ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ ଔଷଧ ପଡ଼ିଥିବା ଦେଖି ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ସ୍ବାସ୍ଥ୍ୟ ବିଭାଗର ସତନ୍ତ୍ର ଟିମ ଶନିବାର ଘଟଣାସ୍ଥଳରେ ପହଞ୍ଚି ସେ ସବୁକୁ ଜବତ କରିବା ସହ ତଦନ୍ତ ଜାରି ରଖିଛନ୍ତି। ଘଟଣା ପ୍ରଘଟ ହେବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସିଙ୍ଗପୁର ପଞ୍ଚାୟତ ସରପଞ୍ଚ ପ୍ରତିମା ମହାପାତ୍ର ଘଟଣାକୁ ତୀବ୍ର ନିନ୍ଦା କରିବାସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ଔଷଧ ପ୍ୟାକେଟ ଓ ଶିଶି ପଡ଼ିଥିବା ନିକଟରେ ଡେଙ୍ଗାଓସ୍ତା ଗ୍ରାମର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଥିବାରୁ ଏସବୁ ଔଷଧ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରର ବୋଲି ସନ୍ଦେହ କରାଯାଉଛି।

ରାଜ୍ୟ ଓ କେନ୍ଦ୍ର ସରକାର ଜାତୀୟ ସ୍ବାସ୍ଥ୍ୟ ମିଶନ ଜରିଆରେ ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କୁ ମାଗଣାରେ ଔଷଧ ବଣ୍ଟନ କରୁଥିବା ବେଳେ ତାହା ରୋଗୀଙ୍କୁ ଦିଆନଯାଇ ସେଗୁଡିକୁ କିଛି ସ୍ବାସ୍ଥ୍ୟ କର୍ମଚାରୀ ବାହାରେ ଫୋପାଡି ଦେଉଥିବା ନେଇ ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ଏନେଇ ଆଡ଼ାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ଡ଼. ବାହାନ ଦାସଙ୍କୁ ପଚାରିବାରେ ସେ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବାସହ ରାସ୍ତାକଡ଼ରେ ପଡ଼ିଥିବା ଔଷଧ ଗୁଡ଼ିକୁ ସଂଗ୍ରହ କରିଛନ୍ତି। ସେଥିରେ ବହୁ ପରିମାଣର କ୍ୟାଲସିୟମ ଏବଂ ଆଇରନ ଔଷଧ ରହିଛି। କିଛି ଔଷଧର ଏକ୍ସପାଏରୀ ତାରିଖ ଗତ ଡିସେମ୍ବର ୧ ତାରିଖ ଯାଏ ବ୍ୟବହାର ଉପଯୋଗୀ ଥିବା ବେଳେ ଅନ୍ୟକିଛି ଔଷଧ ର ସମୟ ଅବଧି ଆସନ୍ତା ୨୦୨୫ ମାର୍ଚ୍ଚ ଯାଏ ଉଲ୍ଲେଖ ରହିଛି।ଏସବୁ ଔଷଧର ବ୍ୟାଚ ନଂ ଗୁଡ଼ିକୁ ତନଖି କରାଯାଉଛି। ସେସବୁ ଔଷଧ କେଉଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲା। ସଂଗୃହିତ ଔଷଧ ଗୁଡ଼ିକ ଡେଙ୍ଗାଓସ୍ତା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନାଁ ଅନ୍ୟ କେଉଁ ବାହାର ସ୍ବାସ୍ଥ୍ୟକେନ୍ଦ୍ରର ସେ ନେଇ ଔଷଧ ଷ୍ଟକ ରେଜିଷ୍ଟ୍ରାରର ତନଖି କରାଯିବା ପରେ ସ୍ପଷ୍ଟ ସୂଚନା ମିଳିପାରିବ ବୋଲି କହିଛନ୍ତି। ଡେଙ୍ଗାଓସ୍ତା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡ଼.ଅବିନାଶ ମହାନ୍ତିଙ୍କୁ ପଚାରିବାରୁ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଅବସ୍ଥାପିତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଏନେଇ ପଚରାଉଚୁରା କରାଯାଉଛି ବୋଲି କହିଛନ୍ତି। ସବିଶେଷ ତଦନ୍ତ ପରେ ଘଟଣାର ରହସ୍ୟ ଉନ୍ମୋଚନ ହେବ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri