ରାସ୍ତାକଡ଼ରେ ପଡ଼ିଛି ବହୁ ମୂଲ୍ୟବାନ ଔଷଧ , ସ୍ବାସ୍ଥ୍ୟ ବିଭାଗର ତଦନ୍ତ ଜାରି

ଦିଗପହଣ୍ଡି,୨୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ପଞ୍ଚାୟତ ବିଜୟ ଆଦିକନ୍ଦପୁର – ତେଲିଆପଲ୍ଲୀ ଗ୍ରାମ ନିକଟ ରାସ୍ତାକଡରେ ପଡ଼ିଥିବା ବହୁସଂଖ୍ୟକ ମୂଲ୍ୟବାନ ଔଷଧ ପଡ଼ିଥିବା ଦେଖି ଲୋକଙ୍କୁ ଆଶ୍ଚର୍ଯ୍ୟ କରିଛି। ସ୍ବାସ୍ଥ୍ୟ ବିଭାଗର ସତନ୍ତ୍ର ଟିମ ଶନିବାର ଘଟଣାସ୍ଥଳରେ ପହଞ୍ଚି ସେ ସବୁକୁ ଜବତ କରିବା ସହ ତଦନ୍ତ ଜାରି ରଖିଛନ୍ତି। ଘଟଣା ପ୍ରଘଟ ହେବା ପରେ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ସିଙ୍ଗପୁର ପଞ୍ଚାୟତ ସରପଞ୍ଚ ପ୍ରତିମା ମହାପାତ୍ର ଘଟଣାକୁ ତୀବ୍ର ନିନ୍ଦା କରିବାସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ସହ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ଔଷଧ ପ୍ୟାକେଟ ଓ ଶିଶି ପଡ଼ିଥିବା ନିକଟରେ ଡେଙ୍ଗାଓସ୍ତା ଗ୍ରାମର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଥିବାରୁ ଏସବୁ ଔଷଧ ଉକ୍ତ ସ୍ବାସ୍ଥ୍ୟକେନ୍ଦ୍ରର ବୋଲି ସନ୍ଦେହ କରାଯାଉଛି।

ରାଜ୍ୟ ଓ କେନ୍ଦ୍ର ସରକାର ଜାତୀୟ ସ୍ବାସ୍ଥ୍ୟ ମିଶନ ଜରିଆରେ ସ୍ବାସ୍ଥ୍ୟକେନ୍ଦ୍ର ଗୁଡ଼ିକୁ ଚିକିତ୍ସା ପାଇଁ ଆସୁଥିବା ରୋଗୀଙ୍କୁ ମାଗଣାରେ ଔଷଧ ବଣ୍ଟନ କରୁଥିବା ବେଳେ ତାହା ରୋଗୀଙ୍କୁ ଦିଆନଯାଇ ସେଗୁଡିକୁ କିଛି ସ୍ବାସ୍ଥ୍ୟ କର୍ମଚାରୀ ବାହାରେ ଫୋପାଡି ଦେଉଥିବା ନେଇ ସମ୍ପୃକ୍ତ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ଏନେଇ ଆଡ଼ାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ଡ଼. ବାହାନ ଦାସଙ୍କୁ ପଚାରିବାରେ ସେ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବାସହ ରାସ୍ତାକଡ଼ରେ ପଡ଼ିଥିବା ଔଷଧ ଗୁଡ଼ିକୁ ସଂଗ୍ରହ କରିଛନ୍ତି। ସେଥିରେ ବହୁ ପରିମାଣର କ୍ୟାଲସିୟମ ଏବଂ ଆଇରନ ଔଷଧ ରହିଛି। କିଛି ଔଷଧର ଏକ୍ସପାଏରୀ ତାରିଖ ଗତ ଡିସେମ୍ବର ୧ ତାରିଖ ଯାଏ ବ୍ୟବହାର ଉପଯୋଗୀ ଥିବା ବେଳେ ଅନ୍ୟକିଛି ଔଷଧ ର ସମୟ ଅବଧି ଆସନ୍ତା ୨୦୨୫ ମାର୍ଚ୍ଚ ଯାଏ ଉଲ୍ଲେଖ ରହିଛି।ଏସବୁ ଔଷଧର ବ୍ୟାଚ ନଂ ଗୁଡ଼ିକୁ ତନଖି କରାଯାଉଛି। ସେସବୁ ଔଷଧ କେଉଁ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିଲା। ସଂଗୃହିତ ଔଷଧ ଗୁଡ଼ିକ ଡେଙ୍ଗାଓସ୍ତା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ନାଁ ଅନ୍ୟ କେଉଁ ବାହାର ସ୍ବାସ୍ଥ୍ୟକେନ୍ଦ୍ରର ସେ ନେଇ ଔଷଧ ଷ୍ଟକ ରେଜିଷ୍ଟ୍ରାରର ତନଖି କରାଯିବା ପରେ ସ୍ପଷ୍ଟ ସୂଚନା ମିଳିପାରିବ ବୋଲି କହିଛନ୍ତି। ଡେଙ୍ଗାଓସ୍ତା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡ଼.ଅବିନାଶ ମହାନ୍ତିଙ୍କୁ ପଚାରିବାରୁ ଜିଲା ସ୍ବାସ୍ଥ୍ୟ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଅବସ୍ଥାପିତ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଏନେଇ ପଚରାଉଚୁରା କରାଯାଉଛି ବୋଲି କହିଛନ୍ତି। ସବିଶେଷ ତଦନ୍ତ ପରେ ଘଟଣାର ରହସ୍ୟ ଉନ୍ମୋଚନ ହେବ ବୋଲି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri