ଜିଲା ମୁଖ୍ୟ ଡାକ୍ତରଖାନା ରାସ୍ତାରେ ବେଧଡକ ବାଜୁଛି ଲାଉଡସ୍ପିକର ଓ ଡିଜେ ସାଉଣ୍ଡ, ବନ୍ଦ କରିବାକୁ ଜିଲ୍ଲାପାଳଙ୍କ ନିକଟରେ ଦାବି

କେନ୍ଦୁଝର,୩।୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଶବ୍ଦ ପ୍ରଦୂଷଣ ରୋକିବା ପାଇଁ ଶ୍ରୁତିକଟୁ ଶଦ୍ଦ ସୃଷ୍ଟି କରୁଥିବା ଲାଉଡସ୍କିକର, ଡିଜେ ଉପରେ କଟକଣା କରାଯାଇଛି। ଏହା ସତ୍ୱେ କେନ୍ଦୁଝର ସହରରେ ବେଧଡକ ଡିଜେ ଓ ଲାଉଡସ୍ପିକର ବାଜୁଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ବିଶେଷ କରି ମେଡିକାଲ ରୋଡରେ ଏଭଳି ଶବ୍ଦ ପ୍ରଦୂଷଣ ଲାଉଟ, ସ୍ପିକର ଓ ଡିଜେ ଉପରେ କଟକଣା କରିବାକୁ କେନ୍ଦୁଝର ଡିଷ୍ଟିକ୍‌ କଲଚୁରାଲ ଆସୋସିଏସନ ପକ୍ଷରୁ ଦାବି ହୋଇଛି। ଏହା ଦ୍ୱାରା ରୋଗୀମାନେ ବହୁ ଅସୁବିଧା ଭୋଗୁଥିବା ବେଳେ ଆମ୍ବୁଲନାସ ସେବା ବାଧାପ୍ରାପ୍ତ ହେଉଛି।
ସୂଚନାଯୋଗ୍ୟ, କେନ୍ଦୁଝର ଜିଲା ମୁଖ୍ୟାଳୟରେ ସମସ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଅଫିସ କରୁଥିବା ବେଳେ ଏପରି ଘଟଣା ଘଟୁଛି। ଏହା ସତ୍ୱେ ଏଭଳି ଶବ୍ଦ ପ୍ରଦୂଷଣକୁ ରୋକିବା ନେଇ ପଦକ୍ଷେପ ଗ୍ରହଣ କରାଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଉଛି। ଜାଣିଶୁଣି ଡିଜେକୁ ଅନୁମତି ଦିଆଯାଉଛି ଫଳରେ ଶବ୍ଦ ପ୍ରଦୂଷଣ ବଢୁଛି। ଏହା ଯୋଗୁଁ ବରିଷ୍ଠ ନାଗରିକ, ରୋଗୀମାନେ ବହୁ ଅସୁବିଧା ସମ୍ମୁଖୀନ ହେଉଛନ୍ତି। ଏଣୁ ଏନେଇ ଆସୋସିଏସନର ସମ୍ପାଦକ ନିର୍ମଳ ନାଏକ, ଗୁରୁଦାସ, ସତ୍ୟବ୍ରତ ଦାସ, ରାଜେଶ କୁମାର ପାତ୍ର , ସଂଗ୍ରାମ କେଶରୀ ମିଶ୍ର, ଦେବଦର୍ଶନ ଦାଶ ସମେତ କଳାକାର ମାନେ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ଲିଖିତ ଦାବି ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?