ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ।
ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ ପଡ଼ିଲେ ଇଲେକ୍ଟ୍ରୋନିକ ଲଟେରୀ କରାଯିବ, କିନ୍ତୁ ସ୍ବଚ୍ଛ ପ୍ରକ୍ରିୟା ହେବ। ଗତଥର ଲଟେରୀ ପାଇଥିବା ଦୋକାନ ଗୁଡ଼ିକର ସମୟସୀମା ୩୧ରେ ସରୁଛି।୩ ଷ୍ଟାରରୁ ଅଧିକ ହୋଟେଲରେ ବାର୍‌ର ପ୍ରାବଧନ ଥିବାରୁ ଅନ ସପ ଅନୁମତି।

ଗୁରୁବାର ରାଜ୍ୟ ସରକାର ନୂଆ ଅବକାରୀ ନୀତି ୨୦୨୬-୨୯ ଆଣିଛନ୍ତି। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ ଶୁଳ୍କ ଉପରେ ୦.୫% ଡି-ଆଡିକ୍ସନ ସେସ ପ୍ରବର୍ତ୍ତନ। ନୂଆ ଅବକାରୀ ନୀତିରେ ମଦକୁ କ୍ଷତିକାରକ ପଦାର୍ଥ ଭାବେ ସ୍ବୀକାର କରାଯାଇଛି। ବିଭିନ୍ନ ଅବକାରୀ ଲାଇସେନ୍ସ ପାଇଁ ଆବେଦନ ଶୁଳ୍କ ୧୦% ବୃଦ୍ଧି ହେବ। ଲାଇସେନ୍ସ ଶୁଳ୍କ ପ୍ରତିବର୍ଷ ୧୦ରୁ ୨୦% ପର୍ଯ୍ୟନ୍ତ ବୃଦ୍ଧି ପାଇବ। IMFL ଓ ଦେଶୀ ମଦ ଉପରେ ଅବକାରୀ ଶୁଳ୍କ ବୃଦ୍ଧି ହୋଇଛି। ରାଜ୍ୟରେ ନୂତନ OFF,CL ଦୋକାନ ଖୋଲିବାକୁ ଅନୁମତି ମିଳିବନି। ଗ୍ରାମାଞ୍ଚଳରେ ନୂଆ ମଦ ଦୋକାନ ଖୋଲିବାକୁ ମଧ୍ୟ ଅନୁମତି ମିଳିବନି । ଶ୍ରୀମନ୍ଦିର ଓ ବଡ଼ଦାଣ୍ଡ ପାଖରେ କୌଣସି ଅବକାରୀ ଦୋକାନ ଚାଲୁ ହେବନି ବୋଲି ସରକାର କହିଛନ୍ତି। ସମସ୍ତ ଉତ୍ପାଦନ ୟୁନିଟ ଓ ଖୁଚୁରା ଦୋକାନ CCTV ନିରୀକ୍ଷଣରେ ରହିବ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri