୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ, ମାସମାସ ଆଗରୁ ଏହା ଘଟିଥିଲା। ମୋବାଇଲ ଫେରି ପାଇବା ଆଶା ବି ମଉଳି ଯାଇଥିଲା। ହେଲେ ବରଗଡ଼ ଜିଲା ପୋଲିସର ଉପସ୍ଥିତ ବୁଦ୍ଧି ଏବଂ ଆଧୁନିକ ଜ୍ଞାନକୌଶଳ ଯୋଗୁ ଆଜି ୧୦୬ ଜଣ ସେମାନଙ୍କ ହଜିଲା ଏବଂ ଚୋରି ହୋଇଥିବା ମୋବାଇଲକୁ ଫେରି ପାଇଛନ୍ତି । ଏହି କ୍ରମରେ ଜିଲା ପୋଲିସ ମୁଖ୍ୟାଳୟରେ ଗୁରୁବାର ପୋଲିସ ଆୟୋଜନ କରିଥିଲା ମୋବାଇଲ ମେଳା। ଉଦ୍ଧାର ହୋଇଥିବା ମୋବାଇଲଗୁଡିକୁ ଧାଡିକି ଧାଡି ଟେବୁଲ ଉପରେ ରଖାଯାଇଥିଲା। ପୋଲିସଠାରୁ ଆଗୁଆ ସୂଚନା ପାଇ ଉଦ୍ଧାର ହୋଇଥିବା ମୋବାଇଲ ନେବା ପାଇଁ ଲୋକେ ମଧ୍ୟ ମୋବାଇଲ ମେଳାକୁ ଆସିଥିଲେ । ଏସପି ପ୍ରହଲ୍ଲାଦ ସହାୟ ମିନା ସେମାନଙ୍କୁ ଜଣଜଣ କରି ମୋବାଇଲ ପ୍ରଦାନ କରିଥିଲେ। ଦୀର୍ଘଦିନର ବ୍ୟବଧାନ ପରେ ହଜିଲା ମୋବାଇଲ ପାଇ ଲୋକେ ବି ଖୁସି ହୋଇଥିଲେ। ସିଆଇଆର(CIR) ପୋର୍ଟାଲ ମାଧ୍ୟମରେ ଟ୍ରାକ କରାଯାଇ ସେହି ମୋବାଇଲଗୁଡିକୁ ଉଦ୍ଧାର ହୋଇପାରିଛି । ଏହି ପୋର୍ଟାଲକୁ ବ୍ୟବହାର କରି ଘରେ ଥାଇ ମଧ୍ୟ ଲୋକେ ନିଜ ହଜିଲା କିମ୍ବା ଚୋରି ହୋଇଥିବା ମୋବାଇଲ ଟ୍ରାକ କରିପାରିବେ ବୋଲି କହିଛନ୍ତି ବରଗଡ଼ ଏସ୍‌ପି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ଇଭି-ଇଥାନଲ୍ ଚାଳିତ ଗାଡ଼ିକୁ…

ଭୁବନେଶ୍ୱର,୨୦।୮: ରାଜ୍ୟରେ ପରିବେଶ ଅନୁକୂଳ ପରିବହନ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବା ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ବାଣିଜ୍ୟ ପରିବହନ ବିଭାଗ ଦ୍ୱାରା ଜାରି ବିଜ୍ଞପ୍ତି…

ସ୍ବାସ୍ଥ୍ୟକେନ୍ଦ୍ରର ପାଚେରୀ ନିର୍ମାଣ କାର୍ଯ୍ୟରେ ଅନିୟମିତତା

କର୍ଲାମୁଣ୍ଡା;୨୦।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଭିତ୍ତିଭୂମିର ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ କୋଟି ଅର୍ଥ…

କଂଗ୍ରେସ ଉପରେ ବର୍ଷିଲେ ଧର୍ମେନ୍ଦ୍ର, ତୁଷ୍ଟୀକରଣ ରାଜନୀତିକୁ ନେଇ….

ନୂଆଦିଲ୍ଲୀ,୨୦ା୮: କଂଗ୍ରେସ ମୁଖ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ‘ବନ୍ଦେ ମାତରମ୍’ ଗାନକୁ ନେଇ ଦେଖାଦେଇଥିବା ବିବାଦ ଏବେ ତୀବ୍ର ହୋଇଛି । ଏହାକୁ ନେଇ କଂଗ୍ରେସକୁ…

ଗୋଟିଏ ମାସରେ ୪ ଲଘୁଚାପ, ପୁଣି ଦାନା ବାନ୍ଧିଲାଣି, କାଲିଠୁ ପ୍ରବଳ ବର୍ଷା !

ଭୁବନେଶ୍ୱର,୨୦।୮: ପାଣିପାଗକୁ ନେଇ ବଡ଼ ଖବର । ଅଗଷ୍ଟ ମାସରେ ଗଲାଣି ତିନି ତିନିଟି ଲଘୁଚାପ । ତେବେ ପୁଣି ଆସୁଛି ଲଘୁଚାପ । ଏ ନେଇ…

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri