୈଶ୍ୱିକ ସଂସ୍ଥା ସହ ସମନ୍ବୟ ରଖି ସମାଧାନ ଉଦ୍ୟମ କରିଥିଲେ। ପରବର୍ତ୍ତୀ ସମୟରେ ମନମୋହନ ନିଜ ବିଚକ୍ଷଣତା ଓ କାର୍ଯ୍ୟ କୁଶଳତାକୁ ପୁଞ୍ଜିକରି ଦେଶରେ ସମାଜବାଦୀ ଅର୍ଥନୀତିର ମଡେଲ ଆପଣାଇ ସବୁଠୁ ପ୍ରଭାବଶାଳୀ ସ୍ଥପତି ପାଲଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

ଭାଜପାକୁ ବଡ଼ ଝଟକା, ମମତାଙ୍କୁ ନେଇ ଟଲିଉଡ ଅଭିନେତ୍ରୀ କହିଲେ…

କୋଲକାତା,୨୭।୧୨: ପଶ୍ଚିମବଙ୍ଗରେ ଆଗାମୀ ବିଧାନସଭା ନିର୍ବାଚନ ପୂର୍ବରୁ ଭାଜପାକୁ ବଡ଼ ଝଟକା ଲାଗିଛି। ଲୋକପ୍ରିୟ ବଙ୍ଗଳା ଚଳଚ୍ଚିତ୍ର ଅଭିନେତ୍ରୀ ଏବଂ ପୂର୍ବତନ ଭାଜପା ନେତ୍ରୀ ପର୍ଣ୍ଣୋ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri