ପିଲା ଚୋର ସନ୍ଦେହରେ ମାନସିକ ବିକାରଗ୍ରସ୍ତଙ୍କୁ ବାନ୍ଧିଲେ

ଧାମନଗର,୪।୨ – ଗତ କିଛିଦିନ ଧରି ଗ୍ରାମାଞ୍ଚଳରେ ପିଲା ଚୋରି ଗୁଜବ ଚାଲିଥିବାରୁ ବିଭିନ୍ନ ଗଁାରେ ବୁଲାବୁଲି କରୁଥିବା ନିରୀହ ମାନସିକ ବିକାରଗ୍ରସ୍ତ ଲୋକଙ୍କ ମାଡ଼ ଗାଳିର ଶିକାର ହେଉଛନ୍ତି। କେତେକ ସ୍ଥାନରେ ହାବୁଡ଼ରେ ପଡ଼ିଥିବା ଏଭଳି ମାନସିକ ବିକାରଗ୍ରସ୍ତଙ୍କୁ ମାଡ଼ ମାରିବା ସହ ସେମାନଙ୍କ ଚୁଟି କାଟିବାକୁ ପଛାଉ ନାହାନ୍ତି ଲୋକେ। ଭଦ୍ରକ ଜିଲା ଧାମନଗର ବ୍ଲକ ଆନନ୍ଦପୁର ଅଞ୍ଚଳରେ ଅନୁରୂପ ଘଟଣା ଦେଖିବାକୁ ମିଳିଛି।
ସୂଚନା ଅନୁଯାୟୀ, ଚାରିଦିନ ହେଲା ସାରେ କେହି ଜଣେ ଆସି ଘର ବାଡ଼ିରେ ପଶିବା, ପଛପଟେ ଠିଆ ହେବା ଓ ଲୋକଙ୍କୁ ଦେଖି ପଳାଇଯିବା ଭଳି ଘଟଣା ଘଟୁଥିବା କହି ଗ୍ରାମବାସୀ ଭୟଭୀତ ହୋଇପଡ଼ିଛନ୍ତି। ଜଣେ ମଣିଷ ଭଳି ଦେଖାଯାଉଥିବା ଏବଂ ଲୋକ ଦେଖି ଦ୍ରୁତଗତିରେ ପଳାଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ପିଲା ଚୋର ଗ୍ରାମକୁ ଆସୁଛି ସନ୍ଦେହରେ ଲୋକେ ଭୟରେ ଘର ଚାରିପାଖରେ ଲାଇଟ୍‌ ଲଗାଇବା ସହ ଏଥିପ୍ରତି ନଜର ରଖିଛନ୍ତି। ଗୁରୁବାର ସକାଳୁ ପିଲାଚୋର ସନ୍ଦେହ କରି ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଧରିଥିଲେ ସ୍ଥାନୀୟ ଯୁବକ। ତାଙ୍କୁ ମାଡ଼ ମାରିବା ସହ ଗଁା ଦାଣ୍ଡ ଏକ ଲାଇଟ୍‌ ଖୁଣ୍ଟରେ ବାନ୍ଧି ରଖିଥିଲେ। ଛୁଆଧରା ଲୋକ ଧରାପଡ଼ିଥିବା ନେଇ ଖବର ଗ୍ରାମରେ ଚହଳ ପଡ଼ିବାରୁ ସେଠାରେ ଶତାଧିକ ଲୋକଙ୍କ ଭିଡ଼ ଜମିଥିଲା। ପରେ ସେ ପ୍ରକୃତରେ ଜଣେ ମାନସିକ ବିକାରଗ୍ରସ୍ତ ହୋଇଥିବା ହୃଦୟଙ୍ଗମ କରି ଲୋକେ ଗାଳି କରିବାରୁ ଯୁବକମାନେ ତାଙ୍କୁ ଛାଡ଼ି ଦେଇଥିଲେ। ପ୍ରକାଶ ଥାଉକି, ସପ୍ତାହେ ତଳେ ଖଡ଼ିପଦା ଦକ୍ଷିଣ କୁରୁଆ ଛକରେ ପିଲାଚୋର ଭାବି ଜଣେ ମାନସିକ ବିକାରଗ୍ରସ୍ତ ବ୍ୟକ୍ତିଙ୍କୁ ଧରି ଯୁବକମାନେ ମାରଧର କରିଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସିଂହ ରାଶିରେ ଶୁକ୍ରଙ୍କ ଗୋଚର: ଜୁଲାଇ ୪ରୁ ଚମକିବ ଏହି ୪ ରାଶିର ଭାଗ୍ୟ, ଧନଲାଭ ସହ ମିଳିବ ସୁଖ-ସମୃଦ୍ଧି

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ର ଗ୍ରହଙ୍କୁ ସୁଖ, ସମୃଦ୍ଧି, ପ୍ରେମ, ସୌନ୍ଦର୍ଯ୍ୟ ଓ ଭୌତିକ ସୁଖ-ସୁବିଧାର କାରକ ବୋଲି କୁହାଯାଏ। ଯେତେବେଳେ ବି ଶୁକ୍ର ନିଜର ରାଶି ପରିବର୍ତ୍ତନ…

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri