ମଧ୍ୟବିତ୍ତଙ୍କ ପାଇଁ ଲାଗିଲା ଲଟେରୀ, କର୍ମକ୍ଷେତ୍ରରେ ଇର୍ଣ୍ଟନଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକ ସଭାରେ ୨୦୨୪-୨୫ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି। ତେବେ ଏହି ବଜେଟ୍‌ରେ ଅର୍ଥମନ୍ତ୍ରୀ ରୋଜଗାରକୁ ନେଇ ବଡ଼ ଘୋଷଣା କରିଛନ୍ତି। ରୋଜଗାର ଯୋଗାଉଥିବା ସଂସ୍ଥାମାନଙ୍କୁ ସରକାରୀ ସହାୟତା ଦିଆଯିବ ବୋଲି ସରକାର କହିଛନ୍ତି। ୧୦ଲକ୍ଷ ଯୁବକଙ୍କୁ EPFO ସୁବିଧା ପ୍ରଦାନ କରିବାକୁ ଅର୍ଥମନ୍ତ୍ରୀ ମଧ୍ୟ ଘୋଷଣା କରିଛନ୍ତି। ଏଥିସହ କର୍ମଚାରୀମାନେ ଆର୍ଥିକ ସହାୟତା ପାଇପାରିବେ। କେବଳ ଏତିକି ନୁହେଁ, ଯଦି କୌଣସି କମ୍ପାନୀ ଯୁବକମାନଙ୍କୁ ରୋଜଗାର ଦିଏ, ତେବେ ପ୍ରଥମ ଦରମା ସରକାର ପ୍ରଦାନ କରିବେ। ସରକାରଙ୍କ ଏହି ପଦକ୍ଷେପରେ ଲକ୍ଷ ଲକ୍ଷ ନୂଆ ନିଯୁକ୍ତି ସୃଷ୍ଟି ହେବ ବୋଲି ଆଶା କରାଯାଉଛି।

ସରକାର କହିଛନ୍ତି, ପ୍ରଥମ ଚାକିରିରେ ୧୫ହଜାର ଟଙ୍କା ସିଧାସଳଖ ଇପିଏଫଓ ଆକାଉଣ୍ଟରେ ଜମା ହେବ। କେବଳ ଏତିକି ନୁହେଁ, ନିଯୁକ୍ତିକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ୩ଟି ପ୍ରୋତ୍ସାହନ ଯୋଜନା ଆରମ୍ଭ କରିବେ। ବଡ କମ୍ପାନୀରେ ଯୁବକମାନଙ୍କ ଦକ୍ଷତା ବୃଦ୍ଧି ପାଇଁ କୋଟି କୋଟି ଯୁବକଙ୍କୁ ଇଣ୍ଟର୍ନସିପ ସୁଯୋଗ ଦିଆଯିବ। ଏହି ଇଣ୍ଟର୍ନସିପ ୧୨ ମାସ ପାଇଁ ହେବ। ଇର୍ଣ୍ଟନଙ୍କୁ ପ୍ରତି ମାସରେ ୫ହଜାର ଟଙ୍କା ପାଇବେ। ଏହା ପରେ ସେହି ଯୁବକମାନେ ଦେଶର ଶ୍ରେଷ୍ଠ ୫୦୦କମ୍ପାନୀରେ ଚାକିରି ସୁଯୋଗ ପାଇବେ।

ନିଯୁକ୍ତି ଏବଂ କୌଶଳ ଯୋଗାଇବା ପାଇଁ ଆସନ୍ତା ୫ ବର୍ଷରେ ଏହା ୧ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବ ବୋଲି ସରକାର କହିଛନ୍ତି। ଏହା ବ୍ୟତୀତ ସରକାର କେବଳ ରୋଜଗାର ଯୋଗାଇବା ପାଇଁ ୨ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବେ। ଆସନ୍ତା ୫ ବର୍ଷରେ ସରକାର ୪ କୋଟି ଚାକିରି ଯୋଗାଇଦେବାକୁ ଲକ୍ଷ୍ୟ ରଖିଛନ୍ତି।

କେନ୍ଦ୍ର ବଜେଟ ୨୦୨୪-୨୫ରେ ନଅଟି ପ୍ରାଥମିକତା ଉପରେ ସୁଯୋଗ ସୃଷ୍ଟି କରିବାକୁ ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ଏହି ୯ ପ୍ରାଥମିକତା ମଧ୍ୟରେ ଉତ୍ପାଦକତା, ନିଯୁକ୍ତି, ସାମାଜିକ ନ୍ୟାୟ, ସହରୀ ବିକାଶ, ଶକ୍ତି ସୁରକ୍ଷା, ଭିତ୍ତିଭୂମି, ନବସୃଜନ ଏବଂ ସଂସ୍କାର ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମ୍ୟାଚ୍‌: ହୋଟେଲ ରୁମ୍‌ ଭଡ଼ା ୪୦୦% ବୃଦ୍ଧି

ଅହମଦାବାଦ,୭।୩:  ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ସନ୍ଧ୍ୟାରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏଥିଲାଗି ସହରର ପ୍ରାୟତଃ ହୋଟେଲରେ ରୁମ୍‌…

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ନିର୍ବାଚନ ପୂର୍ବରୁ ମମତାଙ୍କ ବଡ଼ ଘୋଷଣା

କୋଲକାତା,୭ା୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ଦଶମ ଶ୍ରେଣୀ ପାସ୍‌ ବେରୋଜଗାରୀ ଯୁବବର୍ଗଙ୍କୁ ମାସିକ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

କେନିଆରେ ବର୍ଷା ବିତ୍ପାତ: ଚାଲିଗଲା ୨୩ ଜୀବନ

ନାଇରୋବି,୭ା୩: କେନିଆ ରାଜଧାନୀ ନାଇରୋବିରେ ପ୍ରବଳ ବର୍ଷାରେ ୨୩ ଜଣଙ୍କ ମୃତ୍ୟୁ ଘଟିବା ସହ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି। ଶନିବାର ରାସ୍ତାଘାଟ ଜଳାର୍ଣ୍ଣବ ହୋଇଥିବାରୁ ଗାଡ଼ିଚାଳକମାନେ…

ଘରଭାଙ୍ଗି ଧାନ ଖାଇଲା ଦନ୍ତା

ନାକଟିଦେଉଳ, ୭ା୨(ବୈକୁଣ୍ଠନାଥ ସାହୁ): ସମ୍ବଲପୁର ଜିଲା ନାକଟିଦେଉଳ ବନାଞ୍ଚଳ ଅଧୀନ ଆଭ୍ୟନ୍ତରୀଣ ତଥା ପାହାଡ଼ ତଳି ଗ୍ରାମରେ ଗତ କିଛି ଦିନ ହେଲା ଦନ୍ତାହାତୀ ଉପଦ୍ରବ ଲାଗି…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ବସ୍‌କୁ ଧକ୍କା ଦେଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

କୋକସରା,୭ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଥାନା ଲଡୁଗାଁ-ଚିକିଲି ରାସ୍ତାର ପେଟ୍ରୋଲ ପମ୍ପ ନିକଟରେ ଏକ ଦୁର୍ଘଟଣା ଘଟିଛି। ରାସ୍ତା କଡରେ ଛିଡା ହୋଇଥିବା ଏକ ବସ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri