ଘରୁ ମିଳିଲା ପୁଳାପୁଳା ନଗଦ ଟଙ୍କା: ଜେଲ୍‌ ଗଲେ ସରକାରୀ ବାବୁ

ବଣାଇଁ,୧।୨(ପ୍ରଦୀପ ତ୍ରିପାଠୀ)/: ଗିରଫ ବଣାଇଁ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ବଦର୍ଶୀ ସାହୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ  ଜେଲ୍ ଯାଇଛନ୍ତି। ସୁନ୍ଦରଗଡ଼ ସରକାରୀ ଡାକ୍ତରଖାନାରେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପରେ ତାଙ୍କୁ ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ସୁନ୍ଦରଗଡ ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

ସୂଚନାଯୋଗ୍ୟ, ବଣାଇଁ ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା (ଆଇଟିଡିଏ)ର ପ୍ରୋଜେକ୍ଟ ଆଡ୍‌ମିନିଷ୍ଟ୍ରେଟର୍‌ (ପିଏ) ବିଶ୍ୱଦର୍ଶୀ ସାହୁ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବିଶ୍ୱଦର୍ଶୀଙ୍କ ଘର ସମେତ ଭୁବନେଶ୍ୱର, ବାଲେଶ୍ୱର, ଯାଜପୁର ଓ ବଣାଇଁର ୭ଟି ସ୍ଥାନରେ ଭିଜିଲାନ୍ସ ନିର୍ଦ୍ଦେଶାଳୟ ପକ୍ଷରୁ ଏକକାଳୀନ ଚଢ଼ାଉ ହୋଇଥିଲା। ଯାଞ୍ଚ ହେଉଥିବା ସ୍ଥାନ ମଧ୍ୟରେ ବିଶ୍ୱଦର୍ଶୀଙ୍କ ଯାଜପୁର ଟାଉନସ୍ଥିତ ସମ୍ପର୍କୀୟଙ୍କ ଘର, ବଣାଇଁସ୍ଥିତ ସରକାରୀ କ୍ୱାର୍ଟର, ବଣାଇଁ ଆଇଟିଡିଏ ଅଫିସ, ବାଲେଶ୍ୱରସ୍ଥିତ ସୁକୁମାର ନାୟକ ଆପାର୍ଟମେଣ୍ଟର ଫ୍ଲାଟ୍‌ ନଂ.୩୦୨ ଆଦି ରହିଛି। ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ କୋର୍ଟଙ୍କ ପକ୍ଷରୁ ଜାରି ସର୍ଚ୍ଚ ଓ୍ବାରେଣ୍ଟ ବଳରେ ଏହି ଯାଞ୍ଚ ହେଉଛି। ଏଥିରେ ଭିଜିଲାନ୍ସ ନିର୍ଦ୍ଦେଶାଳୟର ୭ଟି ଟିମ୍‌ରେ ଜଣେ ଅତିରିକ୍ତ ଏସ୍‌ପି, ୩ ଡିଏସ୍‌ପି, ୧୦ ଇନ୍ସପେକ୍ଟର ଏବଂ ଅନ୍ୟ ସହକାରୀ କର୍ମଚାରୀ ନିୟୋଜିତ ଅଛନ୍ତି। ସା ସୁଦ୍ଧା ଭିଜିଲାନ୍ସ ଟିମ୍‌ ବିଶ୍ୱଦର୍ଶୀଙ୍କ ବିପୁଳ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ କରିଛି।
ଭିଜିଲାନ୍ସ ସୂଚନା ଅନୁଯାୟୀ, ବିଶ୍ୱଦର୍ଶୀଙ୍କ ଭୁବନେଶ୍ୱର ଶ୍ରୀରାମନଗରସ୍ଥିତ ୩,୫୦୦ ବର୍ଗଫୁଟରେ ଥିବା ଦୁଇ ମହଲା ଆବାସିକ କୋଠା ଓ ଲକ୍ଷ୍ମୀସାଗରସ୍ଥିତ ଭଗବାନ ଟାୱାର ଆପାର୍ଟମେଣ୍ଟର ୩ୟ ମହଲାରେ ଏକ ଫ୍ଲାଟ୍‌ ନଂ.୩୦୪ ଠାବ ହୋଇଛି। ସେହିପରି ଖାରବେଳନଗର ୟୁନିଟ-୩ସ୍ଥିତ ଇଭୋସ୍‌ ଗାଲାକ୍ସି ଆପାର୍ଟମେଣ୍ଟର ୪ର୍ଥ ମହଲାରେ ଥିବା ଫ୍ଲାଟ୍‌ ନଂ.୪୦୨ (ନିର୍ମାଣାଧୀନ) କିଣିବାକୁ ବିଶ୍ୱଦର୍ଶୀ ଅଗ୍ରୀମ ୮୨ ଲକ୍ଷ ଟଙ୍କା ଦେଇଥିବା ଭିଜିଲାନ୍ସ ପ୍ରମାଣ ପାଇଛି। ଏଥିସହ ଭୁବନେଶ୍ୱର ଓ ପୁରୀରେ ୯ଟି ବହୂମୂଲ୍ୟ ପ୍ଲଟ୍‌ ମଧ୍ୟ ଠାବ ହୋଇଛି। ଏହାବ୍ୟତୀତ ବିଶ୍ୱଦର୍ଶୀଙ୍କ ଘର ଯାଞ୍ଚ ବେଳେ ନଗଦ ୪ ଲକ୍ଷ ୫୧ ହଜାର ଟଙ୍କା ମିଳିଛି। ସେହିପରି ବିଶ୍ୱଦର୍ଶୀ ବ୍ୟାଙ୍କ ଓ ଜୀବନବୀମା ଜମା ୬୧ ଲକ୍ଷ ୪୨ ହଜାର ୬୭୬ ଟଙ୍କା କରିଥିବା ଭିଜିଲାନ୍ସ ପ୍ରମାଣ ପାଇଛି। ତାଙ୍କ ଘରୁ ପ୍ରାୟ ୧୫୦ ଗ୍ରାମର ସୁନା ଅଳଙ୍କାର ମଧ୍ୟ ଠାବ ହୋଇଛି। ଏଥିସହ ଗୋଟିଏ ଚାରିଚକିଆ ଯାନ (ଫୋର୍ଡ ଫିଗୋ) ଓ ୪ଟି ଦୁଇ ଚକିଆ ଯାନ ଓ ୨୧.୧୪ ଲକ୍ଷ ଟଙ୍କାର ଘରୋଇ ସାମଗ୍ରୀ ଠାବ ହୋଇଛି। ଭିଜିଲାନ୍ସ ଟିମ୍‌ ବିଶ୍ୱଦର୍ଶୀଙ୍କୁ ତାଙ୍କ ବିପୁଳ ସମ୍ପତ୍ତିର ଉତ୍ସ ସଂକ୍ରାନ୍ତରେ ଅଧିକ ପଚରାଉଚରା କରୁଛି। ଯାଞ୍ଚ ସରିବା ପରେ ଏହି ସମ୍ପତ୍ତିର ପରିମାଣ ଆହୁରି ଅଧିକ ହେବ ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ଭିଜିଲାନ୍ସ ଏସଂକ୍ରାନ୍ତରେ ମାମଲା ରୁଜୁ କରି ବିଶ୍ୱଦର୍ଶୀଙ୍କୁ ଗିରଫ କରିବ ବୋଲି ସୂଚନା ମିଳିଛି। ଉଲ୍ଲେଖଯୋଗ୍ୟ, ବଣାଇଁ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ (ପିଏ) ଭାବେ ବିଶ୍ୱଦର୍ଶୀ ୨୦୨୨ ମାର୍ଚ୍ଚରୁ କାମ କରୁଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri