Posted inଜାତୀୟ

ପଦ୍ମ ଉଡିଲା, ହାତ ପଡିଲା: ୩-୧ରେ ନକ୍‌ଆଉଟ କଂଗ୍ରେସ…

ନୂଆଦିଲ୍ଲୀ,୩।୧୨ : ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନ ଫଳାଫଳରେ କଂଗ୍ରେସ ଭାଜପାଠାରୁ ୩-୧ରେ ନକ୍‌ଆଉଟ ହୋଇଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ ଆସନ ସଂଖ୍ୟା ୨୩୦ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୧୧୫ ରହିଛି। ଭାଜପା ମଧ୍ୟପ୍ରଦେଶରେ ୧୬୩ ଆସନରେ ଆଗୁଆ ରହିଛି। ସେହିପରି ରାଜସ୍ଥାନରେ ୧୯୯ ଆସନ ଥିବାବେଳେ ସରକାର ଗଠନ ପାଇଁ ଆବଶ୍ୟକ ଆସନ ସଂଖ୍ୟା ୧୦୦ ରହିଛି। ଭାଜପା ରାଜସ୍ଥାନରେ ୧୧୩ ଆସନରେ ଆଗୁଆ ରହିଛି। ଅପରପକ୍ଷରେ ଛତିଶଗଡ଼ରେ ମୋଟ ୯୦ ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୪୬ ରହିଛି। ଭାଜପା ୫୫ ସଂଖ୍ୟା ଛୁଇଁଛି।

ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାକୁ ଯାଉଛି। ତେଲଙ୍ଗାନାରେ କଂଗ୍ରେସ ମ୍ୟାଜିକ ନମ୍ବର ଛୁଇଁଛି। ତେଲଙ୍ଗାନାରେ ମୋଟ ଆସନ ସଂଖ୍ୟା ୧୧୯ ରହିଛି। ଏଠାରେ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ୍‌ ନମ୍ବର ୬୦ ରହିଛି। କଂଗ୍ରେସ ତେଲଙ୍ଗାନାରେ ୬୩ ଆସନରେ ଆଗୁଆ ରହିଛି। ଏଠାରେ ବିଆରଏସ ୪୧ ଏବଂ ଭାଜପା ୮ ଆସନରେ ଆଗୁଆ ରହିଛି। ସେହିପରି ଅନ୍ୟାନ୍ୟ ୭ ଆସନରେ ଆଗୁଆ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

RBIର ବଡ଼ ଘୋଷଣା: UPI ଓ QR କୋଡ ବ୍ୟବହାରକାରୀ ସାବଧାନ! ୧୫ ସେପ୍ଟେମ୍ବରରୁ ବ୍ଲକ ହୋଇଯିବ ଆକାଉଣ୍ଟ

ନୂଆଦିଲ୍ଲୀ: ଯଦି ଆପଣ ଜଣେ ଛୋଟ ବ୍ୟବସାୟୀ ଏବଂ ଦୋକାନରେ QR କୋଡ କିମ୍ବା UPI ମାଧ୍ୟମରେ ପେମେଣ୍ଟ ଗ୍ରହଣ କରୁଛନ୍ତି, ତେବେ ଏହି ଖବର ଆପଣଙ୍କ…

ଦିଲ୍ଲୀ ଆସିବା ପୂର୍ବରୁ ଭାରତର ଖୁବ ପ୍ରଶଂସା କଲା ଇରାନ, କହିଲା…

ତେହରାନ,୮।୯: ବ୍ରିକ୍ସ ଶିଖର ସମ୍ମିଳନୀ ପାଇଁ ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନଙ୍କ ନୂଆଦିଲ୍ଲୀ ଗସ୍ତ ପୂର୍ବରୁ, ତେହରାନ ଭାରତ ସହିତ ଏହାର ସମ୍ପର୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଜିଲାପାଳ: ନିର୍ଦ୍ଧାରିତ ସମୟରେ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ

ଭଞ୍ଜନଗର,୮।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ କୀର୍ତ୍ତି ଭାସନ ଭି ସୋମବାର ଭଞ୍ଜନଗର ଗସ୍ତରେ ଆସିଥିବା ସମୟରେ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ଏହି…

ସରକାରୀ କର୍ମଚାରୀଙ୍କ ବଢ଼ିବ ଦରମା! ସାମ୍ନାକୁ ଆସିଲା ୮ମ ବେତନ ଆୟୋଗର ନୂଆ ଅପଡେଟ୍

ନୂଆଦିଲ୍ଲୀ,୮।୯: କେନ୍ଦ୍ରୀୟ କର୍ମଚାରୀ ଓ ପେନସନ୍‌ଭୋଗୀଙ୍କ ପାଇଁ ୮ମ ବେତନ ଆୟୋଗର ଆଲୋଚନା ଜୋରଦାର ହୋଇଛି। ଆୟୋଗ ୭ ଓ ୮ ସେପ୍ଟେମ୍ବରରେ ଚେନ୍ନାଇରେ କର୍ମଚାରୀ ସଂଗଠନ,…

‘ବୈଭବ ସୂର୍ଯ୍ୟବଂଶୀଙ୍କଠାରୁ ମୋର କୌଣସି ଆଶା ନାହିଁ’: ଟିମ ଇଣ୍ଡିଆକୁ ନେଇ ଏମିତି କହିଲେ ସୁନୀଲ ଗାଭାସ୍କର, ଉଠିଲାଣି ପ୍ରଶ୍ନ

ନୂଆଦିଲ୍ଲୀ,୮।୯: ଆଫଗାନିସ୍ତାନ ବିପକ୍ଷରେ ଟି-୨୦ ସିରିଜ ପରେ, ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡାରେ ଅଂଶଗ୍ରହଣ କରିବ। ସେପ୍ଟେମ୍ବର ୧୯ରେ ଜାପାନର ଆଇଚି-ନାଗୋୟାରେ ଆରମ୍ଭ…

ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଦେଲେ ହାଇକୋର୍ଟ, ପିଏମ୍‌ ମୋଦିଙ୍କୁ ନେଇ…

ନୂଆଦିଲ୍ଲୀ, ୮।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ମନ୍ତବ୍ୟକୁ ନେଇ ଚାଲିଥିବା ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ବଡ଼ ଝଟକା ଲାଗିଛି। ମଙ୍ଗଳବାର (ସେପ୍ଟେମ୍ବର…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ, ଜିଲାପାଳଙ୍କ ଅଫିସ ସମ୍ମୁଖରେ ମୃତଦେହ ରଖି ବିକ୍ଷୋଭ

ଭବାନୀପାଟଣା,୮।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ କର୍ଲାସୋଡା ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ବିଦ୍ୟୁତ୍ ସଂସ୍ପର୍ଶରେ ଆସି…

Watch: ଜନ୍ମଦିନର ପୂର୍ବ ରାତିରେ ସଭିଙ୍କୁ ଚକିତ କଲେ ଶୁବମନ ଗିଲ, ଜାଣନ୍ତୁ…

ନୂଆଦିଲ୍ଲୀ,୮।୯: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ମଙ୍ଗଳବାର ତାଙ୍କର ୨୭ତମ ଜନ୍ମଦିନ ପାଳନ କରୁଛନ୍ତି। ସେ ୨୭ ବର୍ଷ ପୂର୍ବେ ଆଜିର ଦିନରେ –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri